ଯିରିମୀୟ 46:28 - ପବିତ୍ର ବାଇବଲ28 ସଦାପ୍ରଭୁ କହନ୍ତି, “ହେ ମୋର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ। କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ, ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ଆମ୍ଭେ ସେମାନଙ୍କୁ ସଂହାର କରିବା। ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ। ଆମ୍ଭେ ତୁମ୍ଭକୁ ବିବେଚନା ପୂର୍ବକ ଶାସ୍ତି ଦେବା। ମାତ୍ର ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)28 ସଦାପ୍ରଭୁ କହନ୍ତି,ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ତିତ କରି ଛାଡ଼ିବା ନାହିଁ। Gade chapit laଓଡିଆ ବାଇବେଲ28 ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।” Gade chapit la |
ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି। ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର। ସେଲା
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।