ଯିରିମୀୟ 32:40 - ପବିତ୍ର ବାଇବଲ40 “‘ପୁଣି ସେମାନଙ୍କର ମଙ୍ଗଳ ପାଇଁ ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା। ସେମାନେ ଯେପରି ଆମ୍ଭଠାରୁ ଦୂରେଇ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତରରେ ସ୍ଥାପନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନୋହିବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ନୋହିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା। Gade chapit laଓଡିଆ ବାଇବେଲ40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା। Gade chapit la |
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!