Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:34 - ପବିତ୍ର ବାଇବଲ

34 ମାତ୍ର ସେମାନଙ୍କର ମୁକ୍ତିଦାତା ବଳବାନ, ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ପୁନର୍ବାର ଫେରାଇ ଆଣିବେ। ସେ ପୃଥିବୀକୁ ଶାନ୍ତ ଓ ବାବିଲବାସୀଙ୍କୁ ଉ‌‌ଦ୍‌‌ବିଗ୍ନ କରିବାକୁ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶା; ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।

Gade chapit la Kopi

ଓଡିଆ ବାଇବେଲ

34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।

Gade chapit la Kopi




ଯିରିମୀୟ 50:34
32 Referans Kwoze  

କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇସ୍ରାଏଲର ପବିତ୍ର ସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମଗ୍ର ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ ସୁରକ୍ଷା ଦେବା ଓ ତୁମ୍ଭ ପାଇଁ ପ୍ରତିଶୋଧ ନେବା। ପୁଣି ଆମ୍ଭେ ବାବିଲର ସମୁଦ୍ରକୁ ଶୁଖାଇ ଦେବା ଓ ତାହାର ନିର୍ଝରକୁ ଶୁଖାଇ ଦେବା।


ପୁଣି ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟଙ୍କର ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”


“ମୋର ସନ୍ତାନଗଣ କୁହନ୍ତି, ‘ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।’”


ହେ କୀଟରୂପୀ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା” ସଦାପ୍ରଭୁ କୁହନ୍ତି, “ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପାପ କରିଥିଲି, ତେଣୁ ସଦାପ୍ରଭୁ ମୋ’ ଉପରେ କ୍ରୋଧାନ୍ୱିତ ହୋଇଥିଲେ। ମାତ୍ର ସେ ମୋ’ ପାଇଁ ଯୁକ୍ତି ବାଢ଼ିବେ ଏବଂ ମୋ’ ପାଇଁ ନ୍ୟାୟ ବିଗ୍ଭର କରିବେ। ସେ ମୋତେ ଆଲୋକକୁ ଆଣିବେ ଓ ମୁଁ ତାଙ୍କର ଧାର୍ମିକତା ଦେଖିବି।


ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ପବିତ୍ର ସ୍ୱରୂପ ସଦାପ୍ରଭୁ ଏହିକଥା କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାଇଁ ବାବିଲକୁ ସୈନ୍ୟବାହିନୀ ପଠାଇଅଛୁ। ମୁଁ ସେହି ଫାଟକକୁ ଭାଙ୍ଗି ଦେବି। କ‌‌ଲ୍‌‌ଦୀୟମାନଙ୍କର ଚିତ୍କାର ଦୁଃଖରେ ପରିଣତ ହେବ।


ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ। ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ। ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।


ସଦାପ୍ରଭୁ, ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।


ହେ ସିୟୋନର କନ୍ୟା, ତୁମ୍ଭେ ପ୍ରସବ ବେଦନା ଅନୁଭବ କରି ସନ୍ତାନ ଜନ୍ମ ଦିଅ। ତୁମ୍ଭେ ନଗରର ବାହାରକୁ ଯାଅ ଏବଂ କ୍ଷେତ୍ରରେ ବାସ କର। ତୁମ୍ଭେ ବାବିଲୋନ ଯିବ। କିନ୍ତୁ ସେ ସ୍ଥାନରେ ତୁମ୍ଭେ ସୁରକ୍ଷିତ ହେବ। ଆଉ ମଧ୍ୟ ସଦାପ୍ରଭୁ ସେଠାକୁ ଯିବେ ଓ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ଦୂରେଇ ନେବେ।


ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷରେ ସେହି ପରମେଶ୍ୱର ଏହି କଥା କୁହନ୍ତି, “ଦେଖ, ଆମ୍ଭେ ‘କୋପରୂପକ ପାନପାତ୍ର’ ତୁମ୍ଭ ହସ୍ତରୁ କାଢ଼ି ନେଇ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦେବୁ ନାହିଁ।


ସଦାପ୍ରଭୁ ଇସ୍ରାଏଲର ରାଜା। ସେହି ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ତ୍ରାଣକର୍ତ୍ତା କୁହନ୍ତି, “ଆମ୍ଭେ ଆଦି ଓ ଅନ୍ତ, ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି।


କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ୍। ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।


ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ। ପୁଣି ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।


ସେଥିପାଇଁ ଗୋଟିଏ ଦିନ ଭିତରେ ଏହି କ୍ଳେଶ ତାକୁ ଆକ୍ରମଣ କରିବ: ମୃତ୍ୟୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା। ସେ ଅଗ୍ନିରେ ଜଳିଯିବ, କାରଣ ପ୍ରଭୁ ପରମେଶ୍ୱର ତା'ର ବିଗ୍ଭର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।


କିନ୍ତୁ ଯାକୁବଙ୍କ ଭାଗ ସେ ସବୁପରି ନୁହନ୍ତି। କାରଣ ପରମେଶ୍ୱର ସକଳ ବସ୍ତୁର ସୃଷ୍ଟିକର୍ତ୍ତା, ତାଙ୍କୁ କେହି ଗଢ଼ି ନାହାନ୍ତି। ଇସ୍ରାଏଲ ତାଙ୍କର ନିଜସ୍ୱ ଅଧିକାର। ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ତେଣୁ ଇସ୍ରାଏଲୀୟ ଲୋକମାନଙ୍କୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭେମାନେ ମିଶରବାସୀମାନଙ୍କର ଆଉ ଦାସ ହୋଇ ରହିବ ନାହିଁ। ଆମ୍ଭେ ଆମ୍ଭର ମହାନ ଶକ୍ତି ପ୍ରୟୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦେବା। ଏହା ପରେ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ କବଳରୁ ରକ୍ଷା କରିବା।


ମୁଁ ଜାଣେ ମୋର ରକ୍ଷାକର୍ତ୍ତା ଜୀବିତ ଏବଂ ଶେଷରେ ସେ ମୋତେ ରକ୍ଷା କରିବା ପାଇଁ ପୃଥିବୀରେ ଠିଆ ହେବେ।


ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, “ବୀରଦ୍ୱାରା ବନ୍ଦୀଲୋକ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।


କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।


ସଦାପ୍ରଭୁ କହନ୍ତି, “ଯିଏ ଦିବସରେ ଆଲୋକ ଦେବା ପାଇଁ ସୂର୍ଯ୍ୟ ଓ ରାତ୍ରିରେ ଜ୍ୟୋତିଃ ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସେହି ହେଉଛନ୍ତି ସୈନ୍ୟାଧିପତି ସଦାପ୍ରଭୁ।”


ତୁମ୍ଭେ ସହସ୍ର ସହସ୍ର ଲୋକମାନଙ୍କ ପ୍ରତି ଦୟା ପ୍ରକାଶ କରୁଅଛ। ପୁଣି ପିତୃଗଣଙ୍କ ଅପରାଧର ପ୍ରତିଫଳ ସେମାନଙ୍କ ପିଲାମାନଙ୍କ ଉପରେ ଦେଉଅଛ। ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ।


ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରାଣର ସପକ୍ଷରେ ପ୍ରତିବାଦ କରିଅଛ, ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।


ସଦାପ୍ରଭୁ ଉଚ୍ଚ ସ୍ୱରରେ ତାଙ୍କର ସୈନ୍ୟବାହିନୀକୁ ଆହ୍ୱାନ କରନ୍ତି। ତାଙ୍କର ଶିବୀର ଅତି ବିରାଟ। ସେହି ସୈନ୍ୟଗଣ ତାଙ୍କର ଆଦେଶକୁ ପାଳନ କରନ୍ତି। ସେମାନେ ଅତି ଶକ୍ତିଶାଳୀ। ସଦାପ୍ରଭୁଙ୍କର ସେହି ଦିନଟି ଅତି ମହାନ ଓ ଭୟଙ୍କର। କେହି ତାକୁ ଅଟକାଇ ପାରିବେ ନାହିଁ।


ଯେତେବେଳେ ଏହା ଘଟିବ, ସ୍ୱର୍ଗରେ ଥାଇ ତୁମ୍ଭେ ତାହା ଶୁଣିବ, ସେମାନେ ସାହାଯ୍ୟ ନିମନ୍ତେ ଅନୁରୋଧ କଲେ, ସେମାନଙ୍କର ପ୍ରାର୍ଥନା ଗ୍ରହଣ କର। ଆଉ ସେମାନଙ୍କୁ ସାହାଯ୍ୟ କର। ତୁମ୍ଭ ବିରୁଦ୍ଧରେ ପାପ କରିଥିବା ତୁମ୍ଭର ଲୋକମାନଙ୍କୁ କ୍ଷମା କର।


ମାତ୍ର ଯାକୁବଙ୍କର ପରମେଶ୍ୱର ସେମାନଙ୍କ ପରି ନୁହନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ୱରଙ୍କ ନାମ “ସୈନ୍ୟାଧିପତି ସଦାପ୍ରଭୁ।”


ଯାକୁବର ସନ୍ତାନଗଣ ଇସ୍ରାଏଲର ପୂର୍ବପରି ହେବେ। ଆମ୍ଭେ ଇସ୍ରାଏଲ ଓ ଯିହୁଦାକୁ ଶକ୍ତିଶାଳୀ କରାଇବା। ଯେଉଁମାନେ ସେମାନଙ୍କ ଉପରେ ଉପଦ୍ରବ କରିବେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।


ଶତ୍ରୁସୈନ୍ୟ ମୋୟାବକୁ ଆକ୍ରମଣ କରି ତାହାକୁ ଧ୍ୱଂସ କରିବେ। ତାହା ବଳବାନ୍ ସୈନ୍ୟମାନଙ୍କୁ ବଧ୍ୟ ସ୍ଥାନରେ ବଧ କରିବ।” ଏହା ସୈନ୍ୟାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି।


Swiv nou:

Piblisite


Piblisite