Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:10 - ପବିତ୍ର ବାଇବଲ

10 ସେତେବେଳେ ବାରୂକ ସେହି ନଳାକାର ପୁସ୍ତକ ଲିଖିତ ଯିରିମିୟଙ୍କ ସମସ୍ତ ବାକ୍ୟ ପାଠ କଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ମନ୍ଦିରର ନୂତନ ଫାଟକ ନିକଟରେ ଓ ଶାଫନ ଲେଖକର ପୁତ୍ର ଗମରିୟର କୋଠରୀରେ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚରରେ ତାହା ପାଠ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶସ୍ଥାନ ନିକଟରେ, ଶାଫନ ଲେଖକର ପୁତ୍ର ଗମରୀୟର କୋଠରୀରେ, ସେହି ପୁସ୍ତକରୁ ଯିରିମୀୟଙ୍କର କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।

Gade chapit la Kopi

ଓଡିଆ ବାଇବେଲ

10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।

Gade chapit la Kopi




ଯିରିମୀୟ 36:10
17 Referans Kwoze  

ବାରୂକ ତାହା ପାଠ କଲାବେଳେ ଶାଫନର ପୌତ୍ର ଗମରିୟର ପୁତ୍ର ମୀଖାୟ ସଦାପ୍ରଭୁଙ୍କର ବାକ୍ୟ ଶୁଣିଲେ।


ଆଉ ସେ ନଗରରୁ ଯୋଦ୍ଧାମାନଙ୍କ ଦାୟିତ୍ୱରେ ଥିବା ଅଧିପତିଗଣଙ୍କୁ, ନଗରର ସାତ ଜଣ ରାଜାଙ୍କର ଉପଦେଷ୍ଟାଙ୍କୁ ଦେଶର ଲୋକ ଗଣନାକାରୀ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଜଣଙ୍କୁ ବନ୍ଦୀକରି ନେଲା।


ଅନନ୍ତର ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ମନ୍ଦିରକୁ ଆସିଲେ ଓ ସଦାପ୍ରଭୁଙ୍କ ମନ୍ଦିରର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।


ଆଉ ରାଜା ଯେପରି ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇ‌‌ଲ୍‌‌ନାଥନ୍, ଦଲାୟ ଓ ଗମରିୟ ତାହାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।


ଅହୀଟୂବର ପୁତ୍ର ସାଦୋକ୍ ଓ ଅବିୟାଥରର ପୁତ୍ର ଅହୀମେଲକ ଯାଜକ ଥିଲେ। ସରାୟ ଲେଖକ ଥିଲେ।


ତେଣୁ ନେରିୟର ପୁତ୍ର ବାରୂକ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କର କହିବାନୁସାରେ ସମସ୍ତ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ପାଠ କଲେ।


ତେଣୁ ତୁମ୍ଭେ ଯାଅ ଓ ମୋ’ ମୁଖରୁ ଯାହାସବୁ ଶୁଣିଛ ଏହି ପୁସ୍ତକରେ ଲେଖ, ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ମନ୍ଦିରରେ ଉପସ୍ଥିତ ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କର। ଆଉ ମଧ୍ୟ ଯିହୁଦାର ନଗରଗୁଡ଼ିକରୁ ଆଗତ ସମସ୍ତ ଲୋକଙ୍କ ଶୁଣିବା ଭଳି ତାହା ପାଠ କର।


ସେମାନଙ୍କୁ ସଦାପ୍ରଭୁଙ୍କ ଗୃହକୁ ନେଇଗଲି। ମୁଁ ପରମେଶ୍ୱରଙ୍କ ଲୋକ ଯି‌ଗ୍‌ଦଲିୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା।


ଯିହୁଦାର ରାଜା ସିଦିକିୟ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ନିକଟକୁ ଶାଫନର ପୁତ୍ର ଇଲିୟାସା ଓ ହି‌ଲ୍‌‌‌କିୟର ପୁତ୍ର ଗମରିୟକୁ ପଠାଇଲେ। ଯିରିମିୟ ସେହିମାନଙ୍କ ହସ୍ତରେ ପତ୍ର ଦେଲେ। ସେହି ପତ୍ରଟି ଏହିପରି ପାଠ କରାଗଲା।


ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ୟା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।


ହି‌ଲ୍‌‌‌କିୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ, ଶି‌ବ୍‌ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମ ଇତିହାସ ଲେଖକ ନିଜ ନିଜ ବସ୍ତ୍ରସବୁ ଚିରି ହିଜକିୟ ନିକଟକୁ ଆସି ଆଦେଶକାରୀ କଥାସବୁ ତାଙ୍କୁ ଜଣାଇଲେ।


ମାତ୍ର ସେ ଉଚ୍ଚସ୍ଥଳୀଗୁଡ଼ିକୁ ବିନିଷ୍ଟ କଲେ ନାହିଁ। ସେ ସମୟରେ ମଧ୍ୟ ଲୋକମାନେ ସେହି ଉଚ୍ଚସ୍ଥଳୀରେ ବଳୀଦାନ କଲେ ଓ ଧୂପ ଜଳାଇଲେ। ଯୋଥମ୍ ସଦାପ୍ରଭୁଙ୍କ ମନ୍ଦିରର ଉପର ଦ୍ୱାର ନିର୍ମାଣ କଲେ।


ଶିବା ଥିଲା ଲେଖକ, ପୁଣି ସାଦୋକ୍ ଓ ଅବିୟାଥର ଯାଜକ ଥିଲେ।


ତା'ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରତ୍ୟେକ କାନ୍ଥ ତିନି ଧାଡ଼ି କଟା ପଥରରେ ଓ ଏକଧାଡ଼ି ଏରସ କାଠର କଡ଼ିରେ କରାଗଲା।


କିନ୍ତୁ ନେରିୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଇ ଅଛି। କ‌‌ଲ୍‌‌ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ଆମ୍ଭମାନଙ୍କୁ ବାବିଲକୁ ନେଇଯିବେ।”


ପ୍ରତ୍ୟେକ ଫାଟକର ତ୍ୱରଣ ନିକଟରେ ଏକ ଦ୍ୱାର ବିଶିଷ୍ଟ ଏକ କୋଠରୀ ଥିଲା। ସେଠାରେ ଯାଜକମାନେ ହୋମବଳି ଧୌତ କଲେ।


ଯୋଶିୟ ତାଙ୍କ ରାଜତ୍ୱର ଅଷ୍ଟାଦଶ ବର୍ଷରେ ମଶୁଲ୍ଲମର ପୌତ୍ର, ଅ‌ତ୍‌ସଲିୟର ପୁତ୍ର ଶାଫନ ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ପଠାଇ କହିଲେ।


Swiv nou:

Piblisite


Piblisite