Biblia Todo Logo
Bib sou entènèt

- Piblisite -




ଯିରିମୀୟ 4:3 - ପବିତ୍ର ବାଇବଲ

3 କାରଣ ସଦାପ୍ରଭୁ ଯିହୁଦା ଓ ଯିରୁଶାଳମର ଲୋକମାନଙ୍କୁ ଏହିକଥା କହନ୍ତି, “ତୁମ୍ଭେମାନେ ନିଜ ପାଇଁ ପଡ଼ିଆ ଭୂମି ପ୍ରସ୍ତୁତ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା-ମାନଙ୍କର ପଡ଼ିଆ-ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।

Gade chapit la Kopi




ଯିରିମୀୟ 4:3
10 Referans Kwoze  

ତୁମ୍ଭେ ଯଦି ଭଲପଣିଆ ବୁଣିବ ତେବେ ପ୍ରକୃତ ପ୍ରେମ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପରେ ଭଲ ଜିନିଷ ବର୍ଷା ପରି ପକାଇବେ।


“ଯେଉଁ ବୀଜ କଣ୍ଟା ବୁଦାରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସେମାନଙ୍କୁ ବଢ଼ିବାରୁ ବାଧାଦିଏ। ତା’ ଫଳରେ ସେଥିରୁ ଭଲ ଫଳ ମିଳି ପାରେ ନାହିଁ।


କିଛି ବୀଜ କଣ୍ଟା ବୁଦାରେ ପଡ଼ିଲା। ବୀଜ ଗଜାହୋଇ ଗଛ ବଢ଼ିଲା। କିନ୍ତୁ କଣ୍ଟା ବୁଦା ମଧ୍ୟ ତା’ ସହିତ ବଢ଼ିଲା ଓ ଶେଷରେ ତାକୁ ଗ୍ଭପି ପକାଇଲା।


ଆଉ କିଛି ବୀଜ କଣ୍ଟା ବୁଦାରେ ପଡ଼ିଗଲା। କଣ୍ଟାବୁଦା ବଢ଼ି ଯିବାରୁ ଗ୍ଭରା ଗଛକୁ ଗ୍ଭପି ଦେଲା।


କିଛି ବୀଜ କଣ୍ଟାବୁଦାଗୁଡ଼ିକ ଭିତରେ ପଡ଼ିଗଲା। କଣ୍ଟାବୁଦାଗୁଡ଼ିକ ବଢ଼ୁ ଥିଲା, ତେଣୁ କଣ୍ଟାବୁଦା ଗୁଡ଼ିକ ଗଛଗ୍ଭରାଗୁଡ଼ିକୁ ଗ୍ଭପି ଦେଲା, ତା’ ଫଳରେ ସେଗୁଡ଼ିକ ଭଲ ଭାବରେ ବଢ଼ି ପାରିଲା ନାହିଁ। ତେଣୁ ସେଥିରେ ଫଳ ଫଳିଲା ନାହିଁ।


“କଣ୍ଟାବୁଦାରେ ପଡ଼ିଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକ ଯେ ସୁସମାଗ୍ଭର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମୋହ ଲାଗି ସୁସମାଗ୍ଭରକୁ ତା’ ଭିତରେ ବଢ଼ିବାକୁ ଦିଏ ନାହିଁ, ସେ ବ୍ୟକ୍ତି କେବେ ସଫଳ ହୋଇପାରେ ନାହିଁ।


ଭୂମିରେ କଣ୍ଟା ବୁଦା ଜନ୍ମିବ। ତୁମ୍ଭେ କ୍ଷେତ୍ରର ଉତ୍ପାଦନ ଭୋଜନ କରିବ।


କିନ୍ତୁ ସପ୍ତମ ବର୍ଷ ଜମିରେ ଆଉ ଫସଲ କର ନାହିଁ। ସପ୍ତମ ବର୍ଷଟି ଭୂମିକୁ ପଡ଼ିଆ ରଖ। ଏହି ସମୟରେ ତୁମ୍ଭର କ୍ଷେତ୍ରରେ କୌଣସି ଫସଲ କର ନାହିଁ। ଯଦି କୌଣସି ଫସଲ ହୁଏ ତେବେ ଦରିଦ୍ର ଲୋକମାନଙ୍କ ପାଇଁ ଛାଡ଼ିଦିଅ ଏବଂ ଅବଶିଷ୍ଟକୁ ବଣ୍ୟଜନ୍ତୁମାନଙ୍କୁ ଖାଇବାକୁ ଛାଡ଼ିଦିଅ। ଏପରିକି ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର ଏବଂ ଜୀତବୃକ୍ଷ ଥିବା କ୍ଷେତ୍ର ପାଇଁ ଏହିପରି କର।


Swiv nou:

Piblisite


Piblisite