Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:14 - ପବିତ୍ର ବାଇବଲ

14 ତାହାପରେ ଅଧିପତିଗଣ କୁଶିର ପ୍ରପୌତ୍ର, ଶେଲିମିୟର ପୌତ୍ର, ନଥନିୟର ପୁତ୍ର ଯିହୁଦୀକୁ ପଠାଇଲେ। ଏବଂ ତାକୁ କହିଲେ, ତୁମ୍ଭେ ଲୋକମାନଙ୍କ କର୍ଣ୍ଣଗୋଚରରେ ଯେଉଁ ନଳାକାର ପୁସ୍ତକ ପାଠ କରିଅଛ, “ତାହା ନେଇ ଏଠାକୁ ଆସ।” ତା'ପରେ ନେରିୟର ପୁତ୍ର ବାରୂକ ଚିଟାଉ ନେଇ ସେମାନଙ୍କ ନିକଟକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏହେତୁ ଅଧିପତି ସମସ୍ତେ କୁଶିର ପ୍ରପୌତ୍ର, ଶେଲିମୀୟର ପୌତ୍ର, ନଥନୀୟର ପୁତ୍ର ଯିହୁଦିକୁ ବାରୂକ ନିକଟକୁ ପଠାଇ କହିଲେ, ତୁମ୍ଭେ ଲୋକମାନଙ୍କ କର୍ଣ୍ଣଗୋଚରରେ ଯେଉଁ ପୁସ୍ତକ ପାଠ କରିଅଛ, ତାହା ହସ୍ତରେ ଘେନି ଆସ। ତହିଁରେ ନେରୀୟର ପୁତ୍ର ବାରୂକ ପୁସ୍ତକଟି ହସ୍ତରେ ଘେନି ସେମାନଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

14 ଏହେତୁ ଅଧିପତି ସମସ୍ତେ କୂଶୀର ପ୍ରପୌତ୍ର, ଶେଲିମୀୟର ପୌତ୍ର, ନଥନୀୟର ପୁତ୍ର ଯିହୁଦୀକୁ ବାରୂକ ନିକଟକୁ ପଠାଇ କହିଲେ, “ତୁମ୍ଭେ ଲୋକମାନଙ୍କ କର୍ଣ୍ଣଗୋଚରରେ ଯେଉଁ ନଳାକାର ପୁସ୍ତକ ପାଠ କରିଅଛ, ତାହା ହସ୍ତରେ ଘେନି ଆସ।” ତହିଁରେ ନେରୀୟର ପୁତ୍ର ବାରୂକ ନଳାକାର ପୁସ୍ତକଟି ହସ୍ତରେ ଘେନି ସେମାନଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହେତୁ ଅଧିପତି ସମସ୍ତେ କୂଶୀର ପ୍ରପୌତ୍ର, ଶେଲିମୀୟର ପୌତ୍ର, ନଥନୀୟର ପୁତ୍ର ଯିହୁଦୀକୁ ବାରୂକ ନିକଟକୁ ପଠାଇ କହିଲେ, “ତୁମ୍ଭେ ଲୋକମାନଙ୍କ କର୍ଣ୍ଣଗୋଚରରେ ଯେଉଁ ନଳାକାର ପୁସ୍ତକ ପାଠ କରିଅଛ, ତାହା ହସ୍ତରେ ଘେନିଆସ।” ତହିଁରେ ନେରୀୟର ପୁତ୍ର ବାରୂକ ନଳାକାର ପୁସ୍ତକଟି ହସ୍ତରେ ଘେନି ସେମାନଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 36:14
12 Referans Kwoze  

“ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ୱ କାଳରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା କରିଅଛୁ, ସେ ସମସ୍ତ ସେହି ପୁସ୍ତକରେ ଲେଖ।


“ଲୋକଙ୍କୁ ଭୟ କର ନାହିଁ। ସେମାନେ କେବଳ ତୁମ୍ଭର ଶରୀରକୁ ମାରି ପାରିବେ, ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କେବଳ ପରମେଶ୍ୱରଙ୍କୁ ଭୟ କର, ସେ କେବଳ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦେଇ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠେଇ ପାରିବେ।


“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ଏହି ବାର୍ତ୍ତା ସଦାପ୍ରଭୁ ସିଫନିୟଙ୍କୁ ପ୍ରଦାନ କରିଥିଲେ। ଯିହୁଦାର ରାଜା ଆମୋନଙ୍କ ପୁତ୍ର ଯୋଶିୟଙ୍କ ସମୟରେ ସେ ଏହି ବାର୍ତ୍ତା ଗ୍ରହଣ କଲେ। ସିଫନିୟ କୂଶିଙ୍କ ପୁତ୍ର, କୂଶି ଗଦଲିୟଙ୍କ ପୁତ୍ର, ଗଦଲିୟ ଅମରିୟଙ୍କ ପୁତ୍ର ଓ ଅମରିୟ ହିଜକିୟଙ୍କ ପୁତ୍ର ଥିଲେ।


ଯୋହାନନ୍ ଏବଂ ତାଙ୍କର ସୈନ୍ୟବାହିନୀର ସେନାପତିଗଣ ଗିବିୟୋନକୁ ଅବଶିଷ୍ଟ ଲୋକମାନଙ୍କୁ ଆଣିଲେ, ଯେଉଁମାନଙ୍କୁ ନଥନିୟର ପୁତ୍ର ଇ‌ଶ୍‌ମାୟେଲ, ଗଲିୟଦକୁ ହତ୍ୟା କଲା ପରେ, ମି‌‌ସ୍‌‌ପାକୁ ନେଇ ଯାଇଥିଲେ। ସେମାନଙ୍କ ମଧ୍ୟରେ ଯୋଦ୍ଧାଗଣ, ସ୍ତ୍ରୀଲୋକ, ବାଳକଗଣ, ବାଳିକାଗଣ ଓ ନପୁଂସକଗଣ ଥିଲେ।


ଯେଉଁମାନେ ମି‌‌ସ୍‌‌ପୀକୁ ଗଦଲିୟ ନିକଟକୁ ଗଲେ ସେମାନଙ୍କ ମଧ୍ୟରେ ନଥନିୟର ପୁତ୍ର ଇ‌ଶ୍‌ମାୟେଲ, କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତ‌‌‌ନ୍‌‌‌ହୂମତର ପୁତ୍ର ସରାୟ, ନଟୋଫାତୀୟ ଏଫୟର ପୁତ୍ରମାନେ ଓ ମାଖାତୀୟର ପୁତ୍ର ଯାସନୀୟ ଥିଲେ।


ଏଣୁ ରାଜା ଯିହୋୟାକୀମ୍ ପୁସ୍ତକ ଆଣିବା ପାଇଁ ଯିହୁଦୀକୁ ପଠାଇଲେ ଓ ସେ ଇଲୀଶାମା ଲେଖକର କୋଠରୀରୁ ତାହା ଆଣିଲେ। ତା'ପରେ ଯିହୁଦୀ ରାଜା ଓ ରାଜାଙ୍କ ଗ୍ଭରି ପାଖରେ ଛିଡ଼ା ହୋଇଥିବା ବ୍ୟକ୍ତି ସମସ୍ତ ଅଧିପତିମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲେ।


ଏହା ପରେ ବାବିଲର ରାଜା ଗଦଲିୟକୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ ଯଥା: ନଥନିୟର ପୁତ୍ର ଇ‌ଶ୍‌ମାୟେଲ, କାରେହର ପୁତ୍ର ଯୋହାନନ୍, ନାଟୋଫାତୀୟଠାରୁ ତନ୍‌‌ହୂମତର ପୁତ୍ର ସରାୟ, ମାଖାତୀୟର ପୁତ୍ର ଯାସନିୟ ଓ ସେମାନଙ୍କର ଲୋକମାନେ ମି‌ସ୍‌ପାର ଗଦଲିୟ ନିକଟକୁ ଆସିଲେ।


ତେଣୁ ଯିରିମିୟ ନେରିୟର ପୁତ୍ର ବାରୂକକୁ ଡାକିଲେ। ଆଉ ଯିରିମିୟ ବାରୂକକୁ ସଦାପ୍ରଭୁଙ୍କର ଯେଉଁସବୁ ବାକ୍ୟ କହିଲେ, ବାରୂକ ସେସବୁ ଏକ ନଳାକାର ପୁସ୍ତକରେ ଲେଖିଲେ।


Swiv nou:

Piblisite


Piblisite