Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:8 - ପବିତ୍ର ବାଇବଲ

8 ହେ ଯିରୁଶାଲମ, ଆମ୍ଭର ଶିକ୍ଷା ଗ୍ରହଣ କର। ତୁମ୍ଭେ ଯଦି ଆମ୍ଭ କଥା ନ ଶୁଣ, ତେବେ ଆମ୍ଭେ ବିରକ୍ତିରେ ତୁମ୍ଭ ପାଖରୁ ଦୂରେଇ ଯିବା। ଆମ୍ଭେ ତୁମ୍ଭର ଦେଶକୁ ଏକ ମରୁଭୂମି ଓ ଜନଶୂନ୍ୟରେ ପରିଣତ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଭିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।

Gade chapit la Kopi

ଓଡିଆ ବାଇବେଲ

8 ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଚ୍ଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”

Gade chapit la Kopi




ଯିରିମୀୟ 6:8
23 Referans Kwoze  

ଯଦିଓ ଇସ୍ରାଏଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସେମାନଙ୍କୁ ସାହାଯ୍ୟ କରିବ ନାହିଁ। ଆମ୍ଭେ ସେମାନଙ୍କଠାରୁ ସେମାନଙ୍କର ପିଲାମାନଙ୍କୁ ନେଇଯିବା। ଆମ୍ଭେ ସେମାନଙ୍କୁ ପରିତ୍ୟାଗ କରିବା। ଫଳରେ ସେମାନଙ୍କର ଦୁଃଖ ବ୍ୟତୀତ ଆଉ କିଛି ରହିବ ନାହିଁ।”


“ଏହିରୂପେ ସେ ନିଜର ବେଶ୍ୟାବୃତ୍ତି ପ୍ରକାଶ କଲା ଓ ନିଜର ଉଲଗ୍ନତା ଅନାବୃତ କଲା। ଏବଂ ମୁଁ ତା'ର ଭଗିନୀଠାରୁ ବିମୁଖ ହେଲା ପରି ତା'ଠାରୁ ମଧ୍ୟ ବିମୁଖ ହେଲି।


ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସେମାନେ ଅତି ଅବାଧ୍ୟ। ତେଣୁ ସେମାନେ ଦଣ୍ଡିତ ହେଲେ। ସେମାନଙ୍କର କିଛି ମଙ୍ଗଳ ହେଲା ନାହିଁ।’”


ଆମ୍ଭେ କହିଲୁ, ତୁମ୍ଭେ ନିଶ୍ଚୟ ଆମ୍ଭକୁ ଭୟ କରିବ ଏବଂ ଆମ୍ଭ ନିୟମ ଶିଖିବ। ତୁମ୍ଭେ ଯଦି ଏହା କରିବ, ତେବେ ତୁମ୍ଭର ଘର କେବେ ବିନଷ୍ଟ ହେବ ନାହିଁ। ତୁମ୍ଭେ ଯଦି ଏହା କରିବ, ତେବେ ଆମ୍ଭର ଯୋଜନା ଅନୁସାରେ ଆମ୍ଭେ ତୁମ୍ଭକୁ ଦଣ୍ତ ଦେବା ନାହିଁ।” କିନ୍ତୁ ସେହି ମନ୍ଦ ଲୋକମାନେ ଶୀଘ୍ର ଉଠି ତାଙ୍କର ଦୁଷ୍ଟକର୍ମ କଲେ।


“ସେମାନେ ଆମ୍ଭ ପ୍ରତି ବିମୁଖ ହୋଇ ଆମ୍ଭ ପ୍ରତି ବିମୁଖ ହୋଇଅଛନ୍ତି। ଆମ୍ଭେ ସେମାନଙ୍କୁ ବାରମ୍ବାର ଶିକ୍ଷା ଦେଲେ ହେଁ ସେମାନେ ତାହା ଶୁଣି ନାହାନ୍ତି।


କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ। ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।


ହେ ସଦାପ୍ରଭୁ, ମୁଁ ଫେରିଲା ପରେ ଅନୁତପ୍ତ ହେଲି। ଶିକ୍ଷା ପାଇଁ ଦୁଃଖରେ ଆପଣା ଊରୁଦେଶକୁ ଆଘାତ କଲି। ମୁଁ ଆପଣା ଯୌବନ କାଳରେ ମନ୍ଦାଗ୍ଭର ଯୋଗୁଁ ଲଜ୍ଜିତ ଓ ବ୍ୟାକୁଳ ହେଲି।’”


“ପୁଣି ଆମ୍ଭେ ସଦାପ୍ରଭୁ ଯିରୁଶାଲମକୁ ଢିପି ଓ ଶୃଗାଳମାନଙ୍କ ବାସସ୍ଥାନରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ୱଂସସ୍ଥାନ କରିବା।”


ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ଯିରୁଶାଲମର ସଡ଼କମାନଙ୍କରେ ସୁଖ ଓ ଆନନ୍ଦଧ୍ୱନି ଦୂର କରିବା। ବର କନ୍ୟାମାନଙ୍କର ଆମୋଦ ଧ୍ୱନି ଆଉ ଯିରୁଶାଲମରେ ଶୁଣାଯିବ ନାହିଁ। କାରଣ ସମଗ୍ର ଦେଶ ଧ୍ୱଂସ ସ୍ତୁପରେ ପରିଣତ ହେବ।”


ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏକ ସ୍ଥାନ ଉପରେ, ମନୁଷ୍ୟ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପରେ ଆମ୍ଭର କୋପ ଓ କ୍ରୋଧ ଢଳାଯିବ। ତାହା ଅଗ୍ନି ସଦୃଶ ସବୁ ଦ‌ଗ୍‌ଧ କରିବ, ତାକୁ କେହି ଲିଭାଇ ପାରିବେ ନାହିଁ।”


ହେ ଯିରୁଶାଲମ ନିବାସୀଗଣ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦୟରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦୟକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ଦିଅ ନାହିଁ।


ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସେମାନେ ତାହାର ଦେଶସବୁ ଧ୍ୱଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦ‌ଗ୍‌ଧ କରିଅଛନ୍ତି ଓ ତାହାକୁ ଜନଶୂନ୍ୟ କରିଅଛନ୍ତି।


ଉପଦେଶମାନ ଦୃଢ଼ତାରେ ଗ୍ରହଣ କର। ତାହାକୁ ପରିତ୍ୟାଗ କର ନାହିଁ। ଏହା ଉପରେ ନଜର ରଖ, କାରଣ ତାହା ତୁମ୍ଭର ଜୀବନ।


ହେ ସଦାପ୍ରଭୁ, ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ। ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।


ଏଣୁ ହେ ରାଜାଗଣ, ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ, ଏହି କଥାକୁ ଶିକ୍ଷା କର।


ଯଦି ସେମାନେ ବୁଦ୍ଧିଆ ହୁଅନ୍ତେ, ସେମାନେ ବୁଝିପାରନ୍ତେ, ସେମାନେ ଜାଣିପାରନ୍ତେ କ’ଣ ଘଟିବାକୁ ଯାଉଛି ସେମାନଙ୍କ ପାଇଁ।


“ତା'ପରେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣ ଦେଶରେ ରହିବ, ତା'ପରେ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ, ଅର୍ଥାତ୍ ଭୂମି ଆପଣା ବିଶ୍ରାମ ଉପଭୋଗ କରିବ।


ତେଣୁ ତୁମ୍ଭେ ସେମାନଙ୍କୁ କହିବ, ‘ସେମାନେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ୱରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ୱସନୀୟତା ଉଭେଇ ଯାଇଛି। ଏହା ସେମାନଙ୍କ ମୁଖରୁ ଅଦୃଶ୍ୟ ହୋଇ ଯାଇଛି।’


ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।


ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’


Swiv nou:

Piblisite


Piblisite