Biblia Todo Logo
Bib sou entènèt

- Piblisite -




ଯିରିମୀୟ 47:1 - ପବିତ୍ର ବାଇବଲ

1 ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତା;।

Gade chapit la Kopi

ଓଡିଆ ବାଇବେଲ

1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Gade chapit la Kopi




ଯିରିମୀୟ 47:1
11 Referans Kwoze  

ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଏବଂ ଅସ୍କିଲୋନ, ଘଷା, ଇକ୍ରୋଣ ଓ ଅ‌‌ସ୍‌‌ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି।


ତହିଁରେ ସୀଦୋନଠାରୁ ଗରାର ଦିଗକୁ ହସା ପର୍ଯ୍ୟନ୍ତ ପୁଣି ସଦୋମ, ହମୋରା ଓ ଅଦ୍ମା, ସବୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ ବସତିର ସୀମା ଥିଲା।


ଶଲୋମନ ତି‌‌‌‌ପ୍‌‌‌‌ସହଠାରୁ ଘସା ପର୍ଯ୍ୟନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡ଼ିକ ଉପରେ ଶାସନ କଲେ। ତାଙ୍କ ରାଜ୍ୟର ଚତୁର୍ଦ୍ଦିଗର ସୀମାରେ ଶାନ୍ତି ଥିଲା।


ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ।


ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ଦେଖ, ମୁଁ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ମୋର ହସ୍ତ ବିସ୍ତାର କରିବି। ଆଉ ମୁଁ କରେଥୀୟ ଲୋକମାନଙ୍କୁ ବିତାଡ଼ିତ କରିବି ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଧ୍ୱଂସ କରିବି।


“ଏପରିକି, ହେ ସୋର, ସୀଦୋନ ଓ ପଲେଷ୍ଟୀୟର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କିଛି ନୁହଁ। ଆମ୍ଭେ କିଛି କଲେ ତୁମ୍ଭେମାନେ ଆମ୍ଭଙ୍କୁ ଦଣ୍ତ ଦେଇ ପାରିବ କି? କିନ୍ତୁ ଆମ୍ଭେ ଖୁବ୍ ଶୀଘ୍ର ତୁମ୍ଭମାନଙ୍କୁ ଦଣ୍ତ ଦେବା।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ପଲେଷ୍ଟୀୟ ଲୋକମାନେ ପ୍ରତିଶୋଧ ନେଲେ ଏବଂ ତାହା ଈର୍ଷାପରାୟଣ ହୃଦୟରେ କଲେ, ପୁରୁଣା ଶତ୍ରୁତା କାରଣରୁ ଇସ୍ରାଏଲକୁ ଧ୍ୱଂସ କରିବା ପାଇଁ ଗ୍ଭହିଁଲେ।”


Swiv nou:

Piblisite


Piblisite