ଯିରିମୀୟ 7:3 - ପବିତ୍ର ବାଇବଲ3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା। Gade chapit laଓଡିଆ ବାଇବେଲ3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା। Gade chapit la |
ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ।
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦୃଷ୍ଟିକାରୀଙ୍କୁ ଇସ୍ରାଏଲ ଓ ଯିହୁଦାର ପ୍ରତି ଚେତାବନୀ ଦେଇ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର କୁକାର୍ଯ୍ୟରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମୋର ସେବକ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ମୋର ବ୍ୟବସ୍ଥା ଓ ବିଧି ସବୁ ପାଳନ କର।”