Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:5 - ପବିତ୍ର ବାଇବଲ

5 ସେମାନେ ସିୟୋନକୁ ଯିବାକୁ ପଥ ପଗ୍ଭରିବେ। ସେହିଆଡ଼େ ମୁଖକରି ସେମାନେ କହିବେ, ‘ତୁମ୍ଭେମାନେ ଆସ, ଆମ୍ଭମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ତୁମ୍ଭେମାନେ ଆସ, ଅନ; କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ଵାରା ସଦାପ୍ରଭୁଙ୍କ- ଠାରେ ଆସକ୍ତ ହୁଅ।

Gade chapit la Kopi

ଓଡିଆ ବାଇବେଲ

5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’

Gade chapit la Kopi




ଯିରିମୀୟ 50:5
26 Referans Kwoze  

“‘ପୁଣି ସେମାନଙ୍କର ମଙ୍ଗଳ ପାଇଁ ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା। ସେମାନେ ଯେପରି ଆମ୍ଭଠାରୁ ଦୂରେଇ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତରରେ ସ୍ଥାପନ କରିବା।


କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ପୁଣି ସେତେବେଳେ ସେଠାରେ ରାଜଦଣ୍ଡ ଓ ପଥ ହେବ ଯାହାକି “ପବିତ୍ରତାର ପଥ” ବୋଲି ବିଖ୍ୟାତ ହେବ। ତାହା ଉପରେ କେବଳ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଗ୍ଭରୀ ଓ ଅଜ୍ଞାନୀମାନେ ସେ ପଥରେ ଯିବେ ନାହିଁ।


ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଛକସ୍ଥାନରେ ଛିଡ଼ା ହୋଇ ଦେଖ, ଆଉ ପୁରାତନ ପଥ ବିଷୟରେ ପ୍ରଗ୍ଭର କରି କୁହ, ଉତ୍ତମ ପଥ କାହିଁ? ଆଉ ସେହି ପଥରେ ଗମନ କର, ତାହାହେଲେ ତୁମ୍ଭେମାନେ ନିଜ ନିଜ ପ୍ରାଣରେ ବିଶ୍ରାମ ପାଇବ। ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ସେ ପଥରେ ଗମନ କରିବୁ ନାହିଁ।’


ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟ‌ଦ୍‌ ବଂଶଧରମାନଙ୍କର ପରମେଶ୍ୱର ହେବି।


ସେମାନେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କେବେ ଭାବି ନ ଥିଲୁ। ସେମାନେ ତାହାଙ୍କର ଅର୍ଥ ଦେବା ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠାରେ ଓ ଆମ୍ଭଠାରେ ସମର୍ପଣ କଲେ।


ବର୍ଣ୍ଣ‌ବ୍‌‌ବା ସେଠାରେ ପହଞ୍ଚି ସେହି ଲୋକମାନଙ୍କୁ ପରମେଶ୍ୱର ଦେଇଥିବା ଆଶୀର୍ବାଦ ଦେଖି ବହୁତ ଖୁସୀ ହେଲେ। ସେ ସେମାନଙ୍କୁ ଆହୁରି ଉତ୍ସାହିତ କଲେ। ସେ ସେମାନଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣରେ ପ୍ରଭୁଙ୍କର ବାଧ୍ୟ ହୁଅ।”


ପରମେଶ୍ୱର ଯାହା ଗ୍ଭହାନ୍ତି ଯଦି କୌଣସି ବ୍ୟକ୍ତି ସେହି ଅନୁଯାୟୀ କାର୍ଯ୍ୟ କରେ, ମୋର ଉପଦେଶ ପରମେଶ୍ୱରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣି ପାରିବ। ସେ ବ୍ୟକ୍ତି ଜାଣି ପାରିବ ଯେ ଏ ଉପଦେଶ ମୋ’ ନିଜର ନୁହେଁ।


ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।


ଏଲିୟ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ଦେଇ ତୁମ୍ଭକୁ ସେବା କଲି ମାତ୍ର ଇସ୍ରାଏଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିୟମ ଥିଲା ତାକୁ ଭଙ୍ଗ କଲେ। ସେମାନେ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ସେମାନେ ତୁମ୍ଭର ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଏ କି ଏ ପର୍ଯ୍ୟନ୍ତ ବଞ୍ଚିଛି। ବର୍ତ୍ତମାନ ସେମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।”


ଏଲିୟ ଉତ୍ତର କଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ସାମର୍ଥ୍ୟ ଦେଇ ତୁମ୍ଭର ସେବା କଲି। ମାତ୍ର ଇସ୍ରାଏଲର ଲୋକମାନେ ତୁମ୍ଭର ନିୟମ ଭଙ୍ଗ କଲେ ଓ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ତୁମ୍ଭର ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ବଧ କଲେ। ମୁଁ କେବଳ ଅବଶିଷ୍ଟ ରହିଲି। ସେମାନେ ମୋ’ ପ୍ରାଣ ନେବାକୁ ମଧ୍ୟ ଅନ୍ୱେଷଣ କରୁଛନ୍ତି।”


“ପରମେଶ୍ୱର ମୋର ପରିବାରକୁ ଶକ୍ତିଶାଳୀ ଓ ସୁରକ୍ଷିତ କରିଛନ୍ତି ଏବଂ ଚିରଦିନ ପାଇଁ ମୋ’ ସହିତ ଏକ ନିୟମ କରିଛନ୍ତି। ଏହି ନିୟମଟି ସଦାପ୍ରଭୁଙ୍କ ଦ୍ୱାରା ସୁରକ୍ଷିତ। ସେ ମୋତେ ପ୍ରତ୍ୟେକ ଥର ବିଜୟ ଦେବେ ଓ ମୁଁ ଯାହା ଆଶା କରୁଅଛି ଦେବେ।


ସେ ସମୟରେ ଯିହୁଦା ବଂଶ ଇସ୍ରାଏଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।”


ଏପରି ଏକ ସମୟ ଆସିବ ଯେତେବେଳେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଆସ, ଆମ୍ଭେମାନେ ସିୟୋନକୁ ଯିବା ଓ ଆମ୍ଭର ସଦାପ୍ରଭୁ’ ପରମେଶ୍ୱରଙ୍କୁ ପୂଜା କରିବା।”


“ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସେହି ପଥରେ ମନୋନିବେଶ କର। ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ନଗରଗୁଡ଼ିକୁ ଫେରି ଆସ।


ସେ ସମୟରେ ତୁମ୍ଭେ ଯେତେବେଳେ ଆପଣା ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ନିଜର ଚରିତ୍ରହୀନତା ଯୋଗୁଁ ଲଜ୍ଜିତା ହେବ। ମୁଁ ସେମାନଙ୍କୁ କନ୍ୟାରୂପେ ତୁମ୍ଭକୁ ଦେବି, କିନ୍ତୁ ତୁମ୍ଭର ଚୁକ୍ତି ଅନୁସାରେ ନୁହେଁ।


ଆଉ ସେହି ଦେଶରେ ଇସ୍ରାଏଲର ପର୍ବତଗୁଡ଼ିକ ଉପରେ ମୁଁ ସେମାନଙ୍କୁ ଏକ ଗୋଷ୍ଠୀ କରିବି ଓ ସେମାନଙ୍କର ଜଣେ ରାଜା ହେବେ। ପୁଣି ସେମାନେ ଆଉ ଦୁଇ ଗୋଷ୍ଠୀ ରହିବେ ନାହିଁ। କିମ୍ବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।


“ତା'ପରେ ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକତ୍ରିତ ହେବେ। ସେମାନେ ସେମାନଙ୍କ ପାଇଁ ଜଣେ ରାଜା ବାଛିବେ ଏବଂ ସେମାନଙ୍କର ଦେଶ ସବୁଠାରୁ ବଡ଼ ହେବ। ଯିଷ୍ରିୟେଲର ସମୟ ପ୍ରକୃତ ବଡ଼ ହେବ।”


ତା'ପରେ ଇସ୍ରାଏଲର ଲୋକମାନେ ଫେରି ଆସିବେ। ତା'ପରେ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ରାଜା ଦାଉଦଙ୍କୁ ଖୋଜିବେ। ଶେଷଦିବସରେ, ସେମାନେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦେବାକୁ ଆସିବେ।


“ଆସ, ସଦାପ୍ରଭୁଙ୍କ ପାଖକୁ ଫେରିଯିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ୟ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତରେ ପଟି ବାନ୍ଧି ଦେବେ।


Swiv nou:

Piblisite


Piblisite