Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:17 - ପବିତ୍ର ବାଇବଲ

17 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସେମାନଙ୍କ ପ୍ରତି ଘଟାଇବା। କାରଣ ଆମ୍ଭେ ସେମାନଙ୍କୁ ଯେଉଁ କଥା କହିଅଛୁ, ସେମାନେ ଶୁଣୁ ନାହାନ୍ତି। ଆଉ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”

Gade chapit la Kopi




ଯିରିମୀୟ 35:17
28 Referans Kwoze  

ମୁଁ ସେମାନଙ୍କ ପ୍ରତି କଠୋର ହେବି ଓ ଆଣିବି ଯାହା ସେମାନେ ଭୟ କରନ୍ତି କାରଣ ସେମାନେ ଉତ୍ତର କଲେ ନାହିଁ, ଯେତେବେଳେ ମୁଁ ସେମାନଙ୍କୁ ଡାକିଲି ଏବଂ ଶୁଣିଲେ ନାହିଁ ଯେତେବେଳେ ସେମାନେ କୁହା ହେଲେ। ସେମାନେ ସବୁକିଛି କଲେ ଯାହା ମୋର ଚକ୍ଷୁରେ ମନ୍ଦ ବୋଲି ବୁଝା ହେଲା। ସେମାନେ ଜିନିଷ ମନୋନୀତ କଲେ, ଯାହା ମୁଁ ପସନ୍ଦ କଲି ନାହିଁ।”


କିନ୍ତୁ ଇସ୍ରାଏଲ ଲୋକଙ୍କ ବିଷୟରେ ପରମେଶ୍ୱର ଏହା କହନ୍ତି, “ଆମ୍ଭେ ଏହି ଲୋକଙ୍କ ପାଇଁ ଦିନସାରା ଅପେକ୍ଷା କରିଥିଲେ ମଧ୍ୟ, ସେମାନେ ଆମ୍ଭକୁ ମାନିଲେ ନାହିଁ ଓ ଅନୁସରଣ କଲେ ନାହିଁ।”


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହିସବୁ ଦୁଷ୍କର୍ମ କରିଅଛ। ମୁଁ ତୁମ୍ଭମାନଙ୍କୁ ବାରମ୍ବାର କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ମୁଁ ତୁମ୍ଭମାନଙ୍କୁ ଡାକିଲି, କିନ୍ତୁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ।


ତୁମ୍ଭମାନଙ୍କୁ ଆମ୍ଭେ ‌‌ଖ‌ଡ଼୍‌ଗରେ ଚ୍ଛେଦନ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟସ୍ଥାନରେ ନଇଁ ପଡ଼ିବ। କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ସେହି କାର୍ଯ୍ୟ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସେହି କାର୍ଯ୍ୟକୁ ମନୋନୀତ କଲ।”


ଜଣେ ଲୋକ ଭାବେ ସେ ଯାହା କହୁଛି, ତାହା ଠିକ୍। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ପରୀକ୍ଷା କରନ୍ତି।


ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ୱଂସ ହେବ। ଏହା ଗ୍ଭଷ ଭୂମିରେ ପରିଣତ ହେବ। ଯିରୁଶାଲମ ମଧ୍ୟ ପ୍ରସ୍ତର ସ୍ତୁପରେ ପରିଣତ ହେବ। ମନ୍ଦିରର ପର୍ବତ ଶୂନ୍ୟ ପାହାଡ଼ ହୋଇ ବଣବୁଦାରେ ଆବୃତ ହେବ।


“ସେମାନେ ଆମ୍ଭ ପ୍ରତି ବିମୁଖ ହୋଇ ଆମ୍ଭ ପ୍ରତି ବିମୁଖ ହୋଇଅଛନ୍ତି। ଆମ୍ଭେ ସେମାନଙ୍କୁ ବାରମ୍ବାର ଶିକ୍ଷା ଦେଲେ ହେଁ ସେମାନେ ତାହା ଶୁଣି ନାହାନ୍ତି।


ଆମ୍ଭେ ଆମ୍ଭର ଦାସ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭେମାନେ ସେମାନଙ୍କ କଥା ପ୍ରତି ଅବଧାନ କରି ନାହଁ।


ମାତ୍ର ସେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ। ପ୍ରତ୍ୟେକ ନିଜ ନିଜ ଦୁଷ୍ଟ ଅନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କଲେ। ଚୁକ୍ତି ଅନୁସାରେ ଆଜ୍ଞା ପାଳନ ନ କଲେ ଯାହା ମନ୍ଦ ଘଟିବା କଥା ସେମାନଙ୍କ ଉପରେ ତାହା ବର୍ତ୍ତାଇଲୁ। ତଥାପି ସେମାନେ ପାଳନ କଲେ ନାହିଁ।’”


ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।


ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟକୁ ତୁଚ୍ଛ ମନେ କରେ, ସେ ନିଜର ବିନାଶ କରେ। ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।


“ମୁଁ ଏକ ପ୍ରଳୟଙ୍କାରୀ ବନ୍ୟା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ୱଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।


ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ।


“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା କାରଣ ସେମାନେ ମୋର ବାକ୍ୟ ନ ମାନି ଅବାଧ୍ୟ ହୋଇଅଛନ୍ତି।’”


ପୁଣି ଆମ୍ଭେ ରାଜା ଯିହୋୟାକୀ‌‌‌ମ୍‌‌‌କୁ, ତାହାର ବଂଶଧରକୁ ଓ ତାହାର ସମସ୍ତ ଦାସଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା। ଆଉ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେଉଁସବୁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୁଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ଘଟାଇବା। କାରଣ ସେମାନେ ଆମ୍ଭ କଥା ଶୁଣିଲେ ନାହିଁ।”’


ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା। ସେମାନେ ସେଥିରୁ ରକ୍ଷା ପାଇପାରିବେ ନାହିଁ। ସେମାନେ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ମଧ୍ୟ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


Swiv nou:

Piblisite


Piblisite