Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:36 - ପବିତ୍ର ବାଇବଲ

36 ତା'ପରେ ସଦାପ୍ରଭୁ ଏହା କହନ୍ତି, “ଯେବେ ସୂର୍ଯ୍ୟ, ଚନ୍ଦ୍ର, ତାରକା ଓ ସମୁଦ୍ର ମୋ’ ନିୟନ୍ତ୍ରଣରେ ନ ରହନ୍ତି, ତେବେ କେବଳ ଇସ୍ରାଏଲ ବଂଶଧର ଆମ୍ଭ ସମ୍ମୁଖରେ ଗୋଟିଏ ଦେଶ ହେବାରୁ ବିରତ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଯେବେ ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ-ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ, ଏହା ପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

36 “ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 “ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 31:36
13 Referans Kwoze  

ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।


ସଦାପ୍ରଭୁ କହନ୍ତି, “ହେ ମୋର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ। କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ, ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ଆମ୍ଭେ ସେମାନଙ୍କୁ ସଂହାର କରିବା। ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ। ଆମ୍ଭେ ତୁମ୍ଭକୁ ବିବେଚନା ପୂର୍ବକ ଶାସ୍ତି ଦେବା। ମାତ୍ର ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।”


ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।


ଆମ୍ଭେମାନେ ତୁମ୍ଭର ଦାସ ଅଟୁ ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ। ଏବଂ ସେମାନଙ୍କର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।”


ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।


ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ।


“‘ଆମ୍ଭେ ଚିନ୍ତା କଲୁ ଇସ୍ରାଏଲୀୟମାନଙ୍କୁ ଧ୍ୱଂସ କରିବା ପାଇଁ। ତେଣୁ ଲୋକମାନେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଭୁଲିଯିବେ।


ତୁମ୍ଭେ ଆକାଶ ମଣ୍ଡଳର ନିୟମସବୁ ଜାଣ କି? ତୁମ୍ଭେ ତାକୁ ପୃଥିବୀକୁ ଶାସନ କରିବାକୁ କହିପାରିବ କି?


ପୁଣି ଆମ୍ଭେ ଯାକୁବଠାରୁ ଗୋଟିଏ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତମାନଙ୍କର ଏକ ଅଧିକାରୀ ଉତ୍ପନ୍ନ କରିବା। ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି ସ୍ଥାପନ କରିବେ।


Swiv nou:

Piblisite


Piblisite