Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:24 - ପବିତ୍ର ବାଇବଲ

24 ମାତ୍ର ସେ ଲଜ୍ଜାସ୍ପଦ ବା‌ଲ୍‌ଦେବତା ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ, ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଭକ୍ଷ୍ୟଣ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମ-ଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଗ୍ରାସ କରିଅଛି।

Gade chapit la Kopi

ଓଡିଆ ବାଇବେଲ

24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟ କାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।

Gade chapit la Kopi




ଯିରିମୀୟ 3:24
12 Referans Kwoze  

“ସେହି ସମୟରେ ଆମ୍ଭେ ଇସ୍ରାଏଲକୁ ପାଇଲୁ, ସେମାନେ ମରୁଭୂମିରେ ସତେଜ ଦ୍ରାକ୍ଷାଲତା ସଦୃଶ ଥିଲେ। ସେମାନେ ଡିମ୍ବିରି ଗଛର ପ୍ରଥମ ଫଳ ସଦୃଶ ଥିଲେ। କିନ୍ତୁ ସେମାନେ ଯେତେବେଳେ ବାଲ୍-ପିୟୋର ନିକଟକୁ ଆସିଲେ ସେମାନେ ଲଜ୍ଜାସ୍ପଦ ମୂର୍ତ୍ତିଗୁଡ଼ିକୁ ଭକ୍ତି କଲେ। ତା'ପରେ ସେମାନେ ଭଲ ପାଉଥିବା ଜିନିଷଗୁଡ଼ିକ ଘୃଣ୍ୟ ହେଲା।


ଅଶୂରକୁ ମହାନ ରାଜାଙ୍କ ଉପହାର ସ୍ୱରୂପ ଏହାକୁ ନିଆଗଲା। ସେ ଇଫ୍ରୟିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇସ୍ରାଏଲ ତା'ର ମୂର୍ତ୍ତି ପାଇଁ ଲଜ୍ଜିତ ହେବ।


“ସେ ଜାଣି ନ ଥିଲା ଆମ୍ଭେ ଯିଏ କି ତାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା, ରୂପା ତାକୁ ଦେଇ ଗ୍ଭଲିଥିଲୁ। କିନ୍ତୁ ଇସ୍ରାଏଲୀୟମାନେ ସେହି ସୁନା ଓ ରୂପାକୁ ବା‌‌ଲ୍‌‌‌‌ର ମୂର୍ତ୍ତି ତିଆରିରେ ବ୍ୟବହାର କଲେ।


ତୁମ୍ଭେ ଯାହାସବୁ କରିଅଛ, ଯେତେବେଳେ ମୁଁ ସେସବୁକୁ ସଂଶୋଧନ କରି ଦେବି। ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।


ସେ ସମୟରେ ତୁମ୍ଭେ ଯେତେବେଳେ ଆପଣା ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ନିଜର ଚରିତ୍ରହୀନତା ଯୋଗୁଁ ଲଜ୍ଜିତା ହେବ। ମୁଁ ସେମାନଙ୍କୁ କନ୍ୟାରୂପେ ତୁମ୍ଭକୁ ଦେବି, କିନ୍ତୁ ତୁମ୍ଭର ଚୁକ୍ତି ଅନୁସାରେ ନୁହେଁ।


“ହେ ଯିହୁଦାର ଲୋକମାନେ, ତୁମ୍ଭମାନଙ୍କର ମୂର୍ତ୍ତିମାନଙ୍କର ସଂଖ୍ୟା ସେଠାରେ ଅଧିବାସୀମାନଙ୍କ ସହିତ ସମାନ। ଯିରୁଶାଲମର ରାଜପଥଗୁଡ଼ିକର ସଂଖ୍ୟା ପରି, ତୁମ୍ଭେମାନେ ବହୁତ ବେଦି ନିର୍ମାଣ କଲ, ବାଲ୍ ନିମନ୍ତେ ସୁଗନ୍ଧି ଧୂପ ଜଳାଇବା ପାଇଁ।


ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସିକା ଧ୍ୱନି ଶୁଣା ଯାଉଅଛି। ତାହାର କନିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପିତ ହେଉଅଛି। କାରଣ ସେମାନେ ଆସିଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି।”


“ଆମ୍ଭେ ତୁମ୍ଭର ସୌଭାଗ୍ୟ ସମୟରେ ତୁମ୍ଭକୁ କଥା କହିଲୁ ଓ ତୁମ୍ଭକୁ ସାବଧାନ କଲୁ। ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ। ଆମ୍ଭ ବାକ୍ୟ ପ୍ରତି ତୁମ୍ଭେ ବାଲ୍ୟାବସ୍ଥାରୁ ଅବଧାନ କରି ନାହଁ।


“ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେମାନେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ? ଏହା ଦ୍ୱାରା ତୁମ୍ଭେମାନେ ନିଜ ନିଜ ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ।


ସେମାନେ କହନ୍ତି, ‘ସେହି ସ୍ତ୍ରୀଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହେବ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହେବ।’


ପୁଣି ଆମ୍ଭେ ଯେଉଁ ସରୁ ମଇଦା, ତୈଳ ଓ ମଧୁ ତୁମ୍ଭ ଖାଦ୍ୟ ପାଇଁ ଦେଇଥିଲୁ, ତୁମ୍ଭେ ସେସବୁ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ। ତୁମ୍ଭେ ଗଣିକା ସଦୃଶ ସେହି ପ୍ରତିମାଗଣକୁ ସନ୍ତୁଷ୍ଟ କରିବାକୁ ଏହିସବୁ କଲ।” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି।


“ମୋ’ ନିମନ୍ତେ ତୁମ୍ଭେ ଯେଉଁ ପୁତ୍ର ଓ କନ୍ୟାମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ସେହି ପୁତ୍ରକନ୍ୟାଗଣକୁ ବଧ କରି ସେମାନଙ୍କୁ ଭଣ୍ଡ ଦେବତାର ଖାଦ୍ୟରୂପେ ଉତ୍ସର୍ଗ କଲ। ତୁମ୍ଭେ ଯଥେଷ୍ଟ ବେଶ୍ୟାବୃତ୍ତି କଲ ନାହିଁ କି?


Swiv nou:

Piblisite


Piblisite