Biblia Todo Logo
Bib sou entènèt

- Piblisite -




ଯିରିମୀୟ 40:15 - ପବିତ୍ର ବାଇବଲ

15 ତାହାପରେ କାରେହର ପୁତ୍ର ଯୋହାନନ୍ ମି‌‌ସ୍‌‌ପାରେ ଗଦଲିୟକୁ ଗୋପନରେ କହିଲେ, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନିୟର ପୁତ୍ର ଇ‌ଶ୍‌ମାୟେଲକୁ ବଧ କରିବି। ଆଉ କେହି ତାହା ଜାଣିବେ ନାହିଁ। ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟକୁ ଗୋପନରେ କହିଲା, ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ଵାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ କାରେହର ପୁତ୍ର ଯୋହାନନ୍‍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ କାରେହର ପୁତ୍ର ଯୋହାନନ୍‍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”

Gade chapit la Kopi




ଯିରିମୀୟ 40:15
10 Referans Kwoze  

ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାହାଙ୍କ ନିକଟରେ ଶପଥ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ, ଇସ୍ରାଏଲ ଏକ ମହାନ ନେତାଙ୍କୁ ହରାଇବ।”


ଅବୀଶୟ ଦାଉଦଙ୍କୁ କହିଲା, “ଆଜି ପରମେଶ୍ୱର ତୁମ୍ଭକୁ ତୁମ୍ଭ ଶତ୍ରୁକୁ ପରାସ୍ତ କରିବାର ସୁଯୋଗ ଦେଇଛନ୍ତି। ତେଣୁ ଏହି ବର୍ଚ୍ଛାରେ ତାକୁ ଭୂମିରେ ବଧ କରିବାକୁ ଅନୁମତି ଦିଅ। ମୁଁ ତାକୁ ଏକାଥରେ ହତ୍ୟା କରିବି।”


ସମଗ୍ର ଜାତି ଧ୍ୱଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁ ନାହଁ।”


ସେ ସମସ୍ତ ଲୋକ ତାଙ୍କୁ କହିଲେ, “ହେ ଯିରିମିୟ, ଆମ୍ଭେମାନେ ତୁମ୍ଭକୁ ନିବେଦନ କରୁଛୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଅର୍ଥାତ୍ ଯିହୁଦାର ଏହି ଅବଶିଷ୍ଟ ଲୋକଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର। କାରଣ ତୁମ୍ଭେ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛ। ଆମ୍ଭେମାନେ ଅନେକ ଥିଲୁ, ଏବେ ଆମ୍ଭେ ଅଳ୍ପମାତ୍ର ଅଛୁ।


ଅଚିହ୍ନା ଲୋକଙ୍କୁ ମୁଁ ଯେ ସବୁବେଳେ ଆହାର ଦେଇ ଆସିଛି ତାହା ମୋ’ ଗୃହର ସମସ୍ତ ଲୋକ ଜାଣନ୍ତି।


ଲୋକମାନେ କହିଲେ, “ଆପଣ ଆମ୍ଭ ସହିତ ନିଶ୍ଚୟ ଯିବେ ନାହିଁ। କାରଣ ଆମ୍ଭେମାନେ ପଳାଇଲେ ଅବଶାଲୋମର ଲୋକମାନେ ଆମ୍ଭମାନଙ୍କ ପାଇଁ ଖାତିରି କରିବେ ନାହିଁ। ଆମ୍ଭମାନଙ୍କରୁ ଅର୍ଦ୍ଧେକ ମୃତ୍ୟୁବରଣ କଲେ ହେଁ, ସେମାନେ ଆମ୍ଭମାନଙ୍କ ପାଇଁ ଚିନ୍ତା କରିବେ ନାହିଁ। ମାତ୍ର ଆପଣ ଆମ୍ଭମାନଙ୍କର 10,000 ସହିତ ସମାନ। ତେଣୁ ଏହା ଉତ୍ତମ ଯେ, ଆପଣ ଏହି ନଗରରେ ସାହାଯ୍ୟ ପାଇଁ ରୁହନ୍ତୁ।”


ଦାଉଦଙ୍କର ଲୋକମାନେ କହିଲେ, “ସଦାପ୍ରଭୁ ଯେଉଁ ଦିନ ବିଷୟରେ କହିଥିଲେ, ‘ଆଜି ହେଉଛି ସେହି ବିଶେଷ ଦିନ। ସଦାପ୍ରଭୁ ତୁମ୍ଭଙ୍କୁ କହିଥିଲେ, ମୁଁ ତୁମ୍ଭର ଶତ୍ରୁକୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ତୁମ୍ଭକୁ ଯାହା ଭଲ ଦିଶିବ ତାହା ତା'ର ପ୍ରତି କର।’” ତା'ପରେ ଦାଉଦ ଗୁରୁଣ୍ଡି ଗୁରୁଣ୍ଡି ଶାଉଲଙ୍କ ପାଖକୁ ଗଲେ। ସେ ଶାଉଲ ପିନ୍ଧିଥିବା ବସ୍ତ୍ରର ଏକ କାନିକୁ କାଟି ଦେଲେ। କିନ୍ତୁ ଶାଉଲ ଦାଉଦଙ୍କୁ ଦେଖି ପାରି ନ ଥିଲେ।


ଯେଉଁମାନେ ମି‌‌ସ୍‌‌ପୀକୁ ଗଦଲିୟ ନିକଟକୁ ଗଲେ ସେମାନଙ୍କ ମଧ୍ୟରେ ନଥନିୟର ପୁତ୍ର ଇ‌ଶ୍‌ମାୟେଲ, କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତ‌‌‌ନ୍‌‌‌ହୂମତର ପୁତ୍ର ସରାୟ, ନଟୋଫାତୀୟ ଏଫୟର ପୁତ୍ରମାନେ ଓ ମାଖାତୀୟର ପୁତ୍ର ଯାସନୀୟ ଥିଲେ।


Swiv nou:

Piblisite


Piblisite