ଯିରିମୀୟ 30:10 - ପବିତ୍ର ବାଇବଲ10 ଏଣୁ ସଦାପ୍ରଭୁ କହନ୍ତି, “ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ୱ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ। କେହି ତାହାକୁ ଭୟ ଦେଖାଇବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Gade chapit laଓଡିଆ ବାଇବେଲ10 ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Gade chapit la |
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।