Biblia Todo Logo
Bib sou entènèt

- Piblisite -




ଯିରିମୀୟ 45:3 - ପବିତ୍ର ବାଇବଲ

3 ‘ହେ ବାରୂକ, ତୁମ୍ଭେ ମୋତେ ହାୟ, ହାୟ କହିଲ, କାରଣ ସଦାପ୍ରଭୁ ମୋର ଯନ୍ତ୍ରଣାରେ ଦୁଃଖ ଯୋଡ଼ି ଦେଲେ। ମୁଁ କଥା କହିବାକୁ କ୍ଳାନ୍ତ ହେଉଅଛି ଓ ଯନ୍ତ୍ରଣାରେ ଥରୁଅଛି, ଯେହେତୁ ମୋର କିଛି ବିଶ୍ରାମ ନାହିଁ।”’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ କହିଲ, ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳା; ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋ’ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’

Gade chapit la Kopi




ଯିରିମୀୟ 45:3
28 Referans Kwoze  

ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ।


ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି।


ପରମେଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।


ଭାଇ ଓ ଭଉଣୀମାନେ! ଭଲ କାମ କରିବା ପାଇଁ କେବେ ହେଲେ କ୍ଳାନ୍ତ ହୁଅ ନାହିଁ।


ଯଦିଓ ସଦାପ୍ରଭୁ ଦଣ୍ଡ ଦିଅନ୍ତି, ତାଙ୍କର ଅପାର ପ୍ରେମ ଅନୁସାରେ ସେ ଆମ୍ଭମାନଙ୍କୁ ଦୟା କରନ୍ତି।


“ଆଉ ଦେଖ, ମୋର ଶତ୍ରୁଗଣ କିପରି ଦୁଷ୍ଟତାରେ ପରିପୂର୍ଣ୍ଣ। ମୋର ଅଧର୍ମ ଯୋଗୁଁ ମୋ’ ପ୍ରତି ଯେଉଁପରି ବ୍ୟବହାର କରିଥିଲ, ସେମାନଙ୍କ ପ୍ରତି ସେହି ପ୍ରକାର କର। କାରଣ ମୁଁ ଅନେକ ଥର ବିଳାପ କରୁଛି ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।”


ସଦାପ୍ରଭୁ ଊର୍ଦ୍ଧ୍ୱରୁ ମୋ’ ଅସ୍ଥିଗୁଡ଼ିକ ମଧ୍ୟରୁ ଅଗ୍ନି ପ୍ରେରଣ କରିଅଛନ୍ତି, ସେ ମୋର ମରଣ ପାଇଁ ଢାଲ ପାତିଛନ୍ତି ଓ ସେଥିରେ ମୋତେ ଗୁଡ଼ାଇ ଦେଇଛନ୍ତି। ସେ ମୋତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।


ଯେବେ ମୋର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝରଣାସ୍ୱରୂପ ହୁଅନ୍ତା, ତେବେ ମୁଁ ମୋହର ନିହତ ଲୋକମାନଙ୍କ ପାଇଁ ଦିନରାତି କ୍ରନ୍ଦନ କରି ପାରନ୍ତି।


ହେ ପରମେଶ୍ୱର ମୋର ହୃଦୟ ଦୁଃଖରେ ଅଭିଭୂତ, ମୁଁ ଅତ୍ୟନ୍ତ ଭୟଭୀତ ଓ ମୂର୍ଚ୍ଛିତ।


ବିପଦ ଦିନରେ ତୁମ୍ଭେ ଯଦି ଭୀରୁ ଦେଖାଇବ, ତେବେ ତୁମ୍ଭର ଶକ୍ତି କ୍ଷୀଣ ହେବ।


ମିଥ୍ୟାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କେଦାରର ତମ୍ବୁରେ ବାସ କରିବା ସଦୃଶ।


ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି। ମୋର କଣ୍ଠ ଯନ୍ତ୍ରଣା ହେଉଛି। ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି। ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।


ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ, ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ। ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।


ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ, ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।


ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମୋର ବିଛଣା ମୋର ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।


“ମୁଁ ଆଜି ବି ଅଭିଯୋଗ କରୁଛି କାରଣ ମୁଁ ଆଜିବି କଷ୍ଟ ପାଉଛି।


“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି।


ମୋର ଶତ୍ରୁମାନେ ମୋତେ ବହୁତ ଦୁଃଖ ଦେଇଛନ୍ତି, ଯାହାକି ମୋତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମୋର ଚକ୍ଷୁଦ୍ୱୟ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।


Swiv nou:

Piblisite


Piblisite