Biblia Todo Logo
Bib sou entènèt

- Piblisite -




ଯୋହନ 1:32 - ପବିତ୍ର ବାଇବଲ

32-33 ତା'ପରେ ଯୋହନ ସାକ୍ଷ୍ୟ ଦେଇ କହିଲେ, “ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ୟ ଜାଣି ନ ଥିଲି। କିନ୍ତୁ ପରମେଶ୍ୱର ମୋତେ ଲୋକମାନଙ୍କୁ ଜଳରେ ବାପ୍ତିଜିତ ଦେବା ପାଇଁ ପଠାଇଲେ। ଏବଂ ପରମେଶ୍ୱର ମୋତେ କହିଥିଲେ, ‘ତୁମ୍ଭେ ପବିତ୍ରଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ୟକ୍ତିଙ୍କ ଉପରେ ସ୍ଥିର ହୋଇ ରହିବା ଦେଖିବ, ସେ ସେହି ବ୍ୟକ୍ତି ଯିଏ ଲୋକମାନଙ୍କୁ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ଦେବେ।’” ଯୋହନ କହିଲେ, “ଏସବୁ ଘଟିବାର ମୁଁ ଦେଖିଛି। ସ୍ୱର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସେହି ଆତ୍ମା ଗୋଟିଏ କପୋତ ପରି ଦେଖା ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।

Gade chapit la Kopi

ଓଡିଆ ବାଇବେଲ

32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଯୋହନ ସାକ୍ଷ୍ୟ ଦେଇ କହିଲେ: “କପୋତ ରୂପରେ ପରମାତ୍ମା ସ୍ୱର୍ଗରୁ ଓହ୍ଲାଇ ଆସି ତାଙ୍କ ଉପରେ ଅଧିଷ୍ଠାନ କରିବା ମୁଁ ଦେଖିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।

Gade chapit la Kopi




ଯୋହନ 1:32
7 Referans Kwoze  

ପବିତ୍ରଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦେହ ଧାରଣ କରିଥିଲେ। ଆକାଶବାଣୀ ହେଲା: “ତୁମ୍ଭେ ମୋର ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ୟନ୍ତ ସନ୍ତୁଷ୍ଟ।”


ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ୱର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ, ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି।


ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ରେ ଆକାଶ ଖୋଲିଗଲା, ଏବଂ ସେ ପରମେଶ୍ୱରଙ୍କ ଆତ୍ମାକୁ ଗୋଟିଏ କପୋତ ରୂପରେ ତଳକୁ ଓହ୍ଲେଇ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।


ସେ ଲୋକମାନଙ୍କୁ ସେହି ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ୟମରେ ଯେପରି ସମସ୍ତଲୋକ ଆଲୋକ ବିଷୟରେ ଶୁଣିପାରିବେ ଓ ବିଶ୍ୱାସ କରିବେ, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।


କିନ୍ତୁ ଅନ୍ୟ ଜଣେ ଅଛନ୍ତି, ଯିଏ କି ଲୋକମାନଙ୍କୁ ମୋର ବିଷୟରେ ସାକ୍ଷ୍ୟ ଦିଅନ୍ତି। ଏବଂ ମୁଁ ଜାଣେ, ମୋ’ ବିଷୟରେ ସେ ଯାହା କହନ୍ତି, ତାହା ସବୁ ସତ୍ୟ।


ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ।


ମୁଁ ନିଜେ ମଧ୍ୟ ତାହାଙ୍କୁ ଜାଣି ନ ଥିଲି। କିନ୍ତୁ ଇସ୍ରାଏଲ ଲୋକମାନେ ଯେପରି ଜାଣି ପାରିବ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳରେ ବାପ୍ତିଜିତ କରିବା ପାଇଁ ଆସିଅଛି।”


Swiv nou:

Piblisite


Piblisite