Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:8 - ପବିତ୍ର ବାଇବଲ

8 ତୁମ୍ଭେମାନେ ଏହି ଯେ ମିଶର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏ ସ୍ଥାନରେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜଳାଇ କାହିଁକି ଆପଣା ଆପଣା ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ବିନଷ୍ଟ ହେବ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରେ ଅଭିଶପ୍ତ ଓ ନିନ୍ଦାର ପାତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଶାପ ଓ ନିନ୍ଦାର ପାତ୍ର ହେବ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।

Gade chapit la Kopi




ଯିରିମୀୟ 44:8
29 Referans Kwoze  

“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’


କାରଣ ସେମାନେ ଆମ୍ଭକୁ ବିଭକ୍ତ କରିବା ପାଇଁ ଦୁଷ୍କର୍ମ କଲେ। ସେମାନେ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଇଲେ ଓ ପୂଜା କରିବାକୁ ଗଲେ। ଯେଉଁ କାର୍ଯ୍ୟ ତୁମ୍ଭର ଲୋକମାନେ ଓ ତୁମ୍ଭ ପୂର୍ବପୁରୁଷମାନେ ଅତୀତରେ କରୁ ନ ଥିଲେ।


ଯିହୁଦା ଏକ ଶୂନ୍ୟ ମରୁପ୍ରାନ୍ତରରେ ପରିଣତ ହେବ। ସେମାନେ ଗମନ କଲାବେଳେ ଶୀସ୍ ଶବ୍ଦ କରିଯାଆନ୍ତି। ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହୋଇ ଆପଣା ମସ୍ତକ ହରାଇବ।


ତେବେ ଆମ୍ଭେ ଇସ୍ରାଏଲର ଲୋକଙ୍କୁ ଯେଉଁ ଦେଶ ଦେଇଅଛୁ, ଆମ୍ଭର ସେହି ଦେଶରୁ ସେମାନଙ୍କୁ ବାହାର କରିଦେବା। ଆଉ ଆମ୍ଭେ ଆମ୍ଭର ନାମ ନିମନ୍ତେ ପବିତ୍ର କରିଥିବା ଏହି ମନ୍ଦିରକୁ ପରିତ୍ୟାଗ କରିବା। ଆମ୍ଭେ ଏହି ମନ୍ଦିରକୁ ଏପ୍ରକାର କରିବା ଯେ, ସବୁ ଜାତିର ଲୋକମାନେ ଏହାକୁ ତାଚ୍ଛଲ୍ୟ କରିବେ।


ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି।


ପୁଣି ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିଶର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଆଗ୍ରହୀ ହୋଇଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା। ସେମାନେ ସମସ୍ତେ ଲୁପ୍ତ ହେବେ, ମିଶର ଦେଶରେ ପତିତ ହେବେ। ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ସମସ୍ତେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରେ ମରିବେ। ଆଉ ସେମାନେ ଅନ୍ୟ ଦେଶଗୁଡ଼ିକ ସମ୍ମୁଖରେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ।


“ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେମାନେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ? ଏହା ଦ୍ୱାରା ତୁମ୍ଭେମାନେ ନିଜ ନିଜ ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ।


ଆମ୍ଭେ ଯିରୁଶାଲମସ୍ଥ ଅବିଷ୍ଟ ଲୋକମାନଙ୍କ ନିମନ୍ତେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ସେମାନେ ଏକ ବସ୍ତୁ ହେବେ, ଯାହାକୁ କି ଦେଶ ଅଭିଶାପର ବୀଭିଷିକାର ଓ ଶୀସ୍ ଶବ୍ଦର ବସ୍ତୁରୂପେ ବ୍ୟବହାର କରିବ। ଆଉ ସେମାନେ ପୃଥିବୀବାସୀଙ୍କ ନିକଟରେ ଲଜ୍ଜାର ଏକ ବିଷୟ ହେବେ


ଯେବେ ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ ନ କରିବ, ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ୟ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।’”


ମୁଁ ସେମାନଙ୍କ ଉପରେ ଏମିତି ବିପର୍ଯ୍ୟୟ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବେ। ସମସ୍ତେ ସେମାନଙ୍କୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ଷିପ୍ତ କରିବା, ସେହି ସ୍ଥାନର ଲୋକମାନେ ସେମାନଙ୍କୁ ଅଭିଶାପ ଦେବେ।


ପୁନଶ୍ଚ ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖିଯିବ।” ତେଣୁ ମୋର ପ୍ରଭୁ ସଦାପ୍ରଭୁ ତୁମ୍ଭକୁ ବଧ କରିବେ। ସେ ନିଜର ଦାସମାନଙ୍କୁ ଅନ୍ୟ ନାମରେ ନାମିତ କରିବେ।


ଏପରି ଘଟିବାର କାରଣ ଯିରୁଶାଲମ ବିପଥଗାମୀ ହୋଇ ବିନଷ୍ଟ ହୋଇଛି। ଯିହୁଦା ପରମେଶ୍ୱରଙ୍କୁ ଅବଜ୍ଞାକରି ନିପାତିତ ହୋଇଛି। ସେମାନଙ୍କର ବାକ୍ୟ ଓ କାର୍ଯ୍ୟ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରୁଛି। ସେମାନେ ସଦାପ୍ରଭୁଙ୍କ ମହିମାରେ ଉପହାସ କରୁଛନ୍ତି।


ମିଶର ବିଷୟକ ଶୋକ ବାର୍ତ୍ତା: ଦେଖ! ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆସୁଛନ୍ତି। ସେ ମିଶରରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ଯିବ।


ତୁମ୍ଭେମାନେ କ’ଣ ଗ୍ଭେରି, ନରହତ୍ୟା, ବ୍ୟଭିଗ୍ଭର, ମିଥ୍ୟାଶପଥ, ‌ବା‌ଲ୍‌ଦେବ ଉଦ୍ଦେଶ୍ୟରେ ଧୂପଦାନ ଓ ତୁମ୍ଭେମାନେ ଜାଣି ନ ଥିବା ଅନ୍ୟ ଦେବଗଣର ପଶ୍ଚା‌‌ଦ୍‌‌ଗମନ କରିବ?


ଯିହୁଦାର ଲୋକମାନେ ଓ ଯିରୁଶାଲମର ନିବାସୀମାନେ ସେମାନଙ୍କ ପାଖରେ ପ୍ରାର୍ଥନା କରିବେ, ଯେଉଁମାନଙ୍କ ପାଇଁ ସେମାନେ ସୁଗନ୍ଧ ଧୂପ ଜାଳିଛନ୍ତି। ମାତ୍ର ସେହି ବିପଦ ସମୟରେ ସେମାନଙ୍କର ସେହି ମୂର୍ତ୍ତିମାନେ ସେମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପରେ ମହାବିପଦ ଆସିବ। କାରଣ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସେମାନେ ବା‌‌ଲ୍‌‌ଦେବ ଉଦ୍ଦେଶ୍ୟରେ ଧୂପ ଜଲାଇ ଆମ୍ଭକୁ ବିରକ୍ତ କରିବା ସକାଶେ ନିଜେ ନିଜେ ତାହା ସବୁ କରିଛନ୍ତି।”


ସେମାନେ ପର୍ବତର ଅଗ୍ରଭାଗରେ ବଳି ଦିଅନ୍ତି ଓ ପାହାଡ଼ ଉପରେ ଥିବା ଅଲୋନ, ଲି‌ବ୍‌ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସେହି ଗଛଗୁଡ଼ିକର ଛାୟା ତରୁଣ ଦେଖାଯାଏ। ତେଣୁ ତୁମ୍ଭର କନ୍ୟାମାନେ ଗଣିକା ପରି ସେହି ଗଛତଳେ ପଡ଼ି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ଯୌନଭୋଗ ପାପ କରନ୍ତି।


ତା'ର ଜାଲ ତାକୁ ଧନୀଲୋକ ପରି ଚଳିବାରେ ସାହାଯ୍ୟ କରେ ଏବଂ ଉତ୍ତମ ଖାଦ୍ୟ ଯୋଗାଏ। ତେଣୁ ଶତ୍ରୁ ତା'ର ଜାଲକୁ ପୂଜା କରେ। ସେ ତା'ର ଜାଲକୁ ସମ୍ମାନ ଦେବାକୁ ବଳିଦାନ ଓ ଧୂପ ଦିଏ।


ରାସ୍ତାରେ ସୈନ୍ୟମାନେ ସେମାନଙ୍କୁ ହତ୍ୟା କରିବେ। ସେମାନଙ୍କ ଗୃହରେ ଭୟଙ୍କର କାର୍ଯ୍ୟମାନ ହେବ। ସୈନ୍ୟମାନେ ଯୁବକ ଓ ଯୁବତୀମାନଙ୍କୁ ହତ୍ୟା କରିବେ। ସେମାନେ ବୁଢ଼ା ଓ ପିଲାମାନଙ୍କୁ ହତ୍ୟା କରିବେ।


ପୁଣି ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ଓ ଯିହୁଦାର ସନ୍ତାନଗଣ ତାହା ସେମାନଙ୍କ ବାଲ୍ୟକାଳରୁ କରି ଆସୁଛନ୍ତି। ଇସ୍ରାଏଲ ସନ୍ତାନଗଣ ନିଜ ହସ୍ତକୃତ ପ୍ରତିମା ପୂଜା କରି କେବଳ ଆମ୍ଭକୁ ବିରକ୍ତ କରିଛନ୍ତି।” ଏହା ସଦାପ୍ରଭୁ କହନ୍ତି।


“ତେବେ ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ। କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହୋଇ ବଞ୍ଚେ, ସେଥିରେ ଆମ୍ଭେ ସନ୍ତୋଷ ଲାଭ କରୁ। ତେଣୁ ତୁମ୍ଭେମାନେ ନିଜ ନିଜ କୁପଥରୁ ଫେର ଓ ମୋର ନିକଟବର୍ତ୍ତୀ ହୁଅ। ହେ ଇସ୍ରାଏଲ ବଂଶ ତୁମ୍ଭେ କାହିଁକି ମରିବ?’


Swiv nou:

Piblisite


Piblisite