Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:10 - ପବିତ୍ର ବାଇବଲ

10 ତା'ପରେ ସଦାପ୍ରଭୁ କହନ୍ତି, “ମାତ୍ର ବାବିଲରେ ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ପରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ଯିରୁଶାଲମକୁ ଫେରାଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ୟ ପୂରଣ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।

Gade chapit la Kopi

ଓଡିଆ ବାଇବେଲ

10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।

Gade chapit la Kopi




ଯିରିମୀୟ 29:10
22 Referans Kwoze  

“ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ‘ତୁମ୍ଭେ ଯେତେବେଳେ ପଞ୍ଚମ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲ, ସେହି ସତୁରି ବର୍ଷରେ ସତରେ କ’ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ?


ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ମୁଁ ଦାନିୟେଲ, କେତେକ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ଯିରୁଶାଲମର ପୁନଃନିର୍ମାଣ ପ୍ରଳୟର ସତୁରି ବର୍ଷ ପରେ ଘଟିଲା।


‘ସେହିସବୁ ବାବିଲକୁ ଅଣାଯିବ ଏବଂ ଆମ୍ଭେ ସେଗୁଡ଼ିକର ପରିଦର୍ଶନ ନ କରିବା ଦିନ ପର୍ଯ୍ୟନ୍ତ ସେ ସବୁ ସେ ସ୍ଥାନରେ ଥିବ।’ ପୁଣି ସଦାପ୍ରଭୁ କହନ୍ତି, ‘ତାହାପରେ ଆମ୍ଭେ ସେସବୁ ଜିନିଷକୁ ଏହି ସ୍ଥାନକୁ ଫେରାଇ ଆଣିବା।’”


ପୁଣି ସଦାପ୍ରଭୁ କହନ୍ତି, “ସତୁରିବର୍ଷ ଅନ୍ତେ ଆମ୍ଭେ ବାବିଲ ରାଜାକୁ, ସେହି ଗୋଷ୍ଠୀକି ଓ କ‌‌ଲ୍‌‌ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହାକୁ ସଦାକାଳ ଧ୍ୱଂସସ୍ଥାନ କରିବା।


ତା'ପରେ ସେହି ରାଜ୍ୟ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସେହି ଲୋକମାନଙ୍କୁ ସ୍ମରଣ କରିବେ। ସେହି ଲୋକମାନେ ବିଦେଶରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଫେରାଇ ଆଣିବେ। ତା'ପରେ ଯିହୁଦାର ଲୋକମାନେ ସେମାନଙ୍କର ମେଷଗୁଡ଼ିକୁ ସେହି ପଡ଼ିଆରେ ଚରିବାକୁ ଦେବେ। ସନ୍ଧ୍ୟାବେଳେ ଅସ୍କିଲୋନର ଶୂନ୍ୟ ଗୃହରେ ସେମାନେ ପଡ଼ି ରହିବେ।


ପୁଣି ସମୁଦାୟ ଗୋଷ୍ଠୀ ନବୂଖ‌ଦ୍‌ନିତ୍ସର, ତାହାର ପୁତ୍ର ଓ ପୌତ୍ରର ସେବା କରିବେ। ପୁଣି ଏକ ସମୟ ଆସିବ, ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ବାବିଲରେ ନିଜର ଦାସ୍ୟକର୍ମ କରିବେ।


ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ଦ୍ୱାରା ଯେଉଁସବୁ ବିଷୟ କହିଥିଲେ, ତାହା ପ୍ରକୃତରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ୟମରେ କହିଥିଲେ: “ଏହି ସ୍ଥାନ ସତୁରି ବର୍ଷ ପର୍ଯ୍ୟନ୍ତ ଧ୍ୱଂସର ସ୍ଥାନ ହୋଇ ରହିବ। କାରଣ ଲୋକମାନେ ବିଶେଷ ବିଶ୍ରାମବାରରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲାଗିରହିବ।”


ଯେତେବେଳେ ନୟମୀ ମୋୟାବର ପର୍ବତମୟ ଦେଶରେ ବାସ କରୁଥିଲା, ସେ ଜାଣିବାକୁ ପାଇଲା ଯେ, ପରମେଶ୍ୱର ତାଙ୍କର ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି। ସେ ଯିହୁଦାର ଲୋକମାନଙ୍କୁ ଖାଦ୍ୟ ଦେଉଛନ୍ତି। ତେଣୁ ସେ ମୋୟାବ ଦେଶ ଛାଡ଼ି ନିଜ ଦେଶକୁ ଫେରିଯିବା ପାଇଁ ନିଷ୍ପତ୍ତି ନେଲା। ତା'ର ପୁତ୍ରବଧୂମାନେ ମଧ୍ୟ ତା’ ସହିତ ଯିବା ପାଇଁ ନିଷ୍ପତ୍ତି ନେଲେ।


କୋରସ୍ ପାରସ୍ୟର ରାଜା ହୋଇଥିବାର ପ୍ରଥମ ବର୍ଷରେ, ସଦାପ୍ରଭୁ କୋର‌ସଙ୍କ ଦ୍ୱାରା ଏକ ବିଶେଷ ଘୋଷଣା କରାଇଲେ। ସଦାପ୍ରଭୁ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ଦ୍ୱାରା ଯେଉଁ ଶପଥ କରିଥିଲେ, ତାହା ଯେପରି ପ୍ରକୃତରେ ଘଟିବ, ସେଥିନିମନ୍ତେ ସେ ଏହିପରି କଲେ। କୋରସ୍ ତାଙ୍କ ରାଜ୍ୟର ପ୍ରତ୍ୟେକ ସ୍ଥାନକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ସେମାନେ ଏହି ବାର୍ତ୍ତା ବହନ କରୁଥିଲେ।


ପ୍ରଥମ ବର୍ଷରେ କୋରସ୍ ପାରସ୍ୟର ରାଜା ଥିଲେ। ସଦାପ୍ରଭୁ ତାଙ୍କୁ ଏକ ଘୋଷଣା ପତ୍ର ଲେଖିବା ପାଇଁ ଉତ୍ସାହିତ କରିଥିଲେ ଓ ଉକ୍ତ ଘୋଷଣାନାମାକୁ ତାଙ୍କ ରାଜ୍ୟର ଗ୍ଭରିଆଡ଼େ ପଢ଼ି ଶୁଣାଇ ଥିଲେ। ଯିରିମିୟଙ୍କ ଦ୍ୱାରା କୁହାଯାଇଥିବା ସଦାପ୍ରଭୁଙ୍କର ବାକ୍ୟ ପୂରଣ କରିବାକୁ ଏହା ହୋଇଥିଲା। ସେହି ଘୋଷଣାନାମାଟି ଏହିପରି ଥିଲା।


ତହିଁରେ ସମଗ୍ର ଦେଶ ଏକ ଶୂନ୍ୟ ମରୁଭୂମିରେ ପରିଣତ ହେବ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ଯ୍ୟନ୍ତ ଦାସ ହୋଇ ରହିବେ।


ଯିରିମିୟ ଆମ୍ଭମାନଙ୍କ ନିକଟକୁ ଏହି ବାର୍ତ୍ତା ଦେଇଅଛି, ତୁମ୍ଭେମାନେ ବାବିଲରେ ଦୀର୍ଘକାଳ ନିର୍ବାସିତ ହୋଇଅଛ। ତେଣୁ ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଉପଭୋଗ କର।’”


ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିହିଲାମୀୟ ଶମୟିୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା। ଏହି ଲୋକମାନଙ୍କ ମଧ୍ୟରେ ବାସ କରିବାକୁ ତାହାର କେହି ରହିବେ ନାହିଁ। ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ପାଇଁ ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ।’” ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ଶମୟିୟକୁ ଦଣ୍ଡ ଦେବା, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”


କାରଣ ସଦାପ୍ରଭୁ କହନ୍ତି, “ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱ ଅବସ୍ଥା ପରିବର୍ତ୍ତନ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”


ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି।


ତା'ପରେ ସଦାପ୍ରଭୁଙ୍କ ସ୍ୱର୍ଗଦୂତ କହିଲେ, “ହେ ସର୍ବଶକ୍ତିମାନ ସଦାପ୍ରଭୁ କେତେକାଳ ତୁମ୍ଭେ ତୁମ୍ଭର ଦୟାରୁ ଯିରୁଶାଲମ ଏବଂ ଯିହୁଦା ନଗରକୁ ଦୂରେଇ ରଖିବ? ସତୁରି ବର୍ଷ ଧରି ଏହି ନଗରଗୁଡ଼ିକ ଉପରେ ତୁମ୍ଭର କ୍ରୋଧ ପ୍ରକାଶ କରିଛ।”


“ପାରସ୍ୟର ରାଜା କୋରସ୍ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ମୋତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମୋତେ ଯିହୁଦା ରାଜ୍ୟର ଯିରୁଶାଲମଠାରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି।


ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି। ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି।


ଏଥିପାଇଁ ସେମାନଙ୍କୁ କୁହ, ସଦାପ୍ରଭୁ ମୋର ପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ବିଭିନ୍ନ ଗୋଷ୍ଠୀ ମଧ୍ୟରୁ ଏକତ୍ରିତ କରିବା ଏବଂ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଏବଂ ଆମ୍ଭେ ତୁମ୍ଭମାନଙ୍କୁ ଇସ୍ରାଏଲର ଭୂମି ଦେବା।


Swiv nou:

Piblisite


Piblisite