Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:15 - ପବିତ୍ର ବାଇବଲ

15 ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।

Gade chapit la Kopi

ଓଡିଆ ବାଇବେଲ

15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।

Gade chapit la Kopi




ଯିରିମୀୟ 35:15
31 Referans Kwoze  

“ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’


ମୁଁ ପ୍ରଥମେ ଦମ୍ମେସକ ନଗରରେ, ପରେ ଯିରୁଶାଲମରେ ସମଗ୍ର ଯିହୂଦା ଓ ଅଣଯିହୂଦୀ ଦେଶମାନଙ୍କରେ ମଧ୍ୟ ପ୍ରଗ୍ଭର କଲି। ମୁଁ ସେମାନଙ୍କୁ ଅନୁତାପ କରି ପରମେଶ୍ୱରଙ୍କ ପାଖକୁ ଫେରିବା ପାଇଁ କହିଲି। ସେମାନଙ୍କ ହୃଦୟ ପରିବର୍ତ୍ତନ ପାଇଁ ଉଚିତ୍ କାର୍ଯ୍ୟ କରିବା ପାଇଁ ମଧ୍ୟ କହିଲି।


ଆଉ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କର, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ ଓ ତାଙ୍କର ଦାସଗଣଙ୍କ ସହିତ ସମସ୍ତ ଲୋକ ଏହି ଫାଟକ ଦେଇ ଗୃହରେ ପ୍ରବେଶ କରିବେ।


ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ୱରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ୱର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥା’ନ୍ତି।


“ଯେତେବେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତରେ ମୋ’ କଥା ଶୁଣେ। ଯେତେବେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତେବେଳେ ଜଣେ ମୋତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।”


ଆମ୍ଭେ ସେମାନଙ୍କୁ କହିଥିଲୁ, ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବୀକ୍ରିତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାଙ୍କୁ ମୁକ୍ତ କରିବ।’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭର ବାକ୍ୟ ଶୁଣିଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ।


ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ।


ହେ ଯିରୁଶାଲମ ନିବାସୀଗଣ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦୟରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦୟକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ଦିଅ ନାହିଁ।


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଯଦି ତୁମ୍ଭେ ଫେରି ଆସିବାକୁ ଇଚ୍ଛା କରୁଛ, ତେବେ ମୋ’ ନିକଟକୁ ଫେରି ଆସ। ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମୋ’ ଚକ୍ଷୁ ସମ୍ମୁଖରୁ ଫିଙ୍ଗିଦିଅ ଓ ବିପଥଗାମୀ ହୁଅ ନାହିଁ।


ସଦାପ୍ରଭୁ କହନ୍ତି, “ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ୟରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।


ତୁମ୍ଭେମାନେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡ଼ିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ ଜୀବନ ଦେବେ ସେହି ଦେଶରେ, ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବଙ୍କୁ କହିଥିଲେ।”


“ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ।


ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚା‌ଦ୍‌ଗାମୀ ହେବ ନାହିଁ।


ମାତ୍ର ସେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ। ପ୍ରତ୍ୟେକ ନିଜ ନିଜ ଦୁଷ୍ଟ ଅନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କଲେ। ଚୁକ୍ତି ଅନୁସାରେ ଆଜ୍ଞା ପାଳନ ନ କଲେ ଯାହା ମନ୍ଦ ଘଟିବା କଥା ସେମାନଙ୍କ ଉପରେ ତାହା ବର୍ତ୍ତାଇଲୁ। ତଥାପି ସେମାନେ ପାଳନ କଲେ ନାହିଁ।’”


ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣରେ ଅବାଧ୍ୟ ହୋଇ ଗ୍ଭଲନ୍ତି ଆଉ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚା‌‌ଦ୍‌‌ଗମନ କରନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”


ସେମାନେ ଯଦି ଆମ୍ଭ ସ୍ୱର୍ଗୀୟ ସଭାରେ ଠିଆ ହେଇଆନ୍ତେ, ତେବେ ସେମାନେ ଆମ୍ଭର ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇ ଥା’ନ୍ତେ। ଆଉ ସେମାନେ ସେମାନଙ୍କୁ କୁପଥରୁ ଓ କୁକର୍ମରୁ ନିବୃତ୍ତ କରାଇଥାଆନ୍ତେ।”


ପୁଣି ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।


ଆମ୍ଭେ ଆମ୍ଭର ଦାସ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭେମାନେ ସେମାନଙ୍କ କଥା ପ୍ରତି ଅବଧାନ କରି ନାହଁ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ତାହା ପ୍ରତି କର୍ଣ୍ଣପାତ କଲେ ନାହିଁ।” ପୁଣି ସଦାପ୍ରଭୁ କହନ୍ତି, “ସେମାନଙ୍କ ନିକଟକୁ ବାରମ୍ବାର ଆମ୍ଭର ଦାସକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ବାକ୍ୟ ଶୁଣିଲେ ନାହିଁ।


“ସେମାନେ ଆମ୍ଭ ପ୍ରତି ବିମୁଖ ହୋଇ ଆମ୍ଭ ପ୍ରତି ବିମୁଖ ହୋଇଅଛନ୍ତି। ଆମ୍ଭେ ସେମାନଙ୍କୁ ବାରମ୍ବାର ଶିକ୍ଷା ଦେଲେ ହେଁ ସେମାନେ ତାହା ଶୁଣି ନାହାନ୍ତି।


ମୁଁ ତାଙ୍କ ଉପରକୁ ବିପର୍ଯ୍ୟୟ ଆଣିବାର ଯୋଜନା ଶୁଣିଲା ପରେ ଏହା ଏପରି ହୋଇପାରେ, ସେମାନେ ଭୁଲ ରାସ୍ତାରୁ ଫେରି ପାରନ୍ତି ଏବଂ ତା'ପରେ ମୁଁ ସେମାନଙ୍କୁ କ୍ଷମା କରି ଦେବି।”


Swiv nou:

Piblisite


Piblisite