Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:19 - ପବିତ୍ର ବାଇବଲ

19 ତା'ପରେ ସେହି ସ୍ତ୍ରୀମାନେ ଯିରିମିୟଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭମାନଙ୍କ ସ୍ୱାମୀମାନଙ୍କର ଅନୁମତିରେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜଳାଇଲୁ, ପେୟନୈବେଦ୍ୟ ଢାଳିଲୁ ଓ ପୂଜା ନିମନ୍ତେ ପିଠା ପ୍ରସ୍ତୁତ କଲୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ଵାମୀର (ଅନୁମତି) ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲୁ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”

Gade chapit la Kopi




ଯିରିମୀୟ 44:19
14 Referans Kwoze  

ଯିହୁଦାର ବାଳକମାନେ କାଠ ସଂଗ୍ରହ କରନ୍ତି, ସେମାନଙ୍କର ପିତାମାନେ ଅଗ୍ନି ସଂଯୋଗ କରନ୍ତି ଓ ମାତାମାନେ ଚନ୍ଦ୍ର ଦେବତା ଉଦ୍ଦେଶ୍ୟରେ ପିଷ୍ଟକ ପାକ କରନ୍ତି ଓ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରନ୍ତି। ସେମାନେ ଆମ୍ଭର ବିରକ୍ତି ପାଇଁ ଏସବୁ କରନ୍ତି।”


ସେତେବେଳେ ବହୁ ସ୍ତ୍ରୀଲୋକ ଯିହୁଦାର ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଉଥିଲେ। ସେମାନଙ୍କର ସ୍ୱାମୀମାନେ ଏହା ଜାଣିଲେ ମଧ୍ୟ ସେମାନଙ୍କୁ ନିବୃତ୍ତ କରୁ ନ ଥିଲେ। ସେମାନଙ୍କ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ ଆଉ ମିଶରର ପାଥ୍ରୋଷ୍ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମିୟଙ୍କୁ କହିଲେ,


ସେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କଲେ। ଆହାବଙ୍କ ପରିବାର ଯେପରି ଜୀବନ କାଟିଥିଲେ, ସେ ସେହିପରି ଜୀବନ କାଟିଲେ। କାରଣ ଯିହୋରାମ୍ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ। ଆଉ ଯିହୋରାମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କଲେ।


ଆହାବ ନିଜର ପତ୍ନୀ ଈଷେବଲ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ଯେତେ ମନ୍ଦକର୍ମ କଲେ, ସେପରି ଆଉ କେହି କରି ନ ଥିଲେ।


ସେହି ସ୍ତ୍ରୀଲୋକଟି ଦେଖିଲା ଯେ, ସେହି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସେହି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ୱାମୀକୁ ଖାଇବାକୁ ଦେଲା ଏବଂ ସେ ମଧ୍ୟ ତାହାକୁ ଖାଇଲା।


ଏହା ନିଶ୍ଚିତ ସତ୍ୟ ଯେ ଦୁଷ୍ଟ ଲୋକମାନେ ଦଣ୍ଡ ପାଇବେ ଏବଂ ଧାର୍ମିକମାନେ ମୁକ୍ତି ପାଇବେ।


ତା'ପରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଙ୍କୁ କହିଲେ, ଯେଉଁମାନେ ତାଙ୍କୁ ପ୍ରତ୍ୟୁତ୍ତର କରିଥିଲେ।


ମାତ୍ର ଯଦି ତା'ର ସ୍ୱାମୀ ଏ ବିଷୟରେ ଶୁଣେ ଓ ତାହାକୁ ତା'ର ପ୍ରତିଜ୍ଞା ତାକୁ ପାଳନ କରିବାକୁ ବାରଣ କରେ, ତେବେ କରାଯାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି।


ମାତ୍ର ତା'ର ସ୍ୱାମୀ ଯଦି ଶୁଣିବା ପରେ ତାକୁ ଅସ୍ୱୀକାର କରେ, ତେବେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନେଇଥିବା ଶପଥସବୁ ବାତିଲ ହୋଇଯିବ। ତା'ର ସ୍ୱାମୀ ପ୍ରତିଜ୍ଞା ଭଙ୍ଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।


Swiv nou:

Piblisite


Piblisite