Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:20 - ପବିତ୍ର ବାଇବଲ

20 ଏଣୁ ଆମ୍ଭଦ୍ୱାରା ଯିରୁଶାଲମରୁ ବାବିଲକୁ ତଡ଼ିତ ନିର୍ବାସିତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହେତୁ ଆମ୍ଭ ଦ୍ଵାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ଓଡିଆ ବାଇବେଲ

20 ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi




ଯିରିମୀୟ 29:20
8 Referans Kwoze  

ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗଲେ, ଏହିସବୁ ଉତ୍ତମ ଡିମ୍ବିରି ତୁଲ୍ୟ। ମୁଁ ସେମାନଙ୍କୁ ଉତ୍ତମ ବୋଲି ବିବେଚନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କ‌‌ଲ୍‌‌ଦୀୟମାନଙ୍କ ଭୂମିକୁ ତଡ଼ି ଦେଇଛି।


ହେ ସିୟୋନର କନ୍ୟା, ତୁମ୍ଭେ ପ୍ରସବ ବେଦନା ଅନୁଭବ କରି ସନ୍ତାନ ଜନ୍ମ ଦିଅ। ତୁମ୍ଭେ ନଗରର ବାହାରକୁ ଯାଅ ଏବଂ କ୍ଷେତ୍ରରେ ବାସ କର। ତୁମ୍ଭେ ବାବିଲୋନ ଯିବ। କିନ୍ତୁ ସେ ସ୍ଥାନରେ ତୁମ୍ଭେ ସୁରକ୍ଷିତ ହେବ। ଆଉ ମଧ୍ୟ ସଦାପ୍ରଭୁ ସେଠାକୁ ଯିବେ ଓ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ଦୂରେଇ ନେବେ।


ତେବେ ମୁଁ ତେଲ-ଆବୀବକୁ, କବାର ନଦୀ ତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି। ସେମାନେ ଯେଉଁ ସ୍ଥାନରେ ବାସ କରୁଥିଲେ, ସେ ସ୍ଥାନରେ ସେମାନଙ୍କ ମଧ୍ୟରେ ବିବ୍ରତ ଓ ନୀରବରେ ସାତ ଦିନ ବସି ରହିଲି।


ଏବଂ ତୁମ୍ଭେ ତୁମ୍ଭର ନିର୍ବାସିତ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ ଯେ, ‘ଏହା ସଦାପ୍ରଭୁ ଆମ୍ଭର ପ୍ରଭୁ ଏହିସବୁ କଥା କୁହନ୍ତି।’ ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ। ତୁମ୍ଭେ ଏହିସବୁ କଥା ନିଶ୍ଚୟ ସେମାନଙ୍କୁ କୁହ।”


“ହେ ଯିରିମିୟ, ତୁମ୍ଭେ ନିର୍ବାସିତ ସମସ୍ତ ଲୋକଙ୍କୁ ଏହି ସମ୍ବାଦ ଦିଅ, ‘ନିହିଲାମୀୟ ଶମୟିୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମୟିୟଙ୍କୁ ଭବିଷ୍ୟ‌ଦ୍‌ବକ୍ତା ପ୍ରଗ୍ଭର ପାଇଁ ପଠାଇ ନାହୁଁ। ମାତ୍ର ସେ ମିଥ୍ୟା କହି ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି।


“ଆମ୍ଭେ ତୁମ୍ଭମାନଙ୍କୁ ଏହି ନଗର ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତା'ପରେ ଆମ୍ଭେ ତୁମ୍ଭମାନଙ୍କର ବିଗ୍ଭର କରିବା।


ଯିରିମିୟ ନିର୍ବାସିତମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କ ପାଖକୁ, ଯାଜକଗଣଙ୍କ ପାଖକୁ, ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ପାଖକୁ ଓ ଅନ୍ୟ ସମସ୍ତ ବାବିଲ ନିବାସୀମାନଙ୍କ ନିକଟକୁ ଏକ ପତ୍ର ପ୍ରେରଣ କଲେ ଏବଂ ଏହିସବୁ ଲୋକମାନଙ୍କୁ ନବୂଖ‌ଦ୍‌ନିତ୍ସର ଯିରୁଶାଲମରୁ ବାବିଲୋନକୁ ନିର୍ବାସିତ ରୂପେ ନେଇଯାଇଥିଲେ।


ରାଜା ଯିହୋୟାଖୀନ୍, ରାଜମାତା, ନପୁଂସକଗଣ, ପ୍ରାଚୀନବର୍ଗ, ଶିଳ୍ପକାରୀଗଣ ଓ କର୍ମକାରଗଣ ଯିରୁଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ ଏହି ପତ୍ର ପଠାଗଲା।


Swiv nou:

Piblisite


Piblisite