ଯିରିମୀୟ 4:8 - ପବିତ୍ର ବାଇବଲ8 ତେଣୁ ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କ ଉପରେ ରହିଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଥି ସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ। Gade chapit laଓଡିଆ ବାଇବେଲ8 ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।” Gade chapit la |
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପରେ ପରିଣତ ହେବ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ୟୁରେ ଯେପରି ଆକୁଳ କ୍ରନ୍ଦନ କରାଯାଏ ସେହିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହେବ।”
ସମସ୍ତ ଲୋକ ଅଧର୍ମୀ। ତେଣୁ ସଦାପ୍ରଭୁଙ୍କ ପାଖରେ ଯୁବକମାନଙ୍କ ପାଇଁ ଅନୁକମ୍ପା ନାହିଁ। ସଦାପ୍ରଭୁ ଯୁବକମାନଙ୍କ ଉପରେ ସୁଖୀ ନୁହନ୍ତି। ଆଉମଧ୍ୟ ସଦାପ୍ରଭୁ ବିଧବା ଓ ଅନାଥମାନଙ୍କୁ ଦୟା କରିବେ ନାହିଁ। କାରଣ, ସମସ୍ତେ ଅଧର୍ମୀ ଓ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରନ୍ତି। ପୁଣି ସେମାନେ ମିଥ୍ୟା କୁହନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ସର୍ବଦା କ୍ରୋଧିତ ହୁଅନ୍ତି ଓ ସର୍ବଦା ଦଣ୍ଡ ଦିଅନ୍ତି।