Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:1 - ପବିତ୍ର ବାଇବଲ

1 ଅନନ୍ତର ଯିହୋୟାକୀ‌‌‌ମ୍‌‌‌ର ପୁତ୍ର କନୀୟର ପଦରେ ଯୋଶିୟର ପୁତ୍ର ସିଦିକିୟ ରାଜା ହୋଇ ରାଜତ୍ୱ କଲା। ବାବିଲର ରାଜା ନବୂଖ‌ଦ୍‌ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ଵ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।

Gade chapit la Kopi




ଯିରିମୀୟ 37:1
11 Referans Kwoze  

ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ପୁତ୍ର ଯିହୋୟାକୀନ୍ ଆମ୍ଭ ଦକ୍ଷିଣ ହସ୍ତର ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା।


ପୁଣି ବାବିଲର ରାଜା ଯିହୋୟାଖୀ‌ନ୍‌ର ମାମୁଁ ମତ୍ତନିୟଙ୍କୁ ତାଙ୍କ ପଦରେ ରାଜା କଲେ ଓ ତାଙ୍କ ନାମ ବଦଳାଇ ସିଦିକିୟ ରଖିଲେ।


ତେଣୁ ଯିହୁଦାର ରାଜା ଯିହୋୟାଖୀନ୍, ତାଙ୍କର ମାତା, ତାଙ୍କର ଦାସମାନେ, ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜାଙ୍କୁ ଭେଟିବାକୁ ଗଲେ। ମାତ୍ର ବାବିଲର ରାଜା ଯିହୋୟାଖୀ‌‌ନଙ୍କୁ ଧରି ତାଙ୍କୁ ବନ୍ଦୀରୂପେ ନେଲେ। ଏହା ନବୂଖ‌ଦ୍‌ନିତ୍ସରଙ୍କ ଅଷ୍ଟମ ବର୍ଷ ରାଜତ୍ୱ କାଳରେ ଘଟିଥିଲା।


ଯିହୁଦାର ରାଜା ଯିହୋୟାଖୀନ୍ ବାବିଲର କାରାଗାରରେ ସଇଁତିରିଶ୍ ବର୍ଷ ବନ୍ଦୀ ହୋଇ ରହିଲେ। ତାଙ୍କ ବନ୍ଦୀତ୍ୱର ସଇଁତିରିଶ୍ ବର୍ଷରେ ବାବିଲର ରାଜା ଇବିଲ୍-ମରୋଦକ୍ ଯିହୋୟାଖୀ‌‌‌ନ୍‌‌‌ଙ୍କ ପ୍ରତି ଦୟାପରବଶ ହେଲେ। ସେ ରାଜତ୍ୱର ପ୍ରଥମ ବର୍ଷର ଦ୍ୱାଦଶ ମାସର ପଞ୍ଚବିଂଶ ଦିନରେ ଯିହୋୟାଖୀ‌‌‌ନ୍‌‌‌ଙ୍କୁ କାରାଗାରରୁ ମୁକ୍ତ କଲେ।


ବାବିଲର ରାଜା ନବୂଖ‌ଦ୍‌ନିତ୍ସର, ଯିହୋୟାକୀ‌‌‌ମ୍‌‌‌ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀ‌‌‌ନ୍‌‌‌କୁ ଓ ଯିହୁଦାର ଅଧିପତିମାନଙ୍କୁ ଶିଳ୍ପକର ଓ କର୍ମକାରମାନଙ୍କ ସହିତ ଯିରୁଶାଲମରୁ ବନ୍ଦୀକରି ବାବିଲକୁ ନେଇଗଲା ଉତ୍ତାରେ, ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ। ଆଉ ମୁଁ ଦେଖିଲି, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖା ଯାଇଅଛି।


କନିୟ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ୟ ଯାହା ବାହାରେ ନିକ୍ଷିପ୍ତ ହେବା ଯୋଗ୍ୟ। ସେ ଏକ ଅପ୍ରୀତିକର ପାତ୍ର। ସେ ଓ ତାହାର ବଂଶ କାହିଁକି ଦୂରିକୃତ ହୋଇ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ?


ରାଜା ସିଦିକିୟ ମ‌‌ଲ୍‌‌କିୟର ପୁତ୍ର ପ‌‌‌ଶ୍‌‌‌ହୂରକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ସଦାପ୍ରଭୁଙ୍କର ବାକ୍ୟ ଦେଇ ଯିରିମିୟ ନିକଟକୁ ପଠାଇଲେ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକିୟଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ବାବିଲର ରାଜା ହସ୍ତରେ ଯିରୁଶାଲମକୁ ସମର୍ପଣ କରିବା, ତାହାକୁ ସେ ଅଗ୍ନିରେ ଦ‌ଗ୍‌ଧ କରିବ।


Swiv nou:

Piblisite


Piblisite