Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:1 - ପବିତ୍ର ବାଇବଲ

1 ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯିହୁଦାର ରାଜା ସିଦିକୀୟର ଅଧିକାରର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;

Gade chapit la Kopi




ଯିରିମୀୟ 39:1
16 Referans Kwoze  

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମୟ ଦିନ ହେବ। ତାହା ବିଜୟ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହେବ। ସେଥିପାଇଁ ତୁମ୍ଭେମାନେ ନିଶ୍ଚୟ ସତ୍ୟ ଓ ଶାନ୍ତିକୁ ପ୍ରେମ କରିବ।”


“ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କଲ ତୁମ୍ଭର ସେହି ରାଜାକୁ ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ନିର୍ବାସିତ କରିବେ। ଏବଂ ସେଠାରେ ତୁମ୍ଭେମାନେ କାଠ ପଥର ଦେବତାମାନଙ୍କର ସେବା କରିବ।


ଯିହୁଦାର ରାଜା ସିଦିକିୟର ଦଶମ ବର୍ଷରେ ଅର୍ଥାତ୍ ନବୂଖ‌ଦ୍‌ନିତ୍ସରର ଶାସନର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ, ତାହାର ଶାସନାଧୀନ ସମସ୍ତ ରାଜ୍ୟ ଓ ସମସ୍ତ ଗୋଷ୍ଠୀ ଯିରୁଶାଲମ ଓ ତାହାର ନଗର ସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।


ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ପୁଣି ସେମାନଙ୍କୁ ଆମ୍ଭର ଆଜ୍ଞାରେ ଏହି ନଗରକୁ ଅଣାଇବା। ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହାକୁ ଅଧିକାର କରିବେ ଓ ତାହାକୁ ଅଗ୍ନିରେ ଦ‌ଗ୍‌ଧ କରିବେ। ପୁଣି ଆମ୍ଭେ ଯିହୁଦାର ସମସ୍ତ ନଗରକୁ ଜନଶୂନ୍ୟ କରି ଧ୍ୱଂସ ସ୍ତୁପରେ ପରିଣତ କରିବା।”


“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’


ଏବଂ ଗୋଟିଏ ଲୁହାର କରେଇ ନିଅ ଏବଂ ତୁମ୍ଭ ଓ ନଗରର ନ‌କ୍‌ସା ମଧ୍ୟରେ ଲୁହାର ପ୍ରାଚୀର ରୂପେ ସ୍ଥାପନ କର ଏବଂ ଏହା ଆଡ଼କୁ ବୁଲିପଡ଼। ନଗର ତୁମ୍ଭର ଅବରୋଧିତ ହେବ। ଏହା ଇସ୍ରାଏଲୀୟମାନଙ୍କର ଏକ ଚିହ୍ନ ହେବ।


ଅନନ୍ତର ଆମ୍ଭମାନଙ୍କ ନିର୍ବାସରେ ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୁଶାଲମରୁ ଜଣେ ପଳାତକ ମୋ’ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”


ଆମ୍ଭର ନିର୍ବାସନର ପଞ୍ଚବିଂଶ ବର୍ଷର, ଆରମ୍ଭରେ ମାସର ଦଶମ ଦିନରେ ସଦାପ୍ରଭୁଙ୍କ ଶକ୍ତି ମୋ’ ଉପରେ ଅଧିଷ୍ଠିତ ହେଲା। ଏହା ବାବିଲ ଯିରୁଶାଲମ ଅକ୍ତିଆର କରିବାର ଚତୁର୍ଦ୍ଦଶବର୍ଷ ପରେ ସେହି ଦିନ ସଦାପ୍ରଭୁ ମୋତେ ସେଠାକୁ ଦର୍ଶନରେ ଆଣିଲେ।


ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖ‌ଦ୍‌ନିତ୍ସରଙ୍କୁ ବିଜୟୀ କଲେ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି, “ବୃକ୍ଷସବୁ କାଟ ଏବଂ ରାସ୍ତାରୋଧକ କାଠଗଣ୍ଡି ଯିରୁଶାଲମ ବିରୁଦ୍ଧରେ ନିର୍ମାଣ କର। ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ। ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।


ସିଦିକିୟ ଏକୋଇଶ ବର୍ଷ ବୟସରେ ଯିହୁଦାର ରାଜା ହେଲେ। ସେ ଯିରୁଶାଲମରେ ଏଗାର ବର୍ଷ ରାଜତ୍ୱ କଲେ। ତାହାର ମାତାର ନାମ ହମୂଟଲ ଓ ସେ ଲି‌‌‌ବ୍‌‌‌ନା ନିବାସୀ ଯିରିମିୟଙ୍କ କନ୍ୟା ଥିଲା।


Swiv nou:

Piblisite


Piblisite