Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:24 - ପବିତ୍ର ବାଇବଲ

24 ତା'ପରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିଶର ଦେଶରେ ଥିବା ଯିହୁଦାର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ :

Gade chapit la Kopi

ଓଡିଆ ବାଇବେଲ

24 ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ :

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ:

Gade chapit la Kopi




ଯିରିମୀୟ 44:24
11 Referans Kwoze  

ସେ ସମସ୍ତ ଲୋକ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଅବଧାନ କଲେ ନାହିଁ। ତେଣୁ ସେମାନେ ମିଶରକୁ ଯାଇ ତଫ‌‌‌ନ୍‌‌‌ହେଷ ସହରରେ ଉପସ୍ଥିତ ହେଲେ।


ଏଣୁ ହେ ଯିହୁଦାର ସମସ୍ତ ମିଶର ଦେଶ ନିବାସୀ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ‘ଦେଖ, ମୁଁ ଆପଣା ମହାନାମରେ ଶପଥ କରିଅଛି, ମିଶର ଦେଶସ୍ଥ ଯିହୁଦୀ ଲୋକ ମୋର ନାମର ବ୍ୟବହାର କରିବ ନାହିଁ। “ସେମାନେ କେବେ କହିବେ ନାହିଁ, ନିଶ୍ଚିତରେ ସଦାପ୍ରଭୁ ଅଛନ୍ତି।”


ଏଣୁ ହେ ଯିହୁଦାର ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯଦି ତୁମ୍ଭେମାନେ ମିଶରକୁ ଯିବା ପାଇଁ ଓ ବାସ କରିବା ପାଇଁ ସଙ୍କଳ୍ପବଦ୍ଧ, ଏହି ନିମ୍ନ ଘଟଣାମାନ ଘଟିବ।


ଯେଉଁମାନେ ମୋ’ କଥା ଶୁଣୁଛ, ଶୁଣ।


ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମୋତେ କହୁଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟତବାକ୍ୟ ପ୍ରଗ୍ଭର କର ନାହିଁ। ଇ‌‌ସ୍‌‌ହାକ ପରିବାର ବିରୁଦ୍ଧରେ ମଧ୍ୟ ପ୍ରଗ୍ଭର କର ନାହିଁ।’


ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସେମାନଙ୍କୁ କୁହ କାରଣ ସେମାନେ ଅତ୍ୟନ୍ତ ବିଦ୍ରୋହୀ।


ହେ ଯିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ହେ ସଦୋମର ପ୍ରାଚୀନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହମୋରାର ଲୋକମାନେ, ପରମେଶ୍ୱରଙ୍କ ଶିକ୍ଷାସମୂହ ପ୍ରତି ଧ୍ୟାନ ଦିଅ।


ପୁଣି ମୀଖାୟ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ, “ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ଦୂତମାନେ ଉଭା ହୋଇଛନ୍ତି।


Swiv nou:

Piblisite


Piblisite