ଯିରିମୀୟ 29:14 - ପବିତ୍ର ବାଇବଲ14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା। ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀ ଅବସ୍ଥା ପରିବର୍ତ୍ତନ କରିଥିଲୁ, କିନ୍ତୁ ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ପୁନଃ ଏକତ୍ରିତ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ପୁନର୍ବାର ତୁମ୍ଭମାନଙ୍କୁ ନିର୍ବାସନ ସ୍ଥାନରୁ ଫେରାଇ ଆଣିବା।” Gade chapit laପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା। Gade chapit laଓଡିଆ ବାଇବେଲ14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା। Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।
ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।