Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:2 - ପବିତ୍ର ବାଇବଲ

2 “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ଲୋକ ଏହି ନଗରରେ ରହିବ, ସେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ। ମାତ୍ର ଯେଉଁ ଲୋକ ବାହାର ହୋଇ କ‌‌ଲ୍‌‌ଦୀୟମାନଙ୍କ ନିକଟକୁ ଯିବ ସେ ବଞ୍ଚିବ। ସେମାନେ ମୃତ୍ୟୁରୁ ବଞ୍ଚିବେ ଓ ରକ୍ଷା ପାଇବେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।

Gade chapit la Kopi

ଓଡିଆ ବାଇବେଲ

2 ସଦାପ୍ରଭୁ ଏହି କଥା କହନ୍ତି, “ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”

Gade chapit la Kopi




ଯିରିମୀୟ 38:2
20 Referans Kwoze  

ଆଉ ହେ ‌ଏବ‌‌ଦ୍‌‌-ମେଲକ, ଆମ୍ଭେ ତୁମ୍ଭକୁ ନିଶ୍ଚୟ ରକ୍ଷା କରିବା। ତୁମ୍ଭେ ‌‌ଖ‌ଡ଼୍‌ଗରେ ନିହତ ହେବ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ ରଖିଛ।’” ଏହି ବାକ୍ୟ ସଦାପ୍ରଭୁଙ୍କଠାରୁ ଆସିଥିଲା।


ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ ବିଷୟ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ ଆମ୍ଭେ ସେସବୁ ସ୍ଥାନରେ ତୁମ୍ଭର ପ୍ରାଣ ରକ୍ଷା କରିବା।”’


“ଏଣୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ପ୍ରତିବାସୀଙ୍କୁ “ମୁକ୍ତ ଦେବା ପାଇଁ “‘ଆମ୍ଭ ନିୟମର ପାଳନ କରି ନାହଁ। ଏଣୁ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇ ବିନାଶ କରିବା ଓ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବ, ଯାହା ଆମ୍ଭେ ତୁମ୍ଭମାନଙ୍କ ପାଇଁ କରିବା।


ତା'ପରେ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ତେଣୁ ଚିନ୍ତାକର ଯିରୁଶାଲମ ପ୍ରତି କି ମହା ଅନିଷ୍ଟ ଘଟିବ? ଯେତେବେଳେ ମୁଁ ଗ୍ଭରି ମହାଦଣ୍ଡ ଯଥା: ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ, ହିଂସ୍ରଜନ୍ତୁ ଓ ମହାମାରୀ ପଠାଇବି, ସେତେବେଳେ ମନୁଷ୍ୟ ଓ ପଶୁ ସମସ୍ତେ ଉଚ୍ଛିନ୍ନ ହେବେ।


ଯେଉଁମାନେ ମିଶରରେ ପ୍ରବାସ କରିବା ପାଇଁ ସ୍ଥିର କରିଛନ୍ତି। ସେମାନଙ୍କ ପାଇଁ ଏହି ପ୍ରକାର ଘଟିବ। ସେମାନେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ। ପୁଣି ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବା ସେଥିରୁ ସେମାନଙ୍କ ମଧ୍ୟରୁ କେହି ଉଦ୍ଧାର ପାଇବେ ନାହିଁ।’


ବାହାରେ ଶତ୍ରୁର ‌‌ଖ‌ଡ଼୍‌ଗ ଓ ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି। ଯେଉଁ ଲୋକ କ୍ଷେତ୍ରକୁ ଯିବ ସେ ‌‌ଖ‌ଡ଼୍‌ଗରେ ମରିବ ଓ ଯେ ନଗର ମଧ୍ୟରେ ରହିବ, ସେ ଦୁର୍ଭିକ୍ଷ ଓ ମହାମାରୀରେ ବିନାଶ ହେବ।


ସଦାପ୍ରଭୁ ମୋର ପ୍ରଭୁ ମୋତେ କହିଲେ, “ତୁମ୍ଭେ ତାଳି ବଜାଅ ଓ ପଦାଘାତ କର ଓ କୁହ: ଧିକ୍! ସେମାନଙ୍କର ଘୃଣ୍ୟ ଓ ମନ୍ଦକାର୍ଯ୍ୟ ଯୋଗୁଁ ଇସ୍ରାଏଲର ଗୃହ ‌‌ଖ‌ଡ଼୍‌ଗର, ଦୁର୍ଭିକ୍ଷର ଓ ମହାମାରୀର ଶିକାର ହେବ।


ଆଉ ଆମ୍ଭେ ଯେପରି ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୁଶାଲମକୁ ଦଣ୍ଡ ଦେଇଥିଲୁ, ସେହିପରି ମିଶର ଦେଶରେ ବାସ କରୁଥିବା ପ୍ରବାସୀମାନଙ୍କୁ ଦଣ୍ଡ ଦେବୁ।


ଏଣୁ ଏବେ ନିଶ୍ଚୟ ଜାଣ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଇଚ୍ଛା କରୁଛ, ସେହି ମିଶରକୁ ଯାଅ। କିନ୍ତୁ ଏହା ନିଶ୍ଚୟ ତୁମ୍ଭମାନଙ୍କ ପ୍ରତି ଘଟିବ। ତୁମ୍ଭେମାନେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”


ଆମ୍ଭେ ଯିରୁଶାଲମସ୍ଥ ଅବିଷ୍ଟ ଲୋକମାନଙ୍କ ନିମନ୍ତେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ସେମାନେ ଏକ ବସ୍ତୁ ହେବେ, ଯାହାକୁ କି ଦେଶ ଅଭିଶାପର ବୀଭିଷିକାର ଓ ଶୀସ୍ ଶବ୍ଦର ବସ୍ତୁରୂପେ ବ୍ୟବହାର କରିବ। ଆଉ ସେମାନେ ପୃଥିବୀବାସୀଙ୍କ ନିକଟରେ ଲଜ୍ଜାର ଏକ ବିଷୟ ହେବେ


ପୁଣି ସଦାପ୍ରଭୁ କହନ୍ତି, କାହିଁକି ତୁମ୍ଭେ ଓ ତୁମ୍ଭର ଲୋକମାନେ ଯୁଦ୍ଧରେ, ଦୁର୍ଭିକ୍ଷରେ ଓ ମହାମାରୀରେ ମରିବ? ସଦାପ୍ରଭୁ କହିଲେ, ଯେଉଁମାନେ ବାବିଲୋନ ରାଜାଙ୍କର ସେବା କରନ୍ତି ନାହିଁ, ସେମାନଙ୍କ ପାଇଁ ଏହା ଘଟିବ।


“ମାତ୍ର ଯିହୁଦାର ରାଜା ସିଦିକିୟ ସେହି ଅତି ମନ୍ଦ ଡିମ୍ବିରି ଫଳ ସଦୃଶ।” ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଶ୍ଚୟ ସିଦିକିୟକୁ, ତାହାର ଅଧିପତିଗଣକୁ ଓ ଯିରୁଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିଶର ଦେଶରେ ବାସ କରନ୍ତି, ସେମାନଙ୍କୁ ଆମ୍ଭେ ତ୍ୟାଗ କରିବା।


‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସବୁ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭ ଅବରୋଧକାରୀ କ‌‌ଲ୍‌‌ଦୀୟମାନଙ୍କ ସହିତ ପ୍ରାଚୀର ବାହାରେ ଯୁଦ୍ଧ କରୁଅଛ, ସେ ସବୁ ଅସ୍ତ୍ରକୁ ଆମ୍ଭେ ନିଷ୍ଫଳ କରାଇବା। “‘ଖୁବ୍ ଶୀଘ୍ର ପ୍ରାଚୀର ବାହାରେ ଥିବା ଶତ୍ରୁଗଣଙ୍କୁ ଯିରୁଶାଲମ ମଧ୍ୟରେ ପ୍ରବେଶ କରାଇବା।


“‘କିନ୍ତୁ ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ନିଜ ନିଜର ବେକ ଦେବେ ଓ ତାହାର ଦାସ୍ୟ କର୍ମ କରିବେ,’ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା ଓ ସେମାନେ ସେଠାରେ କୃଷି କାର୍ଯ୍ୟ କରି ବାସ କରିବେ।’”


ତୁମ୍ଭ ସହିତ ବାବିଲକୁ ବନ୍ଦୀ ହୋଇ ଆସି ନ ଥିବା ତୁମ୍ଭମାନଙ୍କ ଭ୍ରାତୃଗଣ ବିଷୟରେ ଓ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।


Swiv nou:

Piblisite


Piblisite