Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:14 - ପବିତ୍ର ବାଇବଲ

14 ସେମାନେ ପ୍ରହରୀ ପ୍ରାଙ୍ଗଣରୁ ଯିରିମିୟଙ୍କୁ ଆଣିଲେ ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟର ହସ୍ତରେ ସମର୍ପଣ କଲେ। ଗଦଲିୟ ଯିରିମିୟଙ୍କୁ ତାଙ୍କ ମନ୍ଦିରକୁ ପଠାଇ ଦେଲେ ଓ ସେ ତାଙ୍କ ନିଜ ଲୋକମାନଙ୍କ ମଧ୍ୟରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେମାନେ ଲୋକ ପଠାଇ ପ୍ରହରୀ-ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟର ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

14 ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।

Gade chapit la Kopi




ଯିରିମୀୟ 39:14
18 Referans Kwoze  

ତେଣୁ ଯିରୁଶାଲମ ଅଧିକୃତ ହେବା ପର୍ଯ୍ୟନ୍ତ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ୟା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।


ତା'ପରେ ରାଜା ହି‌ଲ୍‌‌‌କିୟ ଯାଜକକୁ, ଶାଫ‌ନ୍‌ର ପୁତ୍ର ଅହୀକାମକୁ, ମିଖାୟର ପୁତ୍ର ଅ‌କ୍‌ବୋରକୁ, ଶାଫନ୍ ସମ୍ପାଦକ ଓ ଅସାୟ ନାମକ ରାଜ ଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ।


ଯିରୁଶାଲମ ଓ ଯିହୁଦାର ସମସ୍ତ ବନ୍ଦୀ ବାବିଲକୁ ନିଆ ଯାଉଥିବା ବେଳେ ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମିୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ରାମା ନଗରରେ ଯାଇ ମୁକ୍ତ କଲେ। ଏହା ପରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀଥିବା ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା।


ସେହି ଲୋକମାନେ ରଜ୍ଜୁ ସାହାଯ୍ୟରେ ଟାଣି ଯିରିମିୟଙ୍କୁ କୂପରୁ ବାହାର କରି ଆଣିଲେ। ଆଉ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ତେଣୁ ସିଦିକିୟ ରାଜାଙ୍କ ଆଜ୍ଞାନୁସାରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ। ପୁଣି ନଗରରେ ସବୁ ରୋଟୀ ଶେଷ ନ ହେବା ପର୍ଯ୍ୟନ୍ତ ରୋଟୀବାଲାଙ୍କ ପଲ୍ଲୀରୁ ଗୋଟିଏ ଲେଖାଏଁ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହି ପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ଯୋଷେଫ କ୍ରୀତଦାସ ହୋଇ ରହିଲା ତା'ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ। ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।


ଏଣୁ ହି‌ଲ୍‌‌‌କିୟ ଯାଜକ, ଅହୀକାମ୍, ଅ‌କ୍‌ବୋର, ଶାଫନ ଓ ଅସାୟ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତି‌କ୍‌ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲଦା ଭବିଷ୍ୟ‌ଦ୍‌ବକ୍ତା ନିକଟକୁ ଗଲେ। ଯିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ଯିରୁଶାଲମର ଦ୍ୱିତୀୟ କୋଠରୀରେ ବାସ କରୁଥିଲା। ସେମାନେ ତା’ ସହିତ କଥାବାର୍ତ୍ତା ହେଲେ।


ଏହା ପରେ ରାଜା ହି‌ଲ୍‌‌‌କିୟ, ଶାଫ‌ନଙ୍କର ପୁତ୍ର ଅହୀକାମ୍, ମୀଖାୟଙ୍କର ପୁତ୍ର ଅ‌ବ୍‌ଦୋ‌ନ୍‌, ସଚିବ ଶାଫନ୍ ଓ ଭୃତ୍ୟ ଆସାୟଙ୍କୁ ଏକ ଆଦେଶ ଦେଲେ।


ସେତେବେଳେ ବାବିଲ ରାଜାର ସୈନ୍ୟଗଣ ଯିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।


ତେଣୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ସେନାଧ୍ୟକ୍ଷ ନବୂଶସବନ୍ ଓ ନେର୍ଗଲ-ଶରେତ୍ସର ଓ ବାବିଲର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇ ଯିରିମିୟଙ୍କୁ ଡକାଇଲେ।


ଅଥବା ତୁମ୍ଭେ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ନିକଟକୁ ଫେରିଯାଅ। ବାବିଲର ରାଜା ତାକୁ ଯିହୁଦାର ଶାସନକର୍ତ୍ତା ରୂପେ ନିଯୁକ୍ତ କରିଅଛି। ତୁମ୍ଭେ ତାଙ୍କ ସହିତ ବାସ କର କିଅବା ଯେକୌଣସି ସ୍ଥାନକୁ ଯିବାକୁ ଇଚ୍ଛା କରୁଛ ସେ ସ୍ଥାନକୁ ଯାଅ।” ତା'ପରେ ନବୂଷରଦନ୍ ଯିରିମିୟଙ୍କୁ କିଛି ଖାଦ୍ୟ ଓ ପାରିତୋଷିକ ଦେଇ ବିଦାୟ କଲେ।


ତେଣୁ ଯିରିମିୟ ମିସ୍ପାରେ ଅହୀକାମର ପୁତ୍ର ଗଦଲିୟ ନିକଟକୁ ଯାଇ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ଯିହୁଦାରେ ତାଙ୍କ ସଙ୍ଗେ ବାସ କଲେ।


ଅନନ୍ତର ସପ୍ତମ ମାସରେ ରାଜବଂଶୀ ଇଲୀଶାମାର ପୌତ୍ର ନଥନିୟର ପୁତ୍ର ଇ‌ଶ୍‌ମାୟେଲ ଦଶ ଜଣ ପୁରୁଷଙ୍କ ସହିତ ଅହୀକାମର ପୁତ୍ର ଗଦଲିୟ ନିକଟକୁ ମି‌‌ସ୍‌‌ପାକୁ ଆସିଲେ। ସେମାନେ ସେଠାରେ ଗଦଲିୟ ସହିତ ଏକତ୍ର ଭୋଜନ କଲେ।


ମାତ୍ର ରାଜା ଯିହୋୟାକୀମ୍ ଅକବୋରର ପୁତ୍ର ଇ‌‌ଲ୍‌‌ନାଥ‌‌‌ନ୍‌‌‌କୁ ଓ ତାଙ୍କ ସହିତ ଅନ୍ୟ କେତେକ ଲୋକଙ୍କୁ ମିଶରକୁ ପଠାଇଲା।


ଯେତେବେଳେ ଯିରୁଶାଲମ ଧ୍ୱଂସ ହେଲା, ସେତେବେଳେ ଯିହୁଦାର କେତେକ ସେନାପତି, ଅଧିପତି ଓ ଲୋକ ବାହାରେ ଥିଲେ। ସେମାନେ ଶୁଣିଲେ ଯେ ବାବିଲର ରାଜା ଅହୀକାମର ପୁତ୍ର ଗଦଲିୟକୁ ଦେଶର ଶାସନକର୍ତ୍ତା ରୂପେ ନିଯୁକ୍ତ କରିଅଛନ୍ତି। ସେ ତାଙ୍କ ଉପରେ ବାବିଲକୁ ନିଆଯାଇ ନ ଥିବା ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଏବଂ ଦେଶସ୍ଥ ଦରିଦ୍ରମାନଙ୍କର ଭାର ନ୍ୟସ୍ତ କରିଅଛନ୍ତି।


Swiv nou:

Piblisite


Piblisite