Biblia Todo Logo
Bib sou entènèt

- Piblisite -




ଯିରିମୀୟ 8:7 - ପବିତ୍ର ବାଇବଲ

7 ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, ଘୁଘୁ ଓ ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।

Gade chapit la Kopi




ଯିରିମୀୟ 8:7
10 Referans Kwoze  

ଗାଈ ତା'ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଗ୍ଭଳକଙ୍କୁ ଜାଣେ, ମାତ୍ର ଇସ୍ରାଏଲ ଲୋକମାନେ ମୋତେ ଚିହ୍ନି ପାରିଲେ ନାହିଁ। ମୋର ଲୋକମାନେ ମୋତେ ବୁଝୁ ନାହାନ୍ତି।”


ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ।


ଭୂମିରେ ପୁଷ୍ପଗୁଡ଼ିକ ପ୍ରସ୍ଫୁଟିତ ହୋଇଅଛି। ପକ୍ଷୀଗଣର ଗାୟନକାଳ ଉପସ୍ଥିତ ହୋଇଅଛି। ଆମ୍ଭମାନଙ୍କ ଦେଶରେ କପୋତର ଶବ୍ଦ ଶୁଣା ଯାଉଅଛି।


ଦ୍ରାକ୍ଷାଗଛରେ ଡାଳ ଶୁଷ୍କ ହେଲେ ଭଙ୍ଗାଯିବ। ସ୍ତ୍ରୀଲୋକମାନେ ତାକୁ ଜାଳେଣି ରୂପେ ବ୍ୟବହାର କରିବେ। କାରଣ ଲୋକମାନେ ବୁଦ୍ଧିହୀନ। ପରମେଶ୍ୱର ଯେ କି ତାଙ୍କର ସୃଷ୍ଟିକର୍ତ୍ତା ସେମାନଙ୍କ ପ୍ରତି ଦୟା କରିବେ ନାହିଁ। ତାଙ୍କୁ ଗଢ଼ିଲେ ମଧ୍ୟ ତାଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ତା'ପରେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସେମାନେ ଉଡ଼ି ଆସିଲେ ଏବଂ ସେମାନଙ୍କ ପକ୍ଷରେ ପବନ ଥିଲା। ସେମାନେ ସେ ମାପିବାର ଟୋକେଇକୁ ଉଠାଇଲେ ପୃଥିବୀ ଓ ସ୍ୱର୍ଗ ମଧ୍ୟରେ ବୋହି ନେଲେ।


ପରମେଶ୍ୱର କହିଲେ, “ମୋର ଲୋକମାନେ ନିର୍ବୋଧ ଏବଂ ସେମାନେ ମୋତେ ଜାଣନ୍ତି ନାହିଁ। ସେମାନେ ନିର୍ବୋଧ ସନ୍ତାନ ତୁଲ୍ୟ, ସେମାନଙ୍କର ଅର୍ନ୍ତଦୃଷ୍ଟି ନାହିଁ। ସେମାନେ କୁକର୍ମ କରିବାରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସେମାନେ ଜାଣନ୍ତି ନାହିଁ।”


ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରିଛନ୍ତି। ତେଣୁ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟା କାଳୀନ ଗଧିଆସେମାନଙ୍କୁ ବିନାଶ କରିବ। ଚିତାବାଘ ସେମାନଙ୍କ ନଗର ସମୂହ ନିକଟରେ ଛକି ରହିବ। ଯେଉଁ ଲୋକ ନଗରରୁ ବାହାରିବ, ସେ ତାକୁ ବିଦୀର୍ଣ୍ଣ କରିବ। କାରଣ ସେମାନେ ବହୁ ଅପରାଧ କରିଛନ୍ତି ଓ ସେମାନେ ବହୁବାର ସଦାପ୍ରଭୁଙ୍କଠାରୁ ବିପଥଗାମୀ ହୋଇଛନ୍ତି।


ଏଠାରେ ବ୍ୟବସ୍ଥା ଅତି କୋହଳ ଏବଂ ନ୍ୟାୟ ବିଗ୍ଭର କରାଯାଏ ନାହିଁ। ମନ୍ଦଲୋକମାନେ ଭଲ ଲୋକଙ୍କ ଉପରେ ଜୟଲାଭ କରୁଛନ୍ତି। ତେଣୁ ନ୍ୟାୟ ହେଉ ନାହିଁ।


Swiv nou:

Piblisite


Piblisite