Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:31 - ପବିତ୍ର ବାଇବଲ

31 ସମଗ୍ର ବାବିଲ ନଗର ଅଧିକୃତ ହୋଇଅଛି। ଏହି ସମ୍ବାଦ ଜଣେ ବାର୍ତ୍ତାବହ ଅନ୍ୟ ଜଣେ ବାର୍ତ୍ତାବହକୁ ଓ ଜଣେ ଦୂତ ଅନ୍ୟ ଜଣେ ଦୂତକୁ ତାହା ଜଣାଇବାକୁ ଦୌଡ଼ିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ଵାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,

Gade chapit la Kopi

ଓଡିଆ ବାଇବେଲ

31 ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,

Gade chapit la Kopi




ଯିରିମୀୟ 51:31
16 Referans Kwoze  

ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସେହି ପତ୍ରରେ ଏହିପରି ଲେଖାଥିଲା। “ଇସ୍ରାଏଲ ସନ୍ତାନଗଣ, ଅବ୍ରହାମ, ଇ‌ସ୍‌ହାକ ଓ ଇସ୍ରାଏଲ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ତାଙ୍କ ନିକଟକୁ ଫେରି ଆସ। ଯେଉଁ ଲୋକମାନେ ବର୍ତ୍ତମାନ ସୁଦ୍ଧା ଜୀବିତ ଅଛ ଓ ଅଶୂର ରାଜାର କବଳରୁ ଖସି ଆସିଛ, ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଫେରି ଆସିବ।


ସେହି ରାତ୍ରିରେ କ‌‌ଲ୍‌‌‌ଦୀୟମାନଙ୍କର ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କୁ ବଧ କରାଗଲା।


ଆଉ ବାବିଲର ରାଜା ସେମାନଙ୍କ ବିଷୟରେ ଶୁଣିଲେ ଓ ଭୟଭୀତ ହୋଇପଡ଼ିଲେ। ସେ ଏତେ ଦୁର୍ବଳ ହେଲେ ଯେ ତାଙ୍କର ହାତ ଗ୍ଭଲିଲା ନାହିଁ ଓ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନା ଓ ଯନ୍ତ୍ରଣା ଅନୁଭବ କଲେ।”


ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାଶ ବସାଇଥିଲୁ, ଏବଂ ଅଜାଣତରେ ତୁମ୍ଭେ ସେହି ଫାଶରେ ପଡ଼ିଯାଇଛ। ତୁମ୍ଭକୁ ଧରାଗଲା କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲ


ବିନାଶ ପରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧ୍ୟରେ ମୋର ତମ୍ବୁ ଓ ନିମିଷକ ମଧ୍ୟରେ ମୋହର ଯବନିକା ସବୁ ଧ୍ୱଂସ ପାଇବ।


“ମୋର ଦିନ ସବୁ ଶୀଘ୍ର ଗଡ଼ି ଗ୍ଭଲିଛି ଜଣେ ଦୌଡ଼ାଳି ଭଳି। ମୋର ଦିନ ସବୁ ଗଡ଼ି ଗ୍ଭଲିଛି। ମୋ’ ଜୀବନରେ କୌଣସି ସୁଖ ନାହିଁ।


ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୁଢ଼ ଦୂତମାନେ ରାଜାଙ୍କ ଆଜ୍ଞାରେ ଶୀଘ୍ର ଗ୍ଭଲିଗଲେ, ଏବଂ ଏହା ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।


ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଗ୍ଭର କର। ଧ୍ୱଜା ଉଠାଇ ପ୍ରଗ୍ଭର କର ଓ ଗୋପନ ନ ରଖି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା; ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’


ପୁଣି ତା'ର ନଦୀପାର ଘାଟସବୁ ଅଧିକୃତ ହୋଇଅଛି ଓ ନଳବଣ ସବୁ ଅଗ୍ନିରେ ଦ‌ଗ୍‌ଧିଭୂତ ହୋଇଅଛି। ଆଉ ତା'ର ଯୋଦ୍ଧାଗଣ ଭୟଭୀତ ହୋଇଅଛନ୍ତି।”


Swiv nou:

Piblisite


Piblisite