Biblia Todo Logo
Bib sou entènèt

- Piblisite -




ଯୋହନ 1:21 - ପବିତ୍ର ବାଇବଲ

21 ସେଥିରେ ସେମାନେ ଯୋହନଙ୍କୁ ପଗ୍ଭରିଲେ, “ତାହାହେଲେ ଆପଣ କିଏ? ଆପଣ କ'ଣ ଏଲିୟ?” ସେ ଉତ୍ତର ଦେଲେ, “ନା, ମୁଁ ଏଲିୟ ନୁହେଁ।” ପୁଣି ସେମାନେ ପଗ୍ଭରିଲେ, “ଆପଣ କ'ଣ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା?” ଯୋହନ ଉତ୍ତର ଦେଲେ, “ନା, ମୁଁ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହେଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।

Gade chapit la Kopi

ଓଡିଆ ବାଇବେଲ

21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେମାନେ ପୁଣି ତାଙ୍କୁ ପ୍ରଶ୍ନ କଲେ, “ତେବେ ଆପଣ କିଏ? ଆପଣ କ’ଣ ଏଲୀୟ?” ଯୋହନ ‘ନାହିଁ’ କରିବାରୁ ସେମାନେ ଆଉ ଥରେ ପଚାରିଲେ, “ଆମେ ଯେଉଁ ଭାବବାଦୀଙ୍କୁ ପ୍ରତୀକ୍ଷା କରୁଛୁ, ଆପଣ କ’ଣ ସେହି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।

Gade chapit la Kopi




ଯୋହନ 1:21
12 Referans Kwoze  

ସଦାପ୍ରଭୁ କହିଲେ, “ଦେଖ, ଭବିଷ୍ୟ‌ଦ୍‌ବକ୍ତା ଏଲିୟଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।


ଯଦି ତୁମ୍ଭେ ସେମାନଙ୍କ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ ବିଶ୍ୱାସ କରିବାକୁ ଇଚ୍ଛା କରୁଛ ତେବେ ଶୁଣ: ଯେଉଁ ଏଲିୟ ଆସିବେ ବୋଲି ସେମାନେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କରିଥିଲେ, ସେ ହେଉଛନ୍ତି ଏହି ଯୋହନ।


ଏହି ଲୋକମାନେ ଯୋହନଙ୍କୁ କହିଲେ, “ଆପଣ କହୁଛନ୍ତି ଯେ ଆପଣ ଖ୍ରୀଷ୍ଟ ନୁହଁନ୍ତି। ଆପଣ କହୁଛନ୍ତି ଯେ ଆପଣ ଏଲୀୟ ନୁହଁନ୍ତି କିମ୍ବା ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହଁନ୍ତି, ତେବେ ଆପଣ କାହିଁକି ଲୋକମାନଙ୍କୁ ବାପ୍ତିସ୍ମ ଦେଉଛନ୍ତି?”


ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ ବା ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”


ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତେକ ଲୋକ କହିଲେ, “ଏହି ଲୋକ ପ୍ରକୃତରେ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା।”


ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”


ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, “ଏ ହେଉଛନ୍ତି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶର ନାଜରିତ ସହରରୁ ଆସିଛନ୍ତି।”


ସେଥିରେ ସେମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କୁହନ୍ତି, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅନ୍ତୁ। ଆପଣ ନିଜ ବିଷୟରେ କ'ଣ କହୁଛନ୍ତି?”


ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖି କହିଲେ, “ସେ ନିଶ୍ଚୟ ଜଣେ ଭବିଷ୍ୟ‌‌‌ଦ୍‌‌‌ବକ୍ତା, ଯିଏ କି ଏହି ଜଗତକୁ ଆସିଛନ୍ତି।”


Swiv nou:

Piblisite


Piblisite