Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:6 - ପବିତ୍ର ବାଇବଲ

6 ବାବିଲ ରାଜା ରି‌‌‌ବ୍‌‌‌ଲାରେ ସିଦିକିୟର ସମ୍ମୁଖରେ ସିଦିକିୟର ପୁତ୍ରମାନଙ୍କୁ ବଧ କଲେ। ଆଉ ମଧ୍ୟ ତାଙ୍କର ଅଧିପତିଙ୍କୁ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି,ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ବାବିଲର ରାଜା ରିବ୍‍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।

Gade chapit la Kopi




ଯିରିମୀୟ 39:6
19 Referans Kwoze  

ଆଉ ବାବିଲର ରାଜା ସିଦିକିୟର ପୁତ୍ରମାନଙ୍କୁ ତାହାର ସମ୍ମୁଖରେ ବଧ କଲା। ଆଉ ମଧ୍ୟ ଯିହୁଦାର ସମସ୍ତ ଅଧିପତିଙ୍କୁ ରି‌‌‌ବ୍‌‌‌ଲାରେ ବଧ କଲା।


ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖ‌ଦ୍‌ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ‌‌ଖ‌ଡ଼୍‌ଗରେ ବଧ କରିବେ।’


ସେମାନେ ସିଦିକିୟଙ୍କର ପୁତ୍ରମାନଙ୍କୁ ତାଙ୍କ ସମ୍ମୁଖରେ ବଧ କଲେ। ତା'ପରେ ସେମାନେ ସିଦିକିୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ ଓ ତାଙ୍କୁ ଶୃଙ୍ଖଳରେ ବାନ୍ଧି ବାବିଲକୁ ନେଇ ଗଲେ।


ତୁମ୍ଭେ ଯାହା ଦେଖିବ ତାହାରି ପାଇଁ ତୁମ୍ଭେ ଉନ୍ନତ ହେବ।


ସେମାନଙ୍କର ଗୃହମାନଙ୍କରୁ ସମସ୍ତ ଦ୍ରବ୍ୟ ଲୁଣ୍ଠିତ ହେବ। ସେମାନଙ୍କର ଭାର୍ଯ୍ୟାମାନେ ଧର୍ଷିତା ହେବେ ଓ ସେମାନଙ୍କର ଦୃଷ୍ଟି ଗୋଚରରେ ସେମାନଙ୍କର ଛୋଟ ପିଲାମାନେ ମୃତ୍ୟୁ ପର୍ଯ୍ୟନ୍ତ କୋରଡ଼ା ପାଇବେ।


ଯେହେତୁ ମୋ’ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ ତାହା ଦେଖି ମୁଁ କିପରି ସହିପାରିବି? ପୁଣି ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହିପାରିବି?”


ଆମ୍ଭେ ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ନିକଟକୁ ନେଇଯିବା। ତୁମ୍ଭେ ତୁମ୍ଭର କବରକୁ ଶାନ୍ତିରେ ଯିବ। ଆମ୍ଭେ ଏହି ସ୍ଥାନ କି ଏଠାରେ ବାସ କରୁଥିବା ଲୋକମାନଙ୍କ ଉପରେ ଯେଉଁ ବିପଦ ଆଣିବା, ତାହା ତୁମ୍ଭକୁ ଦେଖିବାକୁ ପଡ଼ିବ ନାହିଁ।’” ହି‌ଲ୍‌‌‌କିୟ ଓ ରାଜାଙ୍କ ସେବକମାନେ ଏହି ବାର୍ତ୍ତାସବୁ ରାଜା ଯୋଶିୟଙ୍କ ନିକଟକୁ ଆଣିଲେ।


ତେଣୁ ଆମ୍ଭେ ତୁମ୍ଭଙ୍କୁ ତୁମ୍ଭ ପୂର୍ବପୁରୁଷଙ୍କ ନିକଟକୁ ଆଣିବା। ତୁମ୍ଭେ ଶାନ୍ତିରେ ସେମାନଙ୍କ ସହିତ କବରରେ ସଂଗୃହୀତ ହେବ। ତୁମ୍ଭେ ଭୟଙ୍କର କ୍ଳେଶ ଦେଖିବ ନାହିଁ। କାରଣ ମୁଁ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଆଣିବାକୁ ଯାଉଛି।’” ଏହା ପରେ ସେମାନେ ପୁନର୍ବାର ରାଜାଙ୍କୁ ଏହି ସମାଗ୍ଭର ଦେଲେ।


ମୁଁ ମୋର ପିତାଙ୍କ ନିକଟକୁ ଫେରିଯାଇ ପାରିବି ନାହିଁ। ଯଦି ବିନ୍ୟାମୀନ ମୋ’ ସହିତ ନ ଯାଏ। ମୋତେ ଡର ଲାଗୁଛି ମୋର ପିତାଙ୍କର କ’ଣ ହେବ।”


ହାଗାର ସେଠାରୁ କିଛି ଦୂରକୁ ଗଲା, ସେତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ଯାଏ। ସେଠାରେ ସେ ଯାଇ ବସି ପଡ଼ିଲା। ହାଗାର ତା'ର ପିଲାଟି ମୃତ୍ୟୁବରଣ କରୁଥିବାର ଦେଖିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସେଠାରେ କ୍ରନ୍ଦନ କଲା।


ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ। ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।


କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ‌‌ଖ‌ଡ଼୍‌ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା'ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ।


ଆଉ ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ। ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ। ତୁମ୍ଭେ ବାବିଲ ରାଜାଙ୍କୁ ସ୍ୱଚକ୍ଷୁରେ ଦେଖିବ। ସେ ମୁହାଁମୁହିଁ ହୋଇ ତୁମ୍ଭ ସହିତ କଥା କହିବେ ଓ ତୁମ୍ଭେ ବାବିଲକୁ ଯିବ।


“ପୁଣି ଲୋକମାନେ ତୁମ୍ଭ ସ୍ତ୍ରୀ ଓ ସନ୍ତାନମାନଙ୍କୁ ଆଣି କ‌‌ଲ୍‌‌ଦୀୟମାନଙ୍କୁ ଦେବେ। ଆଉ ତୁମ୍ଭେ ମଧ୍ୟ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ। ବାବିଲ ରାଜାର ହସ୍ତରେ ଧରାଯିବ। ଆଉ ସେମାନେ ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।”


ସେମାନେ ଅସ୍ତ୍ରଶସ୍ତ୍ର, ରଥ ଓ ଅଶ୍ୱ ସହିତ ସମସ୍ତ ଗୋଷ୍ଠୀଗଣକୁ ଧରି ତୁମ୍ଭ ବିରୁଦ୍ଧରେ ଆସିବେ। ସେମାନେ ଚର୍ମ, ଢାଲ ଓ ଟୋପର ଧରି ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ବେଢ଼ିଯିବେ। ମୁଁ ତୁମ୍ଭକୁ ଦଣ୍ଡ ଦେବା ପାଇଁ ସେମାନଙ୍କୁ ପ୍ରୟୋଗ କରିବି ଓ ସେମାନେ ସେମାନଙ୍କର ବିଧି ଅନୁସାରେ ତୁମ୍ଭର ଶାସ୍ତି ବିଧାନ କରିବେ।


ପଲ ମଧ୍ୟରୁ ଏକ ମେଷ ବାଛ। ହଣ୍ଡାତଳ ଜାଳେଣି ଦିଅ। ମାଂସକୁ ଉତ୍ତମରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ।’


ସଦାପ୍ରଭୁ କହିଲେ, “ସଦାପ୍ରଭୁଙ୍କର ଉତ୍ସର୍ଗ ଦିନରେ, ଆମ୍ଭେ ରାଜାର ପୁତ୍ରମାନଙ୍କୁ ଓ ଅନ୍ୟ ନେତାମାନଙ୍କୁ ଦଣ୍ତ ଦେବା। ବିଦେଶୀ ବସ୍ତ୍ର ପରିଧାନ କରିଥିବା ସମସ୍ତ ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା।


Swiv nou:

Piblisite


Piblisite