Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:5 - ପବିତ୍ର ବାଇବଲ

5 ତା'ପରେ ଯିରିମିୟ ବାରୂକକୁ କହିଲେ, “ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇପାରିବି ନାହିଁ, କାରଣ ମୋତେ ମନ୍ଦିରରେ ପ୍ରବେଶ କରିବାକୁ ମନା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;

Gade chapit la Kopi




ଯିରିମୀୟ 36:5
15 Referans Kwoze  

ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।


ସେତେବେଳେ ବାବିଲ ରାଜାର ସୈନ୍ୟଗଣ ଯିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।


ସେମାନେ କ’ଣ କେବଳ ଇସ୍ରାଏଲୀୟ? ମୁଁ ମଧ୍ୟ। ସେମାନେ କ’ଣ କେବଳ ଅବ୍ରହାମଙ୍କ ବଂଶଧାର? ମୁଁ ମଧ୍ୟ। ସେମାନେ କ’ଣ କେବଳ ଖ୍ରୀଷ୍ଟଙ୍କ ସେବକ? ମୁଁ ମଧ୍ୟ। ମୁଁ କ’ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି? ସେମାନଙ୍କ ତୁଳନାରେ ମୁଁ ଅଧିକ କଠୋର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମୋତେ ଥରକୁ ଥର ମାଡ଼ ମରାଯାଇଛି। ଅନେକ ଥର ମୁଁ ମୃତ୍ୟୁର ସନ୍ନିକଟ ହୋଇଛି।


କେତେ ଲୋକ ହାସ୍ୟର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘରେ ରଖା ଗଲେ।


ଏହି ସୁସମାଗ୍ଭର ମୁଁ ଲୋକଙ୍କୁ ଶୁଣାଏ। ସେହି ସୁସମାଗ୍ଭର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳିରେ ବନ୍ଧା ମଧ୍ୟ ହୋଇଛି।


ମୋର କାମ ହେଉଛି, ସୁସମାଗ୍ଭର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘରେ ମଧ୍ୟ କରୁଅଛି। ମୋ’ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତେବେଳେ ସୁସମାଗ୍ଭର ପ୍ରଗ୍ଭର କରେ, ସେତେବେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପାରେ।


ଅତଏବ, ମୁଁ ପାଉଲ, ତୁମ୍ଭ ଅଣଯିହୂଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।


ଆଉ ବର୍ତ୍ତମାନ ମୁଁ ତୁମ୍ଭ ହସ୍ତରୁ ଶୃଙ୍ଖଳ ମୁକ୍ତ କଲି। ଯଦି ତୁମ୍ଭେ ମୋ’ ସହିତ ବାବିଲ ଯିବାକୁ ଇଚ୍ଛା କରୁଛ, ତେବେ ଆସ, ମୁଁ ତୁମ୍ଭର ଉତ୍ତମରୂପେ ଯତ୍ନ ନେବି। ଯଦି ତୁମ୍ଭେ ମୋ’ ସହିତ ଯିବାକୁ ଇଚ୍ଛା ନ କରୁଛ, ତେବେ ସେଥିରୁ କ୍ଷାନ୍ତ ହୁଅ। ସମସ୍ତ ଦେଶ ତୁମ୍ଭ ପାଇଁ ମୁକ୍ତ ରହିଛି। ତୁମ୍ଭେ ଯେକୌଣସି ସ୍ଥାନକୁ ଯିବାକୁ ଭଲ ମନେ କରୁଛ, ସେଠାକୁ ଯାଅ।


ତେଣୁ ଯିରୁଶାଲମ ଅଧିକୃତ ହେବା ପର୍ଯ୍ୟନ୍ତ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମ‌‌ଲ୍‌‌କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।


ଆଉ ସେହି ଅଧିପତିମାନେ ଯିରିମିୟଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାରରେ ରଖିଲେ। କାରଣ ସେମାନେ ଯୋନାଥନ୍ ଗୃହକୁ କାରାଗାରରେ ପରିଣତ କରିଥିଲେ।


ତେଣୁ ପ‌‌‌ଶ୍‌‌‌ହୂର ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନର ଉପର ଫାଟକରେ ଥିବା ହରିକାଠରେ ତାକୁ ବନ୍ଦ କରି ରଖିଲା।


ଦିନେ ମୁଁ ମହେଟବେଲର ପୁତ୍ର ଦଲାୟ, ଦଲାୟର ପୁତ୍ର ଶମୟିୟ ନିକଟକୁ ଗଲି। ମାତ୍ର ତାକୁ ତା'ର ଗୃହରେ ବନ୍ଦ କରାଯାଇ ଥିଲା। ମୁଁ ତାହା ଗୃହକୁ ଗଲି ସେ କହିଲା, “ଆସ ଆମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଭିତରେ ସାକ୍ଷାତ କରିବା ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରିବା। କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ। ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”


ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସେମାନେ ମୋ'ଠାରୁ ଦୂରେଇ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।


ପୁଣି ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ, କ୍ରୟପତ୍ରର ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରିୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।


Swiv nou:

Piblisite


Piblisite