Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:9 - ପବିତ୍ର ବାଇବଲ

9 ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ, ତାହାର ସମସ୍ତ ନଗର ଧ୍ୱଂସ ପାଇବ ଓ ତା’ ମଧ୍ୟରେ କେହି ବାସ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ଵଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।

Gade chapit la Kopi




ଯିରିମୀୟ 48:9
8 Referans Kwoze  

ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ତୁମ୍ଭମାନଙ୍କ ନଗରସବୁ ତ୍ୟାଗ କରି ଶୈଳମାନଙ୍କରେ ବାସ କର। ଏବଂ ଏକ କପୋତ ପରି ହୁଅ ଯିଏ କି ତା'ର ବସା ଗିରିପଥର ମୁହଁ ପାର୍ଶ୍ୱରେ ତିଆରି କରେ।”


ମୋୟାବର କନ୍ୟାଗଣ ଅର୍ଣ୍ଣୋନ ଅତିକ୍ରମ କରିବାକୁ ଚେଷ୍ଟା କରିବେ। ସାହାଯ୍ୟ ପାଇଁ ସେମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଧାଇଁବେ। ପକ୍ଷୀର ବସା ଭାଙ୍ଗି ତଳେ ପଡ଼ିଲା ପରେ, ପକ୍ଷୀ ଛୁଆମାନେ ଏଣେତେଣେ ଧାଇଁଲା ପରି ସେମାନେ ଧାଇଁବେ।


ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ। ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


କିନ୍ତୁ ସେହି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା’ ପାଇଁ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସେଠାରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ତାହାଙ୍କର ଯତ୍ନ ନିଆଯିବ।


ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”


ହେ ମିଶରର କନ୍ୟା, ତୁମ୍ଭେ ନିର୍ବାସନ ଯିବା ପାଇଁ ନିଜକୁ ପ୍ରସ୍ତୁତ କର। କାରଣ ନୋଫ ଧ୍ୱଂସପ୍ରାପ୍ତ ଓ ଦ‌ଗ୍‌ଧିଭୂତ ହେବ। ସେଠାରେ କେହି ଲୋକ ବାସ କରିବେ ନାହିଁ।


ଆଃ, ଯେବେ କପୋତ ପରି ମୋର ପକ୍ଷ ଥା’ନ୍ତା ତେବେ ମୁଁ ଉଡ଼ିଯାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।


ତା'ପରେ ତୁମ୍ଭମାନଙ୍କର ଦୁଷ୍କର୍ମ କୃତ ଘୃଣ୍ୟକର୍ମ ଯୋଗୁଁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ, ତେଣୁ ତୁମ୍ଭମାନଙ୍କର ଦେଶ ନିବାସ ବିହୀନ ହୋଇ ଶୂନ୍ୟ ମରୁରେ ପରିଣତ ହୋଇଅଛି। ଲୋକମାନେ ଏହାକୁ ଅଭିଶାପ ରୂପେ ବ୍ୟବହାର କରନ୍ତି।


Swiv nou:

Piblisite


Piblisite