Biblia Todo Logo
Bib sou entènèt

- Piblisite -




ଯିରିମୀୟ 34:1 - ପବିତ୍ର ବାଇବଲ

1 ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ, ତାହାର ଶାସନାଧୀନ ସମସ୍ତ ରାଜ୍ୟ ଓ ସମସ୍ତ ଗୋଷ୍ଠୀ ଯିରୁଶାଲମ ଓ ତାହାର ନଗର ସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ଵାଧୀନ ଭୂଖଣ୍ତର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା :

Gade chapit la Kopi

ଓଡିଆ ବାଇବେଲ

1 ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା :

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:

Gade chapit la Kopi




ଯିରିମୀୟ 34:1
14 Referans Kwoze  

ସଦାପ୍ରଭୁ ପୁଣି କହିଲେ, “ଏହା ହେବ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟ ସମୂହର ସମୁଦାୟ ଗୋଷ୍ଠୀକୁ ଡାକିବା।” “ତେଣୁ ସେମାନେ ଆସି ଯିରୁଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ନିଜ ନିଜ ସିଂହାସନ ସ୍ଥାପନ କରିବେ।


ସେତେବେଳେ ବାବିଲ ରାଜାର ସୈନ୍ୟଗଣ ଯିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।


ପରମେଶ୍ୱର ତାଙ୍କୁ ଏପରି ମହିମାନ୍ୱିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ। ସେ ଯାହାକୁ ମାରିବାକୁ ଗ୍ଭହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଗ୍ଭହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସାରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସାରେ ଜଣେ ଅବନତ ହେଲା।


ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି। ଆପଣ ବୃଦ୍ଧି ପାଇ ବଳବାନ୍ ହୋଇଅଛନ୍ତି। କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି। ଆଉ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।


ସମୁଦାୟ ପୃଥିବୀ ନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖ‌ଦ୍‌ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ୟରୂପେ ଶାନ୍ତି ହେଉ।


ସେତେବେଳେ ବାବିଲ ରାଜାର ସୈନ୍ୟ ଯିରୁଶାଲମ ବିରୁଦ୍ଧରେ, ଯିହୁଦାର ଅବଶିଷ୍ଟ ସକଳ ନଗର ବିରୁଦ୍ଧରେ ଓ ଲାଖୀଶ ଏବଂ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ। କାରଣ ଯିହୁଦା ଦେଶର ନଗର ସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର ବେଷ୍ଟିତ ନଗର ଅବଶିଷ୍ଟ ଥିଲା।


ପ‌‌‌ଶ୍‌‌‌ହୂର ଓ ସିଫନିୟ ଯିରିମିୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷରେ ସମସ୍ତ ଆଶ୍ଚର୍ଯ୍ୟ କ୍ରିୟା କରି ପାରନ୍ତି, ଯେପରି ସେ ଅତୀତରେ କରିଥିଲେ। ଆଉ ମଧ୍ୟ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ଓ ସେ ପ୍ରସ୍ଥାନ କରିବ।”


ଯିହୁଦାର ରାଜା ସିଦିକିୟର ଦଶମ ବର୍ଷରେ ଅର୍ଥାତ୍ ନବୂଖ‌ଦ୍‌ନିତ୍ସରର ଶାସନର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


Swiv nou:

Piblisite


Piblisite