ଯିରିମୀୟ 30:3 - ପବିତ୍ର ବାଇବଲ3 କାରଣ ସଦାପ୍ରଭୁ କହନ୍ତି, “ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱ ଅବସ୍ଥା ପରିବର୍ତ୍ତନ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି; ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ। Gade chapit laଓଡିଆ ବାଇବେଲ3 କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି,’ ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।” Gade chapit la |
ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।”
ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।