ଯିରିମୀୟ 4:21 - ପବିତ୍ର ବାଇବଲ21 ହେ ପ୍ରଭୁ, ମୁଁ କେତେକାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି? Gade chapit laପବିତ୍ର ବାଇବଲ (Re-edited) - (BSI)21 ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶଦ୍ଦ ଶୁଣିବି? Gade chapit laଓଡିଆ ବାଇବେଲ21 ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି? Gade chapit la |
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।
ଯିରିମିୟ ଯୋଶିୟଙ୍କ ନିମନ୍ତେ ସମାଧିକାଳୀନ କେତୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ଯ୍ୟନ୍ତ ପୁରୁଷ ଓ ସ୍ତ୍ରୀ ଗାୟକ ଗାୟିକାମାନେ ସେହି ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କରିଥା’ନ୍ତି। ଇସ୍ରାଏଲର ଲୋକମାନେ ଏହି ପ୍ରକାର ସବୁବେଳେ କଲେ। ସେମାନେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସେହି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲେଖାଯାଇଅଛି।