Biblia Todo Logo
Bib sou entènèt

- Piblisite -




ଯିରିମୀୟ 40:11 - ପବିତ୍ର ବାଇବଲ

11 ଯିହୁଦାର ଯେଉଁସବୁ ଲୋକ ମୋୟାବ, ଅମ୍ମୋନ, ଇଦୋମ ଓ ଅନ୍ୟାନ୍ୟ ସବୁ ଦେଶରେ ଥିଲେ, ସେମାନେ ଶୁଣିଲେ ଯେ ବାବିଲର ରାଜା ଯିହୁଦା ଏକ ଅବଶିଷ୍ଟ ଅଂଶ ଲୋକ ରଖିଅଛି ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟକୁ ସେମାନଙ୍କୁ ଶାସନ କରିବାକୁ ନିଯୁକ୍ତ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;

Gade chapit la Kopi

ଓଡିଆ ବାଇବେଲ

11 ଆଉ, ମୋୟାବରେ ଓ ଅମ୍ମୋନ ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;

Gade chapit la Kopi




ଯିରିମୀୟ 40:11
23 Referans Kwoze  

ମୋୟାବର ଲୋକମାନଙ୍କୁ ତାଙ୍କର ଘରୁ ଜୋର୍ କରି ତଡ଼ି ଦିଆ ଯାଇଛି। ତେଣୁ ସେମାନଙ୍କୁ ତୁମ୍ଭ ଦେଶରେ ବାସ କରିବାକୁ ଦିଅ। ସେମାନଙ୍କ ଶତ୍ରୁଠାରୁ ସେମାନଙ୍କୁ ଲୁଗ୍ଭଇ ରଖ।” କାରଣ ଲୁଣ୍ଠନ ବନ୍ଦ ହେବ। ଶତ୍ରୁ ପରାଜିତ ହେବେ। ଆଘାତ କାରୀମାନେ ଦେଶରୁ ବିଦାୟ ନେବେ।


ଇସ୍ରାଏଲ ପରିବାର ଧ୍ୱଂସ ସମୟରେ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ମୁଁ ତୁମ୍ଭକୁ ସେହି ଭାବରେ ସେବା କରିବି। ସେୟୀର ପର୍ବତ ଓ ପ୍ରକୃତରେ ସମଗ୍ର ଇଦୋମ, ଧ୍ୱଂସ ହେବ। ତାହାହେଲେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।”


“‘କାରଣ ତୁମ୍ଭର ଚିରନ୍ତନ ଶତ୍ରୁତା ଅଛି। ତୁମ୍ଭେ ଇସ୍ରାଏଲୀୟମାନଙ୍କୁ ସେମାନଙ୍କର ଦୁର୍ଦ୍ଦିନ, ସମୟରେ ‌‌ଖ‌ଡ଼୍‌ଗରେ ହତ୍ୟା କର, ଯେତେବେଳେ ସେମାନଙ୍କର ଦୋଷ ସର୍ବୋଚ୍ଚ ହେଲା।’”


ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହିଛନ୍ତି, “କାରଣ ଇଦୋମ ଯିହୁଦା ଉପରେ ପ୍ରତିଶୋଧ ନେଇଛି ଏବଂ ତାହା କରି ଦୋଷୀ ହୋଇଛି।”


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ମୋୟାବ ଓ ସେୟୀର କହୁଅଛନ୍ତି, ‘ଦେଖ ଯିହୁଦା ପରିବାର ଅନ୍ୟ ସକଳ ଜାତିମାନଙ୍କ ତୁଲ୍ୟ।’


କାରଣ ସଦାପ୍ରଭୁ ଏହି କଥା କହିଛନ୍ତି, ତୁମ୍ଭେ ଇସ୍ରାଏଲ ଦେଶର ଦୁର୍ଭାଗ୍ୟ ସମୟରେ କରତାଳି ଦେଇଅଛ, ପଦାଘାତ କରିଅଛ ଏବଂ ଇସ୍ରାଏଲକୁ ଘୃଣାକରି ଆନନ୍ଦ ଅନୁଭବ କରିଅଛ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଅମ୍ମୋନ ଲୋକମାନଙ୍କ ଆଡ଼େ ଗ୍ଭହଁ ଏବଂ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର।


ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ମହାମାରୀରେ ଓ ଦୁର୍ଭିକ୍ଷରେ ନଗର ମଧ୍ୟରେ ମରିବେ। ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଯୁଦ୍ଧରେ ନଗର ବାହାରେ ମୃତ୍ୟୁବରଣ କରିବେ; ଆଉ ଅବଶିଷ୍ଟ ଏକ ତୃତୀୟାଂଶ ଛିନ୍ନଭିନ୍ନ ହେବେ। ଯେହେତୁ ଆମ୍ଭେ ‌‌ଖ‌ଡ଼୍‌ଗ ନେଇ ଗୋଡ଼ାଇବା।


ପୁଣି ତୁମ୍ଭେ ଅଳ୍ପ ପରିମାଣର କେଶ ନେଇ ଆପଣା ବସ୍ତ୍ରାଞ୍ଚଳରେ ବାନ୍ଧିବ।


ମୁଁ ସେମାନଙ୍କ ଉପରେ ଏମିତି ବିପର୍ଯ୍ୟୟ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବେ। ସମସ୍ତେ ସେମାନଙ୍କୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ଷିପ୍ତ କରିବା, ସେହି ସ୍ଥାନର ଲୋକମାନେ ସେମାନଙ୍କୁ ଅଭିଶାପ ଦେବେ।


ତା'ପରେ ତୁମ୍ଭେ ଦେଖିଲ ଅମ୍ମୋନର ରାଜା ନାହଶ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ତୁମ୍ଭେ କହିଲ, ‘ନା! ଆମ୍ଭେ ଜଣେ ରାଜା ଗ୍ଭହୁଁ’ ଯଦିଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ।


ପ୍ରାୟ ଏକ ମାସ ପରେ ଅମ୍ମୋନୀୟ ନାହଶ ଏବଂ ତାଙ୍କ ସେନା ଯାବେଶ୍ ଗିଲିୟଦ ଛାଉଣି ସ୍ଥାପନ କଲେ। ଯାବେ‌‌‌ଶ୍‌‌ର ଲୋକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ନିୟମ ପ୍ରବର୍ତ୍ତନ କର, ଆମ୍ଭେ ତାହା ପାଳନ କରିବୁ।”


ଅନନ୍ତର ଇସ୍ରାଏଲର ଲୋକମାନେ ଶିଟୀମରେ ବାସ କଲେ। ସେତେବେଳେ ସେମାନେ ମୋୟାବର କନ୍ୟାମାନଙ୍କ ପ୍ରତି ବ୍ୟଭିଗ୍ଭର ପାପରେ ମାତି ରହିଲେ।


ତା'ପରେ ଇସ୍ରାଏଲର ଲୋକମାନେ ମୋୟାବର ଯର୍ଦ୍ଦନର ସମତଳ ଭୂମିକୁ ଯାତ୍ରା କଲେ। ସେମାନେ ଯର୍ଦ୍ଦନ ନିକଟସ୍ଥ ଯିରୀହୋଠାରେ ସେମାନଙ୍କର ଛାଉଣି ସ୍ଥାପନ କଲେ।


ଏଷୌ ମଧ୍ୟ ଇଦୋମ ନାମରେ ଡକା ଯାଉଥିଲେ। ଏବଂ ଏହି ନାମ ସେୟୀରରେ ରହିଲା।


ସେମାନଙ୍କର ଭଣ୍ତ ଦେବତାଙ୍କୁ ବଳିଦେବା ନିମନ୍ତେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସେମାନେ ବଳିଦାନ ଭୋଜନ କଲେ ଓ ସେମାନଙ୍କ ଭଣ୍ତ ଦେବତାଗଣଙ୍କୁ ପୂଜା କଲେ।


ମାତ୍ର ଇଫ୍ରୟିମ ଓ ଯିହୁଦା ଉଭୟେ ପଲେଷ୍ଟୀୟ ଆକ୍ରମଣ କରିବେ। ଏହି ଉଭୟ ଗୋଷ୍ଠୀ ପକ୍ଷୀ ସଦୃଶ କ୍ଷୁଦ୍ର ପ୍ରାଣୀଙ୍କ ଉପରୁ ଝାମ୍ପ ମାରିବେ। ପୂର୍ବଦେଶୀୟ ଲୋକମାନଙ୍କର ସେମାନେ ଧନସମ୍ପଦ ଲୁଣ୍ଠନ କରିବେ। ସେ ଉଭୟେ ଗୋଷ୍ଠୀ ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣଙ୍କୁ ଆୟତ୍ତ କରିବେ।


ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମୋନ ଓ ମୋୟାବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦେବା, କାରଣ ସେମାନେ ଶରୀରରେ ଅସୁନ୍ନତ ମାତ୍ର ସମଗ୍ର ଇସ୍ରାଏଲ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”


ଏହା ପରେ ଇ‌ଶ୍‌ମାୟେଲ, ମି‌‌ସ୍‌‌ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ ଅର୍ଥାତ୍ ସମସ୍ତ ରାଜକନ୍ୟାଗଣଙ୍କୁ ଓ ମି‌‌ସ୍‌‌ପାରେ ଅବଶିଷ୍ଟ ଥିବା ଯେଉଁସବୁ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମର ପୁତ୍ର ଗଦଲିୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀକରି ନେଇଗଲା। ସେ ସେମାନଙ୍କୁ ବନ୍ଦୀକରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।


ମାତ୍ର ସଦାପ୍ରଭୁଙ୍କ ବାକ୍ୟ ମାନିବା ପରିବର୍ତ୍ତେ କାରେହର ପୁତ୍ର ଯୋହାନନ୍ ଓ ସମସ୍ତ ସେନାପତି ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ ଓ ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେଉଁ ଲୋକମାନେ ଯିହୁଦାରେ ପ୍ରବାସ କରିବାକୁ ଫେରି ଆସିଥିଲେ, ସେମାନଙ୍କୁ ମିଶରକୁ ନେଲେ।


ଏବଂ ପର୍ବତମାନଙ୍କରେ ଏବଂ ଉଚ୍ଚ ସ୍ଥାନମାନଙ୍କରେ ମୋର ମେଷପଲ ହଜିଗଲେ। ମୋର ମେଷଗୁଡ଼ିକ ଦେଶର ଗ୍ଭରିଆଡ଼େ ଛିନ୍ନଛତ୍ର ହୋଇଗଲେ ଏବଂ ସେମାନଙ୍କୁ କେହି ଦେଖନ୍ତି ନାହିଁ। ସେମାନଙ୍କୁ କେହି ଖୋଜନ୍ତି ନାହିଁ।’”


ସେମାନେ ସମସ୍ତ ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ଯେଉଁ ରାଜକନ୍ୟାମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ ଆଉ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଓ ନେରିୟର ପୁତ୍ର ବାରୂକକୁ ମିଶରକୁ ନେଲେ।


Swiv nou:

Piblisite


Piblisite