Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:15 - ପବିତ୍ର ବାଇବଲ

15 ଆଉ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଭବିଷ୍ୟତରେ ଆମ୍ଭର ଲୋକମାନେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରିବେ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ ଓ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।

Gade chapit la Kopi

ଓଡିଆ ବାଇବେଲ

15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’

Gade chapit la Kopi




ଯିରିମୀୟ 32:15
13 Referans Kwoze  

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ସେତେବେଳେ ଲୋକମାନେ ଏକତ୍ର ବସିବେ ଓ ସେମାନଙ୍କର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ। ସେମାନେ ଡିମ୍ବିରି ବୃକ୍ଷତଳେ ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।”


ସଦାପ୍ରଭୁ କହନ୍ତି, “ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ୱର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସେହି ଧ୍ୱଂସ ସ୍ଥାନରେ ନଗର ନିର୍ମିତ ହେବ ଓ ରାଜଗୃହ ଯଥା ସ୍ଥାନରେ ପୁନଃନିର୍ମିତ ହେବ।


‘ଆଉ ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପରେ ଯେଉଁସବୁ ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିଦେଇଥିଲୁ, ସେହି ସହସ୍ର ଦେଶରୁ ପୁନର୍ବାର ସେମାନଙ୍କୁ ସଂଗ୍ରହ କରିବା। ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସେମାନଙ୍କୁ ଶାନ୍ତି ଏବଂ ନିରାପଦରେ ଏହି ସ୍ଥାନରେ ବାସ କରାଇବା।


“ପୁଣି ଯିହୁଦା ଓ ତାହାର ନଗର ସବୁରେ କୃଷକମାନେ ଓ ପଲ ନେଇ ଭ୍ରମଣକାରୀମାନେ ଏକତ୍ର ଶାନ୍ତିରେ ବାସ କରିବେ।


ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ। ସେମାନେ ଆଉ ଦୁଃଖୀ ହେବେ ନାହିଁ।


ତୁମ୍ଭେ କୃଷକମାନେ ପୁନର୍ବାର ଶମରିୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ। ତୁମ୍ଭେମାନେ ରୋପଣ କରି ତାହାର ଫଳ ଭୋଗ କରିବ।


ଆମ୍ଭେ ଆମ୍ଭ ଦାସର ବାକ୍ୟ ଦୃଢ଼ କରୁ ଓ ଆମ୍ଭ ଦୂତମାନଙ୍କର ମନ୍ତ୍ରଣା ସିଦ୍ଧ କରୁ। ପୁଣି ସଦାପ୍ରଭୁଙ୍କର ବାକ୍ୟ ଉତ୍ତମ ବୋଲି ଆମ୍ଭେ ଦେଖାଇ ଦେଉ। ସଦାପ୍ରଭୁ ଯିରୁଶାଲମ ବିଷୟରେ କୁହନ୍ତି, “ତାହା ପୁଣି ବସତି ବିଶିଷ୍ଟ ହେବ ଓ ଯିହୁଦାର ନଗର ବିଷୟରେ ସେ କୁହନ୍ତି, ସେ ସବୁ ପୁନଃନିର୍ମିତ ହେବ। ପୁଣି ଧ୍ୱଂସପ୍ରାପ୍ତ ନଗରଗୁଡ଼ିକ ପୁଣି ଗଢ଼ି ଉଠିବ।”


“ସୈନ୍ୟାଧିପତି ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେ ଏହି ଦୁଇଖଣ୍ଡ କ୍ରୟ ଦଲିଲ୍ ନିଅ, ଗୋଟିଏ ମୁଦି ଦିଆଯାଇଥିବା ଓ ଅନ୍ୟଟି ଖୋଲା ଓ ତାହା ଯେପରି ଦୀର୍ଘକାଳ ରହିବ ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’


ସେମାନେ ତାହା ମଧ୍ୟରେ ନିରାପଦରେ ବାସ କରିବେ। ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବେ। ମୁଁ ତା'ର ଚତୁର୍ଦ୍ଦିଗସ୍ଥିତ ସମସ୍ତ ଦେଶକୁ ଦଣ୍ଡିତ କରିବି ଯେଉଁମାନେ ସେମାନଙ୍କୁ ତିରସ୍କାର କଲେ, ତା'ପରେ ସେମାନେ ନିରାପଦରେ ବାସ କରିବେ, ତହିଁରେ ମୁଁ ଯେ ସଦାପ୍ରଭୁ ଓ ସେମାନଙ୍କର ପରମେଶ୍ୱର ଅଟେ ଏହା ସେମାନେ ଜାଣିବେ।”


“ପୁଣି ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ନିଜେ ମୋତେ କହିଲ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ।’ ମାତ୍ର ଯେତେବେଳେ ଏହି ଭୂମି କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି, ମୁଁ କାହିଁକି ମୋର ଅର୍ଥ ନଷ୍ଟ କରିବି?”


Swiv nou:

Piblisite


Piblisite