Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:11 - ପବିତ୍ର ବାଇବଲ

11 ତୁମ୍ଭେମାନେ ଯେଉଁ ବାବିଲ ରାଜାଙ୍କୁ ଭୟ କରୁଥିଲ, ତାଙ୍କୁ ଆଉ ଭୟ କର ନାହିଁ।’ ସଦାପ୍ରଭୁ କହନ୍ତି, ‘ତାଙ୍କୁ ତୁମ୍ଭେମାନେ ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ,’ ସଦାପ୍ରଭୁ କହନ୍ତି, ‘ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।

Gade chapit la Kopi




ଯିରିମୀୟ 42:11
25 Referans Kwoze  

ସେଥିପାଇଁ ଆମ୍ଭେ ଏହି ବିଷୟରେ କ’ଣ କହିବା? ଯଦି ପରମେଶ୍ୱର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।


ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ, କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।” ଏହା ସଦାପ୍ରଭୁ କହନ୍ତି।


“ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା।


ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।


ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପୂର୍ଣ୍ଣ ଭାବରେ ପ୍ରଗ୍ଭର କରିବା ବେଳେ ପ୍ରଭୁ ମୋତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଗ୍ଭର ଶୁଣନ୍ତୁ ବୋଲି ପ୍ରଭୁ ଗ୍ଭହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।


ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ। ବାବିଲ ରାଜାର ସେବା କର, ତାହାହେଲେ ତୁମ୍ଭେମାନେ ବଞ୍ଚିବ। ଆଉ ଏହି ନଗର ଯିରୁଶାଲମକୁ କାହିଁକି ଧ୍ୱଂସ କରିବାକୁ ଦେବ?


ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା। ସେମାନେ ତୁମ୍ଭ ସହ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ସାହାଯ୍ୟ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା


ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ମୁଁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମୋଶା ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କେହି ସମର୍ଥ ହୋଇ ପାରିବେ ନାହିଁ। ମୁଁ ତୁମ୍ଭକୁ ଛାଡ଼ିବି ନାହିଁ। ମୁଁ ତୁମ୍ଭକୁ ପରିତ୍ୟାଗ କରିବି ନାହିଁ।


କାରଣ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି। ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧରେ ସାହାଯ୍ୟ କରିବେ ଓ ସେ ତୁମ୍ଭକୁ ଯୁଦ୍ଧରେ ଜୟ ଯୁକ୍ତ କରାଇବେ।’


ତେଣୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଅ ନାହିଁ, ଆଉ ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ। ସେମାନେ ଆମ୍ଭମାନଙ୍କର ଖାଦ୍ୟ ସ୍ୱରୂପ। ସେମାନଙ୍କର ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଭୟ କର ନାହିଁ।”


ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।”


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


“ଲୋକଙ୍କୁ ଭୟ କର ନାହିଁ। ସେମାନେ କେବଳ ତୁମ୍ଭର ଶରୀରକୁ ମାରି ପାରିବେ, ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କେବଳ ପରମେଶ୍ୱରଙ୍କୁ ଭୟ କର, ସେ କେବଳ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦେଇ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠେଇ ପାରିବେ।


ଅନନ୍ତର ମୁଁ ସେହି ସମସ୍ତ ବାକ୍ୟ ଯିହୁଦାର ରାଜା ସିଦିକିୟକୁ କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସେବା କର। ତହିଁରେ ତୁମ୍ଭେମାନେ ବଞ୍ଚିବ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା


ତା'ପରେ ସମସ୍ତ ସେନାପତିଗଣ ଓ ଛୋଟ ବଡ଼ ସବୁ ଲୋକ ମିଶରକୁ ପଳାଇଲେ। କାରଣ ସେମାନେ କ‌ଲ୍‌‌‌ଦୀୟମାନଙ୍କୁ ଭୟ କରୁଥିଲେ।


ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ। ଲୋକମାନେ, ମୋତେ କ’ଣ କରି ପାରିବେ।


“‘କିନ୍ତୁ ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ନିଜ ନିଜର ବେକ ଦେବେ ଓ ତାହାର ଦାସ୍ୟ କର୍ମ କରିବେ,’ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା ଓ ସେମାନେ ସେଠାରେ କୃଷି କାର୍ଯ୍ୟ କରି ବାସ କରିବେ।’”


Swiv nou:

Piblisite


Piblisite