Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:2 - ପବିତ୍ର ବାଇବଲ

2 ହେ ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟା, ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

Gade chapit la Kopi

ଓଡିଆ ବାଇବେଲ

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

Gade chapit la Kopi




ଯିରିମୀୟ 6:2
7 Referans Kwoze  

ପ୍ରସବକାରିଣୀ ସ୍ତ୍ରୀର ରବପରି ଓ ପ୍ରଥମ ସନ୍ତାନ ପ୍ରସବକାଳୀନ ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ। ସେ ଦୀର୍ଘନିଶ୍ୱାସ ଛାଡ଼ି ଓ ଆପଣା ହସ୍ତ ପ୍ରସାରଣ କରି କହୁଅଛି, “ହାୟ, ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋର ପ୍ରାଣ ମୂର୍ଚ୍ଛିତ ହେଲା।”


ସିୟୋନର କନ୍ୟା ପରିତ୍ୟକ୍ତ ଦ୍ରାକ୍ଷାକ୍ଷେତ୍ର‌ରେ ଗୋଟିଏ କୁଡ଼ିଆ ସଦୃଶ ଦେଖାଯାଉଛି। ଏକ ପରିତ୍ୟକ୍ତ କାକୁଡ଼ିକ୍ଷେତ୍ର ସଦୃଶ। ଆଉ ଏହା ଶତ୍ରୁମାନଙ୍କ ଦ୍ୱାରା ଅବରୋଧିତ ନଗର ସଦୃଶ ହୋଇଅଛି।’


ଆଗୋ ସିୟୋନ କନ୍ୟା, ମୁଁ ତୁମ୍ଭ ଆଗରେ କି ସାକ୍ଷ୍ୟ ଦେବି? ତୁମ୍ଭକୁ କାହା ସହିତ ମୁଁ ତୁଳନା କରିବି? ଆଗୋ ସିୟୋନ କୁମାରୀ କନ୍ୟା, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ ତୁମ୍ଭକୁ କାହା ସହିତ ତୁଳନା କରିବି? କାରଣ ତୁମ୍ଭର ବିନାଶ ସମୁଦ୍ର ପରି ବିସ୍ତୃତ, ତୁମ୍ଭକୁ କିଏ ସୁସ୍ଥ କରି ପାରିବା ପାଇଁ ସକ୍ଷମ ହେବ?


ଦେଖ, ସଦାପ୍ରଭୁ କିପରି ଆପଣା କ୍ରୋଧରେ ସିୟୋନ କନ୍ୟାକୁ ମେଘାଚ୍ଛନ୍ନ କରିଛନ୍ତି। ସେ ଇସ୍ରାଏଲର ଗୌରବକୁ ସ୍ୱର୍ଗରୁ ପୃଥିବୀକୁ ନିକ୍ଷେପ କରିଛନ୍ତି। ପୁଣି ତାଙ୍କର କ୍ରୋଧର ଦିନରେ ତାଙ୍କର ପାଦପୀଠ ଇସ୍ରାଏଲକୁ ସ୍ମରଣ କରି ନାହାନ୍ତି।


“ଏପରିକି ତୁମ୍ଭମାନଙ୍କ ମଧ୍ୟରେ ଥିବା ଦୟାଳୁ ସ୍ତ୍ରୀଲୋକ ମଧ୍ୟ ନିଷ୍ଠୁର ହୋଇ ଉଠିବ। ସେ ତା'ର ଜୀବନକୁ ଏପରି ଉତ୍ସର୍ଗ କରିଥିଲା ଯେ ସେ କେବେ ତା'ର ପାଦ ପଦାକୁ ବାହାର କରି ନ ଥିଲା। ସେ ତା'ର ସ୍ୱାମୀ, ତା'ର ପିଲାମାନଙ୍କ ପ୍ରତି ନିଷ୍ଠୁର ହେବ।


ଯେଉଁମାନେ ସୁଖାଦ୍ୟ ଭୋଜନ କରୁଥିଲେ, ସେମାନେ ବର୍ତ୍ତମାନ ରାସ୍ତାରେ ଅନାଥ ହୋଇଛନ୍ତି। ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହୋଇଥିଲେ। ସେମାନେ ଖତରାଶି ଅବଲମ୍ବନ କରୁଛନ୍ତି।


Swiv nou:

Piblisite


Piblisite