ଯିରିମୀୟ 34:14 - ପବିତ୍ର ବାଇବଲ14 ଆମ୍ଭେ ସେମାନଙ୍କୁ କହିଥିଲୁ, ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବୀକ୍ରିତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାଙ୍କୁ ମୁକ୍ତ କରିବ।’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭର ବାକ୍ୟ ଶୁଣିଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ; ମାତ୍ର ତୁମ୍ଭ-ମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ। Gade chapit laଓଡିଆ ବାଇବେଲ14 ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ; ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ। Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ।