Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:10 - ପବିତ୍ର ବାଇବଲ

10 ସେମାନେ କ‌‌ଲ୍‌‌ଦୀୟମାନଙ୍କର ସମସ୍ତ ଲୁଣ୍ଠନ କରିବେ। ସଦାପ୍ରଭୁ କହନ୍ତି, ସେମାନେ ନିଜର ସନ୍ତୋଷ ଅନୁସାରେ ଲୁଣ୍ଠନ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, କଲ୍ଦୀୟା ଲୁଟଦ୍ରବ୍ୟ ହେବ; ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ,” ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ, ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।

Gade chapit la Kopi




ଯିରିମୀୟ 50:10
12 Referans Kwoze  

ପୁଣି ସଦାପ୍ରଭୁ କହନ୍ତି, “ସତୁରିବର୍ଷ ଅନ୍ତେ ଆମ୍ଭେ ବାବିଲ ରାଜାକୁ, ସେହି ଗୋଷ୍ଠୀକି ଓ କ‌‌ଲ୍‌‌ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହାକୁ ସଦାକାଳ ଧ୍ୱଂସସ୍ଥାନ କରିବା।


ତୁମ୍ଭେ ଯେଉଁ ପଶୁ ଓ ଦଶ ଶିଙ୍ଗ ଦେଖିଲ, ସେମାନେ ସେହି ବେଶ୍ୟାକୁ ଘୃଣା କରିବେ। ସେମାନେ ତା'ର ସବୁ ନେଇଯିବେ ଓ ତାହାକୁ ଉଲଗ୍ନ କରି ଛାଡ଼ି ଦେବେ। ସେମାନେ ତାହାର ଶରୀରର ମାଂସ ଖାଇବେ ଓ ତାହାକୁ ଅଗ୍ନିରେ ପୋଡ଼ି ଦେବେ।


ପୁଣି ସମୁଦାୟ ଗୋଷ୍ଠୀ ନବୂଖ‌ଦ୍‌ନିତ୍ସର, ତାହାର ପୁତ୍ର ଓ ପୌତ୍ରର ସେବା କରିବେ। ପୁଣି ଏକ ସମୟ ଆସିବ, ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ବାବିଲରେ ନିଜର ଦାସ୍ୟକର୍ମ କରିବେ।


ପୁଣି ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା। ତାହାହେଲେ ତୁମ୍ଭେ ଜାଣିବ ଯେ ଆମ୍ଭେ ତୁମ୍ଭର ସଦାପ୍ରଭୁ ଓ ଆମ୍ଭେ ତୁମ୍ଭର ନାମ ଧରି ଆହ୍ୱାନ କରୁଥିଲୁ। ଆମ୍ଭେ ଇସ୍ରାଏଲର ପରମେଶ୍ୱର ଏହା ମଧ୍ୟ ତୁମ୍ଭେ ଜାଣି ପାରିବ।


ପତଙ୍ଗ ଖାଦ୍ୟ ସଂଗ୍ରହ କଲାପରି ତୁମ୍ଭମାନଙ୍କର ସମ୍ପତ୍ତି ଲୁଟିତ ସଂଗୃହୀତ ହେବ। ଯେପରି ପତଙ୍ଗମାନେ ଡିଆଁ ମାରନ୍ତି, ସେହିପରି ବହୁଲୋକ ତା’ ଉପରେ ଡିଆଁ ମାରିବେ।


“ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହା ବିରୁଦ୍ଧରେ ଆସ। ତାହାର ଭଣ୍ଡାରସବୁ ଖୋଲିଦିଅ। ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶିପରି ଢିପି କର। ତାହାର କିଛି ଅବଶିଷ୍ଟ ରଖ ନାହିଁ।


ଆଉ ଆମ୍ଭେ ବାବିଲକୁ ଓ କ‌‌ଲ୍‌‌ଦୀୟ ନିବାସୀ ସମସ୍ତଙ୍କୁ ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟି ଗୋଚରରେ ସେମାନଙ୍କ କୃତ ସମସ୍ତ ଦୁଷ୍କର୍ମର ପ୍ରତିଫଳ ଦେବା।” ଏହା ସଦାପ୍ରଭୁ କହନ୍ତି।


ସିୟୋନ ନିବାସୀଗଣ କହିବେ, ମୋ’ ପ୍ରତି ଓ ମୋର ଆତ୍ମା ପ୍ରତି ବାବିଲ ଯେଉଁ ଦୌରାତ୍ମ୍ୟ କରିଛି ତା'ର ଫଳ ସେ ପାଉ।” ଆଉ ଯିରୁଶାଲମ କହିବ, “ମୋର ରକ୍ତପାତର ଫଳ କ‌‌ଲ୍‌‌ଦୀୟମାନଙ୍କ ଉପରେ ପଡ଼ୁ।”


ତା'ପରେ ଗୋଟିଏ ପବନ ମୋତେ ଉଠାଇଲା ଏବଂ ନିର୍ବାସିତରୂପେ ମୋତେ ବାବିଲକୁ ନେଇଗଲା। ପରମେଶ୍ୱରଙ୍କର ଆତ୍ମା ଦ୍ୱାରା ମୁଁ ଦର୍ଶନରେ ଏହିସବୁ ଜିନିଷଗୁଡ଼ିକ ଦେଖିଲି। ତା'ପରେ ଯେଉଁ ଦର୍ଶନ ମୁଁ ଦେଖିଥିଲି ଗ୍ଭଲିଗଲା।


ଆଉ ସେମାନଙ୍କର ଅଶ୍ୱଗଣକୁ, ରଥଗୁଡ଼ିକୁ ଓ ତହିଁରେ ବାସ କରୁଥିବା ମିଶ୍ରିତ ଲୋକମାନଙ୍କୁ ‌‌ଖ‌ଡ଼୍‌ଗ ବିନାଶ କରିବ ଓ ସେମାନେ ଭୟଭୀତା ସ୍ତ୍ରୀମାନଙ୍କ ପରି ହେବେ। ସେମାନଙ୍କର ଭଣ୍ଡାରସବୁ ‌‌ଖ‌ଡ଼୍‌ଗରେ ବିନଷ୍ଟ ହେବ ଓ ସେସବୁ ଲୁଣ୍ଠିତ ହେବ।


ତୁମ୍ଭେ ବହୁ ଦେଶରୁ ଧନ ଅପହରଣ କରିଛ। ତେଣୁ ସେହି ଲୋକମାନେ ତୁମ୍ଭଠାରୁ ଅଧିକ ନେଇଯିବେ। ତୁମ୍ଭେ ବହୁ ଲୋକଙ୍କୁ ହତ୍ୟା କରିଛ। ବହୁଦେଶ ଓ ନଗର ଧ୍ୱଂସ କରିଛ। ସବୁ ଲୋକଙ୍କୁ ସେଠାରେ ହତ୍ୟା କରିଛ।


Swiv nou:

Piblisite


Piblisite