Biblia Todo Logo
Bib sou entènèt

- Piblisite -




ଯିରିମୀୟ 8:16 - ପବିତ୍ର ବାଇବଲ

16 ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସିକା ଧ୍ୱନି ଶୁଣା ଯାଉଅଛି। ତାହାର କନିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପିତ ହେଉଅଛି। କାରଣ ସେମାନେ ଆସିଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

16 ଦାନ୍‍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;

Gade chapit la Kopi




ଯିରିମୀୟ 8:16
22 Referans Kwoze  

ଯେହେତୁ ସେମାନେ ଇସ୍ରାଏଲର ଜଣେ ପୁତ୍ର ଦା‌ନ୍‌ର ଭବିଷ୍ୟଦ୍ ବଂଶଧର ଥିଲେ, ସେମାନେ ସେହି ନଗରର ନାମ ଦାନ ରଖିଲେ। ମାତ୍ର ବାସ୍ତବରେ ସେହି ନଗରର ନାମ ଲୟିଶ ଥିଲା।


ଅଶ୍ୱମାନଙ୍କର ଖୁରା ଭୂମିକୁ ମନ୍ଥି ପକାଇଲା। ସେବରା ଘୋଡ଼ା କୁଦାମାରୀ ପଳାଇଲା।


ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା'ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି।


ତୁମ୍ଭେ ଖାଇପାର କାରଣ “ପୃଥିବୀ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବିଷୟ ପ୍ରଭୁଙ୍କର ଅଟେ।”


ପର୍ବତଗୁଡ଼ିକ ତୁମ୍ଭକୁ ଦେଖି ଥରିଲେ। ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା। ସମୁଦ୍ର ଭୟଙ୍କର ଗର୍ଜନ କଲା, ଢେଉଗୁଡ଼ିକ ଉପରକୁ ଉଠିଲା।


ତୁମ୍ଭେ ଗ୍ଭବୁକ ପ୍ରହାରର ଶବ୍ଦ, ଚକ୍ର ଘୂରିବା ଶବ୍ଦ, ଘୋଡ଼ାର ଟାପୁ ଶବ୍ଦ ଏବଂ ରଥର ଗ୍ଭଳନା ଶବ୍ଦ ଶୁଣି ପାରିବ।


“ସେମାନେ ଧାବମାନ ଅଶ୍ୱଗଣର ଖୁରା ଶବ୍ଦ, ରଥସମୂହର ଗ୍ଭଳନା ଶବ୍ଦ ଓ ଚକ୍ରର ଘର୍ଘର ଶବ୍ଦ ଶୁଣିବେ। ପିତୃଗଣ ଏତେ ଦୁର୍ବଳ ହେବେ ଯେ ସେମାନେ ସେମାନଙ୍କର ପିଲାମାନଙ୍କୁ ସାହାଯ୍ୟ କରିବେ ନାହିଁ।


ଯଦି ତୁମ୍ଭେ ଆପଣା କୋପ ଢାଳୁଅଛ, ତେବେ ଅନ୍ୟ ଦେଶୀୟମାନଙ୍କ ଉପରେ ଢାଳିଦିଅ। କାରଣ ସେମାନେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ। ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ସେମାନେ ଇସ୍ରାଏଲ ବଂଶକୁ ବିନାଶ କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଛନ୍ତି।


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସେମାନେ ଅଶ୍ୱାରୋହଣ କରନ୍ତି। ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।”


ମୁଁ ପର୍ବତମାଳାକୁ ଅନାଇ ଦେଖିଲି ସେଗୁଡ଼ିକ କମ୍ପିତ ହେଉଥିଲେ ଓ ଉପପର୍ବତଗୁଡ଼ିକ ଦୋହଲୁଥିଲେ।


ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।


ଏଣୁ ଇସ୍ରାଏଲର ସମସ୍ତ ଲୋକ ଏକତ୍ରିତ ହେଲେ। ସେମାନେ ସମସ୍ତେ ମି‌ସ୍‌ପୀରେ ସଦାପ୍ରଭୁଙ୍କଠାରେ ଏକତ୍ରିତ ହେଲେ। ଇସ୍ରାଏଲୀୟମାନେ ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ଓ ଗିଲିୟଦଠାରୁ ମଧ୍ୟ ଆସିଲେ।


ତୁମ୍ଭେ ସେହି ଘୋଡ଼ାକୁ ପତଙ୍ଗପରି କୁଦିବାର ଶକ୍ତି ଦେଇଅଛ କି? ସେହି ଘୋଡ଼ା ଲୋକ ଦେଖିଲେ ବଡ଼ ପାଟିରେ ରବ କରେ।


ମାତ୍ର ସେ ଲଜ୍ଜାସ୍ପଦ ବା‌ଲ୍‌ଦେବତା ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ, ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଭକ୍ଷ୍ୟଣ କରିଅଛି।


ସେମାନେ ତୁମ୍ଭମାନଙ୍କର ସଂଗୃହୀତ ଶସ୍ୟ ଓ ରୋଟୀ ଭକ୍ଷ୍ୟଣ କରିବେ। ସେମାନେ ତୁମ୍ଭମାନଙ୍କ ପୁତ୍ରକନ୍ୟା ଗଣଙ୍କୁ ଭକ୍ଷ୍ୟଣ କରିବେ। ସେମାନେ ସେମାନଙ୍କର ମେଷ ଓ ଗାଈ ଗୁଡ଼ିକ ଭକ୍ଷ୍ୟଣ କରିବେ। ସେମାନେ ମଧ୍ୟ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭେମାନେ ଯେଉଁ ସୁଦୃଢ଼ ନଗର ଉପରେ ବିଶ୍ୱାସ କରିଅଛ, ସେମାନେ ସେହିସବୁକୁ ‌‌ଖ‌ଡ଼୍‌ଗରେ ଧ୍ୱଂସ କରିବେ।”


ସଦାପ୍ରଭୁ ଏହା କହିଲେ, “ଆମ୍ଭେ ଲୋକମାନଙ୍କର କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, ମାତ୍ର ଶାନ୍ତିର ଶବ୍ଦ ଶୁଣି ନାହୁଁ।


ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ। ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକର ବନ୍ଦୀତ୍ୱ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସେମାନେ ଲୁଣ୍ଠିତ ହେବେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ୟ ଅପହରଣ କରନ୍ତି, ଆମ୍ଭେ ସେମାନଙ୍କର ଦ୍ରବ୍ୟ ଅପହରଣ କରାଇବା।”


ସେମାନେ ଧନୁ ଓ ବର୍ଚ୍ଛା ଧରିଛନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରୁଛନ୍ତି। ସେମାନେ ଅଶ୍ୱାରୋହଣ କରି ଅଗ୍ରସର ହେଉଛନ୍ତି। ହେ ବାବିଲ, ସେମାନେ ସମସ୍ତେ ସୁସଜ୍ଜିତ ହୋଇ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛନ୍ତି।


ସମଗ୍ର ବାବିଲ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି। କାରଣ ତାକୁ ଧ୍ୱସ୍ତ ବିଧ୍ୱସ୍ତ ଓ ଜନଶୂନ୍ୟ କରିବାକୁ ତାହା ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।


ଏକ ସିଂହ ନିଜ ଗହ୍ୱରରୁ ବାହାରିଅଛି। ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ୱଂସ ହେବ, ଆଉ ସେଗୁଡ଼ିକ ଜନଶୂନ୍ୟ ହେବ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି।


Swiv nou:

Piblisite


Piblisite