Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:1 - ପବିତ୍ର ବାଇବଲ

1 ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱ କାଳରେ ସଦାପ୍ରଭୁଙ୍କ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi




ଯିରିମୀୟ 35:1
14 Referans Kwoze  

ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଅଧିକାରର ପ୍ରଥମ ବର୍ଷରେ ଓ ଯୋଶିୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ଅଧିକାରର ଚତୁର୍ଥ ବର୍ଷରେ, ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା।


ଯେତେବେଳେ ଯୋଶିୟଙ୍କ ପୁତ୍ର ଯିହୋୟାକୀମ୍ ଯିହୁଦାର ରାଜା ଥିଲେ, ଯୋଶିୟଙ୍କ ପୁତ୍ର ଯିହୁଦାର ରାଜା ସିଦିକିୟଙ୍କ ରାଜତ୍ୱର ଏକାଦଶ ବର୍ଷ ପଞ୍ଚମ ମାସରେ ଓ ଯିରୁଶାଲମକୁ ନିର୍ବାସିତ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ସେହି ବାକ୍ୟ ଯିରିମିୟଙ୍କୁ ଦେଲେ।


ଯିହୋୟାକୀମ୍ ଫାରୋକୁ ସେହିସବୁ ସୁନା ଓ ରୂପା ଦେଲେ ମାତ୍ର ଫାରୋ ଆଜ୍ଞାନୁସାରେ ସେହି ରୌପ୍ୟ ଓ ସୁବର୍ଣ୍ଣ ଦେବା ନିମିତ୍ତ ସେ ଦେଶବାସୀଙ୍କ ଉପରେ କର ବସାଇଲେ। ସେ ଫାରୋଙ୍କୁ ଦେବା ପାଇଁ ନିରୂପିତ କର ଅନୁସାରେ ଦେଶବାସୀଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।


ଯିହୁଦାର ରାଜା ଯିହୋୟାକୀମ୍‌‌‌ର ରାଜତ୍ୱର ତୃତୀୟ ବର୍ଷରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ସୈନ୍ୟବାହିନୀ ସହ ଆସି ଯିରୁଶାଲମକୁ ଅବରୋଧ କଲା।


ମିଶର ଦେଶ ସମ୍ବନ୍ଧରେ ଏହି ବାର୍ତ୍ତା। ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର, ମିଶରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟ ସାମନ୍ତ ବିଷୟକ କଥା।


ପୁଣି ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କୁ ତୁମ୍ଭେ ଏହା କହିବ, ‘ସଦାପ୍ରଭୁ ଏହା କହନ୍ତି, “ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ। ଆଉ ଏହାକୁ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ। ଏପରି କଥା ସେଥିରେ ଅଛି? ଏଥି ସକାଶେ ତୁମ୍ଭେ ଏହି ପୁସ୍ତକ ଦ‌ଗ୍‌ଧ କରିଅଛ।”


ଏହା ପରେ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ପଞ୍ଚମ ବର୍ଷର ନବମ ମାସରେ ଯିରୁଶାଲମର ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୁଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।


ଅନନ୍ତର ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା। ଯଥା:


ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ପ୍ରାରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।


ତହୁଁ ଫାରୋ-ନଖୋ ଯୋଶିୟଙ୍କର ପୁତ୍ର ଇଲିୟାକୀମ୍ ଯିଏ ଯୋଶିୟଙ୍କର ସ୍ଥାନରେ ନୂଆ ରାଜା ପଦରେ ଘୋଷଣା କଲେ, ସେ ତାଙ୍କର ନାମ ଯିହୋଯାକୀମ୍ ରଖିଲା। କିନ୍ତୁ ଯିହୋୟାହ‌ସଙ୍କୁ ସେ ମିଶରକୁ ନେଇଗଲେ ଓ ସେହିଠାରେ ତାଙ୍କର ମୃତ୍ୟୁ ହେଲା।


ଯେତେବେଳେ ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କ ପୁତ୍ର ଯିହୋୟାଖୀ‌‌‌ନ୍‌‌‌ଙ୍କୁ ଓ ଯିହୁଦାର ଓ ଯିରୁଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ନବୂଖ‌ଦ୍‌ନିତ୍ସର ବନ୍ଦୀକରି ବାବିଲକୁ ନେଇଗଲେ ସେତେବେଳେ ସେ ସବୁ ଜିନିଷ ନେଇ ନ ଥିଲେ।


Swiv nou:

Piblisite


Piblisite