ଯିରିମୀୟ 52:18 - ପବିତ୍ର ବାଇବଲ18 ଆଉ ମଧ୍ୟ ସେମାନେ ରନ୍ଧାପାତ୍ର, ବେଲ୍ଗ୍ଭ, କଇଁଚି, ବେସିନ୍, କରେଇ ଏବଂ ପିତ୍ତଳର ସମସ୍ତ ଜିନିଷ ଯାହା ମନ୍ଦିରରେ ଉପାସନା ପାଇଁ ବ୍ୟବହାର ହୁଏ, ତାହା ନେଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆହୁରି, ସେମାନେ ହାଣ୍ତି ଓ କରଚୁଲି, କତୁରୀ ଓ କୁଣ୍ତ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ। Gade chapit laଓଡିଆ ବାଇବେଲ18 ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚାମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ। Gade chapit la |
ହୀରମ୍ ଏହିସବୁ ପ୍ରକ୍ଷାଳନ ପାତ୍ର, ଛୋଟ କରଚୁଲ୍ଲୀ ଏବଂ ଛୋଟ ତାଟିଆଗୁଡ଼ିକ ନିର୍ମାଣ କଲା। ସେ ଶଲୋମନଙ୍କ ଇଚ୍ଛାନୁସାରେ ସମସ୍ତ ଜିନିଷ ତିଆରି ସମାପ୍ତ କଲା। ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ନିମ୍ନ ତାଲିକା ମୁତାବକ ଜିନିଷ ନିର୍ମିତ ହେଲା। ଯଥା: 2 ଗୋଟି ସ୍ତମ୍ଭ; 2 ଗୋଟି ଗୋଲାକାର ମଣ୍ତଳୀ, ସେହି ସ୍ତମ୍ଭ ଉପରିସ୍ଥ ଆବୃତ କରିବା ପାଇଁ; 2 ଗୋଟି ଜାଲି; 400 ଗୋଟି ଡାଳିମ୍ବ ଉଭୟ ଜାଲି ନିମନ୍ତେ, ପ୍ରତ୍ୟେକ ଜାଲିରେ ଦୁଇଧାଡ଼ି ଡାଳିମ୍ବ ରହିବ; 10 ଗୋଟି ଶଗଡ଼ରୁ ପ୍ରତ୍ୟେକ ଶଗଡ଼ରେ ଗୋଟିଏ ପକ୍ଷାଳନ ପାତ୍ର ରହିବ; ସମୁଦ୍ର ପରି ଏକ ବଡ଼ କୁଣ୍ତ, ସମୁଦ୍ର ଆକୃତି କୁଣ୍ତ ତଳେ ବାରଟି ଷଣ୍ଢର ଛବି; ପାତ୍ରଗୁଡ଼ିକ, କରଚୁଲ୍ଲୀଗୁଡ଼ିକ ଏବଂ ତାଟିଆଗୁଡ଼ିକ ହୀରମ୍ ଦ୍ୱାରା ସଦାପ୍ରଭୁଙ୍କ ମନ୍ଦିର ପାଇଁ ତିଆରି ହୋଇଥିଲା। ସେଗୁଡ଼ିକ ସୁନ୍ଦର ପିତ୍ତଳରେ ନିର୍ମିତ ହୋଇଥିଲା।