ଯିରିମୀୟ 51:37 - ପବିତ୍ର ବାଇବଲ37 ତା'ପରେ ବାବିଲ ଏକ ଧ୍ୱଂସ ସ୍ତୁପରେ ପରିଣତ ହେବ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହେବ। ଲୋକମାନେ ଏହା ଦେଖି ଆତଙ୍କିତ ହେବେ ଏବଂ ଯେତେବେଳେ ସେମାନେ ଏହା ଦେଖିବେ ‘ଶୀସ୍’ ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶଦ୍ଦର ବିଷୟ ଓ ନିବାସୀବିହୀନ ହେବ। Gade chapit laଓଡିଆ ବାଇବେଲ37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।
ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସେମାନେ ଭାବନ୍ତି ନୀନିବୀ ପୃଥିବୀରେ ସବୁଠାରୁ ମହାନ ସ୍ଥାନ। କିନ୍ତୁ ସେହି ନଗରୀ ମଧ୍ୟ ଧ୍ୱଂସ ହେବ। ଏହା ଏକ ଶୂନ୍ୟସ୍ଥାନ ହେବ ଯେଉଁଠାରେ କେବଳ ବନ୍ୟପ୍ରାଣୀମାନେ ବିଶ୍ରାମ କରିବେ। ସେହି ବାଟ ଦେଇ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତେବେଳେ ସେମାନେ ସେହି ନଗରୀଟିକୁ ଅତି ଶୋଚନୀୟ ଭାବରେ ଧ୍ୱଂସ ହେବାର ଦେଖିବେ।
ତେଣୁ ସଦାପ୍ରଭୁ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କଲେ। ସଦାପ୍ରଭୁ ସେମାନଙ୍କୁ ଦଣ୍ଡିତ କଲେ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ସଦାପ୍ରଭୁ ଯାହା ଘଟାଇଲେ, ତାହା ଯେତେବେଳେ ଅନ୍ୟ ଲୋକମାନେ ଦେଖିଲେ, ସେମାନେ ଅତ୍ୟନ୍ତ ଭୟଭୀତ ଓ ହତଚକିତ ହୋଇପଡ଼ିଲେ। ସେହି ଅନ୍ୟ ଦେଶମାନେ ଯିହୁଦାର ଲୋକଙ୍କ ନିମନ୍ତେ ଘୃଣା ଓ ଲଜ୍ଜାରେ ଆପଣା ଆପଣା ମୁଣ୍ଡ ନୁଆଁଇଲେ। ତୁମ୍ଭେମାନେ ତାହା ସ୍ୱଚକ୍ଷୁରେ ଦେଖୁଅଛ।