Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:32 - ପବିତ୍ର ବାଇବଲ

32 ତା'ପରେ ଯିରିମିୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରିୟର ପୁତ୍ର ବାରୂକକୁ ଦେଲେ। ଯିହୋୟାକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦ‌ଗ୍‌ଧ କରିଥିଲେ, ସେହି ନଳାକାର ପୁସ୍ତକ ଲିଖିତ ସମସ୍ତ ବାକ୍ୟ ଯିରିମିୟଙ୍କ ମୁଖରୁ ଶୁଣି ପୁଣି ସେହି ନଳାକାର ପୁସ୍ତକରେ ଲେଖିଲା। ଆଉ ମଧ୍ୟ ଅନେକ ସେହି ପ୍ରକାର କଥା ଏହି ଦ୍ୱିତୀୟ ନଳାକାର ପୁସ୍ତକରେ ଯୋଗ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ତହୁଁ ଯିରିମୀୟ ଆଉ ଖଣ୍ତେ ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକକୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କର ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।

Gade chapit la Kopi

ଓଡିଆ ବାଇବେଲ

32 ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।

Gade chapit la Kopi




ଯିରିମୀୟ 36:32
13 Referans Kwoze  

ତେଣୁ ଯିରିମିୟ ନେରିୟର ପୁତ୍ର ବାରୂକକୁ ଡାକିଲେ। ଆଉ ଯିରିମିୟ ବାରୂକକୁ ସଦାପ୍ରଭୁଙ୍କର ଯେଉଁସବୁ ବାକ୍ୟ କହିଲେ, ବାରୂକ ସେସବୁ ଏକ ନଳାକାର ପୁସ୍ତକରେ ଲେଖିଲେ।


ବାରୂକ ଉତ୍ତର କଲେ, “ହଁ,” “ଯିରିମିୟ ଯାହାସବୁ ମୋତେ କହିଲେ, ମୁଁ କାଳି ନେଇ ଏହି ପୁସ୍ତକରେ ସେସବୁ ଲେଖିଲି।”


ଏହି ପୁସ୍ତକର ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକୁ ଶୁଣୁଥିବା ପ୍ରତ୍ୟେକ ଲୋକକୁ ମୁଁ ସତର୍କ କରିଦିଏ। କେହି ଯଦି ଏହି ବାକ୍ୟଗୁଡ଼ିକ ସହିତ କିଛି ଯୋଗକରେ ତେବେ ପରମେଶ୍ୱର ତାହାକୁ ଏହି ପୁସ୍ତକରେ ଲେଖାଥିବା କ୍ଳେଶଗୁଡ଼ିକ ଦେବେ।


ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ ଅଟେ। ମୁଁ ମଧ୍ୟ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମରେ ନମସ୍କାର କରୁଅଛି।


ଏଥିରେ ନବୂଖ‌ଦ୍‌ନିତ୍ସର ଅତ୍ୟନ୍ତ କ୍ରୋଧାନ୍ୱିତ ହେଲା। ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପ୍ରତିକୂଳରେ ତା'ର ମୁଖ ବିକଟାକାର ହେଲା। ତେଣୁ ସେ ଅଗ୍ନିକୁଣ୍ତକୁ ସାଧାରଣ ଉତ୍ତାପଠାରୁ ସାତଗୁଣ ଉତ୍ତପ୍ତ କରିବାକୁ ଆଜ୍ଞା ଦେଲା।


ଅନନ୍ତର ଯିହୁଦୀ ପୁସ୍ତକରୁ ତିନିଗ୍ଭରି ପତ୍ର ପାଠ କଲାପରେ ରାଜା ଏକ କ୍ଷୁଦ୍ର ଛୁରୀରେ ତାହାକୁ କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ। ଶେଷରେ ସେହି ପାତ୍ର ଅଗ୍ନିରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।


ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦେବା।


ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ସକାଶେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ ଦଣ୍ତିତ କରିବା।


“ଆଉ ଯଦି ତୁମ୍ଭେମାନେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଳେଶ ଦେବା। ତୁମ୍ଭେମାନେ ଯେତେ ଅଧିକ ପାପ କରିବ ସେତେ ଅଧିକ ଦଣ୍ତ ପାଇବ।


“ଏସବୁ ହେଲା ପରେ ଯେବେ ତୁମ୍ଭେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ତେବେ ଆମ୍ଭେ ତୁମ୍ଭମାନଙ୍କର ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଅଧିକ ଦଣ୍ତ ଦେବା।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଥମ ପ୍ରସ୍ତର ଫଳକ ପରି ଆଉ ଦୁଇଟି ପ୍ରସ୍ତର ଫଳକ ତିଆରି କର। ଆଗ ପ୍ରସ୍ତର ଫଲକରେ ଯାହା ଲେଖା ଥିଲା ଯାହା ତୁମ୍ଭେ ଚୂର୍ଣ୍ଣ କରିଛ ମୁଁ ଏହି ପ୍ରସ୍ତର ଫଳକରେ ତାହା ସବୁ ଲେଖିବି।


ବାବିଲର ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସେହି ସ୍ୱପ୍ନରେ ସାରକଥା ଲେଖି ରଖିଲେ।


Swiv nou:

Piblisite


Piblisite