Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:19 - ପବିତ୍ର ବାଇବଲ

19 ଆମ୍ଭେ ସଦାପ୍ରଭୁ କହୁଅଛୁ, “ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ୟବହାର କରିବା, ନାନା ଦେଶୀୟମାନଙ୍କର ପରମ ରତ୍ନସ୍ୱରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା। ପୁଣି ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ‘ପିତା’ ବୋଲି ଡାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରନି ସ୍ଵରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ନୋହିବ।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।

Gade chapit la Kopi




ଯିରିମୀୟ 3:19
32 Referans Kwoze  

କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମୋର ‘ପିତା’, ‘ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ।’


ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସେମାନଙ୍କୁ ଆଗେଇ ନେବା। ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ ସଳଖ ପଥରେ ଗମନ କରାଇବା। ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।


ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ, ଓ ଇସ୍ରାଏଲର ଯାଜକ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା ଏବଂ ଅନନ୍ତକାଳ ପର୍ଯ୍ୟନ୍ତ ଯେ, ଆମ୍ଭକୁ ରକ୍ଷା କରିଛ।


କିନ୍ତୁ ଆମ୍ଭେ ସେହି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ୱାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସେମାନଙ୍କ ଭଳି ଅଟୁ।


ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।


ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭେ ସମସ୍ତେ ପରମେଶ୍ୱରଙ୍କ ସନ୍ତାନଗଣ ଅଟ।


“ଇଫ୍ରୟିମ, ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବାକୁ ଗ୍ଭହୁଁ ନାହୁଁ। ଇସ୍ରାଏଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋୟିମ୍ ପରି ତୁମ୍ଭକୁ ହେବାକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ରେମ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।


ଏବଂ ସେ ସାଗର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହେବ ଓ କେହି ତାହାକୁ ସାହାଯ୍ୟ କରିବେ ନାହିଁ।


ଉତ୍ତର ଦେଶର ରାଜା ରମ୍ୟ ଦେଶରେ ପ୍ରବେଶ କରିବ ତହିଁରେ ଅନେକ ଦେଶ ପରାସ୍ତ ହେବେ। ମାତ୍ର ଇଦୋମ, ମୋୟାବ ଓ ଅମୋନ ଓ ସନ୍ତାନଗଣର ଅଧିପତି ତାଙ୍କ ହସ୍ତରୁ ରକ୍ଷା ପାଇବେ।


“ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସାରେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ତା'ର ବିପକ୍ଷରେ କେହି ଠିଆ ହେବେ ନାହିଁ। ଆଉ ସେ ସେହି ପବିତ୍ର ଦେଶରେ ଠିଆ ହେବ ଓ ତାହା ହସ୍ତରେ ବିନାଶର ଶକ୍ତି ରହିବ।


ତା'ପରେ ସେହି ଶିଙ୍ଗଗୁଡ଼ିକୁ ମଧ୍ୟରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ୟଦେଶ ଆଡ଼କୁ ବଢ଼ିଲା।


ସେହି ଦିନ ମୁଁ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲି ଓ ସେମାନଙ୍କୁ ଏପରି ଏକ ଦେଶକୁ ନେଇଗଲି ଯେଉଁଠାରେ ଦୁ‌ଗ୍‌ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧ୍ୟରେ ଗୌରବମୟ ଥିଲା।


ପରମେଶ୍ୱର କହନ୍ତି, “ଇଫ୍ରୟିମ ଆମ୍ଭର ପ୍ରିୟ ପୁତ୍ର। ଆମ୍ଭେ ତାହାକୁ ପ୍ରେମ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା’ ବିରୁଦ୍ଧରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା’ ପାଇଁ ଆମ୍ଭର ପ୍ରାଣ ବ୍ୟାକୁଳ ହୁଏ। ଆମ୍ଭେ ପ୍ରକୃତରେ ତାକୁ ଦୟା କରିବା।” ଏହା ସଦାପ୍ରଭୁ କହନ୍ତି।


ଅନେକ ମେଷପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି। ସେମାନେ ଆମ୍ଭର ଭୂମିକୁ ପଦଦଳିତ କରିଅଛନ୍ତି। ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସକରି ପ୍ରାନ୍ତରରେ ପରିଣତ କରିଅଛନ୍ତି।


ପରମେଶ୍ୱର ପୁଣି କହିଲେ, “ହେ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ଯେଉଁମାନେ ଈଶ୍ୱର ନୁହନ୍ତି ସେମାନେ ସେମାନଙ୍କ ନାମରେ ଶପଥ କରିଛନ୍ତି। ଆମ୍ଭେ ସେମାନଙ୍କୁ ସମସ୍ତ ଭୋଜନ ଦେଇ ପରିତୃପ୍ତ କରାଇଲେ ମଧ୍ୟ ସେମାନେ ବ୍ୟଭିଗ୍ଭରୀ ହେଲେ। ସେମାନେ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ବହୁ ସମୟ ଅତିବାହିତ କଲେ।


ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭେମାନେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।


ଜ୍ଞାନବାନଙ୍କର ଜୀବନ ସେମାନଙ୍କୁ ସମ୍ମାନ ଦିଏ। ମାତ୍ର ଅଜ୍ଞାନମାନଙ୍କର ଜୀବନ ସେମାନଙ୍କୁ ଲଜ୍ଜା ଦିଏ।


କିନ୍ତୁ ତା'ପରେ ସେହି ଲୋକମାନେ କିଣାନର ଆଶ୍ଚର୍ଯ୍ୟ ପୂର୍ଣ୍ଣ ସ୍ଥାନକୁ ଯିବା ପାଇଁ ମନା କଲେ। ସେମାନେ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ନାହିଁ ଯେ ପରମେଶ୍ୱର ସେଠାରେ ବାସ କରୁଥିବା ଲୋକମାନଙ୍କୁ ସାହାଯ୍ୟ କରିବେ।


ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।


ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ, ମୋର ଅଧିକାର ମଧ୍ୟ ଅତି ସୁନ୍ଦର।


ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା, ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’


ଆଉ ସେ ସମୟରେ ଲୋକମାନେ ଯିରୁଶାଲମକୁ ‘ସଦାପ୍ରଭୁଙ୍କ ସିଂହାସନ’ ବୋଲି କହିବେ। ସମଗ୍ର ଦେଶୀୟମାନେ ସଦାପ୍ରଭୁଙ୍କ ନାମରେ ସମ୍ମାନ ଜଣାଇବାକୁ ଯିରୁଶାଲମରେ ଏକତ୍ରିତ ହେବେ। ପୁଣି ସେମାନେ ନିଜର ଅନ୍ତଃକରଣରେ ଦୁଷ୍ଟାଗ୍ଭର ଅବାଧ୍ୟତା ଆଉ ଅନୁସରଣ କରିବେ ନାହିଁ।


ତା'ପରେ ଯିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧ୍ୟରେ ଏକ ଶ୍ରେଷ୍ଠ ସ୍ଥାନ ହେବ। ଲୋକମାନେ ଏପରି ସୁଖରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତାହା ସେମାନେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ଯ୍ୟ ହେବେ।’


“ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ, ଯେତେବେଳେ ଜଣେ ମରି ଯାଉଛି ତୁମ୍ଭର ଦୁଃଖ ଜଣାଇବା ପାଇଁ ତୁମ୍ଭେ ତୁମ୍ଭର ଶରୀର କାଟି ପକାଇବ ନାହିଁ କିଅବା ଭୃଲତାର ମଧ୍ୟସ୍ଥଳ କ୍ଷୌର ହେବ ନାହିଁ।


Swiv nou:

Piblisite


Piblisite